Posted inଜାତୀୟ

ଦୈନିକ ସଂକ୍ରମଣରେ ସାମାନ୍ୟ ବ୍ରେକ, ୨୪ ଘଣ୍ଟାରେ ୪୪୪ ମାମଲା…

ନୂଆଦିଲ୍ଲୀ, ୧୩।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା ବଢ଼ିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି। ୧୧୩ ଦିନ ପରେ ଦୈନିକ ସଂକ୍ରମଣ ସର୍ବାଧିକ ହୋଇଛି।
ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି କମିଛି। ୪ ଶହ ଟପିଛି। ଏହା ୪୪୪ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୫୨୪ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧ଥିଲା। ଏହି ସମୟରେ ସକ୍ରିୟ ମାମଲା ୩ ହଜାର ଉପରେ ରହିଛି। ଏହା ୩ ହଜାର ୮୦୯ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୩ ହଜାର ୬୧୮ ଥିଲା। ସେହିପରି ୨୪ ଘଣ୍ଟାରେ ୨୫୨ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୩୪୩ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୮୨ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୯୦ ହଜାର ୯୩୬ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୫୬ ହଜାର ୩୪୫ ଜଣ ସୁସ୍ଥ ହୋଇ ସାରିଛନ୍ତି।
କୋଭିଡ ଭଳି ଲକ୍ଷଣ ଥିବା ଏକ ସ୍ବାଇନ ଫ୍ଲୁ ଏଚ-୩ ଏନ-୨ ଭୂତାଣୁ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ (ଆଇସିଏମଆର୍‌) ଏବଂ ଇଣ୍ଡିଆନ ମେଡିକାଲ ଆସୋସିଏସନ (ଆଇଏମଏ) ଅନୁଯାୟୀ, ଏହି ରୋଗ ଅନେକଙ୍କ ପାଇଁ ଶ୍ୱାସକ୍ରିୟାରେ ଅସୁବିଧା ସୃଷ୍ଟି କରିଥାଏ। ବାୟୁ ପ୍ରଦୂଷଣ ଥିବା ବ୍ୟକ୍ତିମାନଙ୍କଠାରେ ଶ୍ୱାସକ୍ରିୟା ସଂକ୍ରମଣ ସହିତ ଜ୍ୱର ସୃଷ୍ଟି ହୋଇଥାଏ। ଏଥିରୁ ସୁରକ୍ଷା ପାଇଁ ପାଣି ଏବଂ ସାବୁନରେ ନିୟମିତ ଭାବେ ହାତ ଧୋଇବା, ମାସ୍କ ପିନ୍ଧିବା ଏବଂ ଜନଗହଳି ପୂର୍ଣ୍ଣ ସ୍ଥାନରୁ ଦୂରେଇ ରହିବା, ନାକ ପାଟି ନ ଛୁଇଁବା, କାଶ ଏବଂ ଛିଙ୍କିବା ସମୟରେ ନାକ ଓ ପାଟିକୁ ସଠିକ ଭାବରେ ଘୋଡାଇବା ଉପରେ ଆଇସିଏମ୍‌ଆର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପ୍ରଚୁର ପରିମାଣର ତରଳ ପଦାର୍ଥ ପିଇବାକୁ ଜ୍ୱର ଏବଂ ଶରୀରରେ ଯନ୍ତ୍ରଣା ହେଲେ ପାରାସିଟାମୋଲ ଖାଇବାକୁ କୁହାଯାଇଛି। ସେହିପରି କରମର୍ଦ୍ଦନ ନ କରିବାକୁ ,ସର୍ବସାଧାରଣରେ ଛେପ ନ ପକାଇବାକୁ, ଅନ୍ୟମାନଙ୍କ ପାଖରେ ବସି ନ ଖାଇବାକୁ ପରାମର୍ଶ ଦିଆଯାଇଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୦.୧୧ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୦.୮ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ତୁର୍କୀରୁ ନଭପ୍ରୀତ୍‌ ସିଂଙ୍କୁ ଫେରାଇ ଆଣିଲା ଭାରତ, ଜାଣନ୍ତୁ ନଭପ୍ରୀତ୍‌ କିଏ…

ନୂଆଦିଲ୍ଲୀ,୩ା୧୦: ଅନ୍ତର୍ଜାତୀୟ ନିଶା କାରବାରର କିଙ୍ଗ୍‌ପିନ୍‌ ନଭପ୍ରୀତ୍‌ ସିଂଙ୍କୁ ତୁର୍କୀରୁ ବାହାର କରାଇ ଭାରତ ତାଙ୍କୁ ଫେରାଇଆଣିଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶନିବାର ଘୋଷଣା କରିଛନ୍ତି।…

୩୫୧ ରନ୍ କରି ବି ହାରିଲା ଭାରତ: ୱେଷ୍ଟଇଣ୍ଡିଜ୍‌ର ରେକର୍ଡ ରନ୍ ଚେଜ୍‌, ଏକାକୀ ବିଜୟ ଛଡ଼ାଇ ନେଲେ ଶେ ହୋପ୍

ନ୍ୟୁ ଚଣ୍ଡୀଗଡ଼,୩।୧୦: ଏଠାର ପିସିଏ ଇଣ୍ଟରନ୍ୟାସନାଲ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ତୃତୀୟ तथा ଚୂଡ଼ାନ୍ତ ଦିନିକିଆ ମ୍ୟାଚ୍‌ରେ ଭାରତକୁ ୫ ଉଇକେଟରେ ପରାସ୍ତ କରିଛି ୱେଷ୍ଟଇଣ୍ଡିଜ୍। ଟସ୍ ଜିତି…

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ତାରାତାରିଣୀ-ଦକ୍ଷିଣକାଳୀଙ୍କ ପୀଠରେ ଷୋଡ଼ଶ ଉପଚାର ପର୍ବ: ୧୦୮ ମାଠିଆ ଜଳରେ ମା’ଙ୍କ ସ୍ନାନ, ଘଣ୍ଟଘଣ୍ଟାରେ କମ୍ପୁଛି ରତ୍ନଗିରି

ପୁରୁଷୋତ୍ତମପୁର,୩ା୧୦ (ସବିତା ମିଶ୍ର): ପବିତ୍ର ପାର୍ବଣ ଋତୁ ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପୀଠରେ ଶନିବାର ରାତିରୁ ଆରମ୍ଭ ହୋଇଛି…

ନ୍ୟୁ ଚଣ୍ଡୀଗଡ଼ରେ ‘ରାହୁଲ ଝଡ଼’: ୮୦ ବଲ୍‌ରେ ଶତକ ମାରି ଧୋନିଙ୍କ ସମକକ୍ଷ, ଭାରତ ପାଇଁ ସାଜିଲେ ସଙ୍କଟମୋଚକ

ନ୍ୟୁ ଚଣ୍ଡୀଗଡ଼,୩।୧୦: ଭାରତୀୟ କ୍ରିକେଟ୍ ଦଳର ଭରସାଯୋଗ୍ୟ ଖେଳାଳି କେ ଏଲ୍ ରାହୁଲ ପୁଣି ଥରେ ନିଜର ଦମଦାର ପ୍ରଦର୍ଶନ ବଳରେ ଦଳର ସଙ୍କଟମୋଚକ ସାଜିଛନ୍ତି। ପ୍ରଥମ…

ଶତକରୁ ବଞ୍ଚିତ ହୋଇ ବି ଇତିହାସ ରଚିଲେ ରୋହିତ ଶର୍ମା, ଭାଙ୍ଗିଲେ ସଚିନଙ୍କ ୨୨ ବର୍ଷ ପୁରୁଣା ମହାରେକର୍ଡ

ନ୍ୟୁ ଚଣ୍ଡୀଗଡ଼,୩।୧୦: ନ୍ୟୁ ଚଣ୍ଡୀଗଡ଼ସ୍ଥିତ ପିସିଏ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ୍ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ମାତ୍ର…

ହସ୍ପିଟାଲରେ ଭାରତୀୟ ପାଇଲଟଙ୍କୁ ଭେଟିଲେ ଦୁବାଇ କ୍ରାଉନ ପ୍ରିନ୍ସ, ପାଇଲଟଙ୍କୁ କଲେ ସଲାମ୍‌

ଦୁବାଇ,୩।୧୦: ଫ୍ଲାଏଦୁବାଇ ବିମାନରେ ସହ-ପାଇଲଟଙ୍କ ଆକ୍ରମଣ ସତ୍ତ୍ୱେ ସାହସ ଦେଖାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କୁ ଦୁବାଇ କ୍ରାଉନ ପ୍ରିନ୍ସ ଶେଖ ହାମଦାନ ବିନ ମହମ୍ମଦ ବିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?