Posted inଜାତୀୟ

ଦୈନିକ ସଂକ୍ରମଣରେ ସାମାନ୍ୟ ବ୍ରେକ୍‌, ସକ୍ରିୟ ମାମଲା ୬୦ ହଜାର ମୁହାଁ…

ନୂଆଦିଲ୍ଲୀ, ୧୬।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି ବଢ଼ିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାରରେ ବୃଦ୍ଧି ଘଟିଛି। ସେହିପରି ସୁସ୍ଥତା ହାରରେ ମଧ୍ୟ ବୃଦ୍ଧି ହୋଇଛି।

ଗତ ୨୪ ଘଣ୍ଟାରେ ଦେଶର ରାଜଧାନୀ ଦିଲ୍ଲୀରେ କରୋନା ଆତଙ୍କ ସୃଷ୍ଟି କରିଛି। ଏହି ସମୟ ମଧ୍ୟରେ ଦେଶର ରାଜଧାନୀ ଦିଲ୍ଲୀରେ ଦୈନିକ ସଂକ୍ରମଣ ନେଇ ସଙ୍କଟ ସୃଷ୍ଟି ହୋଇଛି। ସକ୍ରିୟ ମାମଲାରେ ୬୦ ହଜାର ମୁହାଁ ହୋଇଛି।
ଗତ ୨୪ ଘଣ୍ଟାରେ ଦେଶରେ ସକ୍ରିୟ ମାମଲା ୫୭ ହଜାର ଟପିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୦ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଏହା ୧୦,୦୮୯ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୧୦,୭୪୭ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୯ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨୭ ଥିଲା। ଏହି ସମୟରେ ସକ୍ରିୟ ମାମଲା ୫୭ ହଜାର ଟପିଛି। ଏହା ୫୭ ହଜାର ୫୪୨ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୫୩ ହଜାର ୭୨୦ ଥିଲା। ସେହିପରି ୨୪ ଘଣ୍ଟାରେ ୬,୨୪୮ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୬,୬୨୮ ଥିଲା।

ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୧ ହଜାର ୧୧୪ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୮ ଲକ୍ଷ ୧୮ ହଜାର ୧୧୫ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୨ ଲକ୍ଷ ୨୯ ହଜାର ୪୫୯ ଜଣ ସୁସ୍ଥ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତି ପୋଲିସକୁ ବଡ଼ ସଫଳତା: ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ, ୬ ନାବାଳିକା…

ଗଜପତି,୧।୭(ଗିରିଧାରୀ ପରିଛା): ଗଜପତି ପୋଲିସ ଏକ ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ କରି ୬ ଜଣ ନାବାଳିକାଙ୍କ ସମେତ ୭ ଜଣ ପୀଡ଼ିତାଙ୍କୁ ହାଇଦ୍ରାବାଦରୁ ଉଦ୍ଧାର କରିଛି।…

ଆଜିଠାରୁ ଅନିର୍ଦ୍ଦିଷ୍ଟକାଳ ଯାଏ ରୋଗୀସେବା ବନ୍ଦ, ହନ୍ତସନ୍ତ ହେଉଛନ୍ତି ରୋଗୀ

ବଞ୍ଚୋ,୧।୭(ପ୍ରଦୋଷ ବିଶ୍ୱାଳ ): ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନ (ଓମ୍‌ସା)ର ୮ ଦଫା ଦାବି ପୂରଣ ନ ହେବା ପ୍ରତିବାଦରେ ଜାତୀୟ ଡାକ୍ତର ଦିବସ ଅବସରରୁ ବୁଧବାର…

ଗଣଶିକ୍ଷା ବିଭାଗର ବଡ଼ ଘୋଷଣା, ଛାତ୍ରୀଛାତ୍ରଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି

ଭୁବନେଶ୍ୱର,୧।୭: ଛାତ୍ରଛାତ୍ରୀଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି । ଚଳିତ ବର୍ଷରେ ହିଁ ନୂଆ ବହି ଯୋଗାଇ ଦେବେ ସରକାର । ଯଥା  ସମ୍ଭବ ଛାତ୍ରୀଛାତ୍ରଙ୍କୁ ବହି…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଆଜିଠୁ ବଦଳିଲା ‘ମନରେଗା’ ଯୋଜନା, ନୂଆ ‘VB-G RAM G’ ଆକ୍ଟରେ ଏବେ ପ୍ରତିଦିନ ମିଳିବ…

ନୂଆଦିଲ୍ଲୀ,୧।୭: ଗ୍ରାମୀଣ ରୋଜଗାର କ୍ଷେତ୍ରରେ କେନ୍ଦ୍ର ସରକାର ଆଜି ଅର୍ଥାତ୍ ୧ ଜୁଲାଇ ୨୦୨୬ରୁ ଏକ ଐତିହାସିକ ତଥା ବଡ଼ ନୀତିଗତ ପରିବର୍ତ୍ତନ କାର୍ଯ୍ୟକାରୀ କରିଛନ୍ତି। ଦେଶର…

ଦ୍ରୁତଗତି ସାଜିଲା କାଳ: ବର୍ଷାରେ ହଠାତ୍‌ ବ୍ରେକ୍‌ ମାରିବାରୁ, ଘଟିଲା…

ଦାରିଙ୍ଗବାଡି,୧।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡି ପଞ୍ଚାୟତ ବୁଡ଼ାଗୁଡା ଛକରେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି।…

୩ରେ ଆସି ୫ରେ ଫେରିବେ ଶାହା: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧ା୭(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୩ ତାରିଖ ସା ୮ଟା ୪୦ରେ ଝାରସୁଗୁଡ଼ା ଠାରେ ପହଞ୍ଚିବେ। ଏହାପରେ ସ୍ଥାନୀୟ ଏକ ଘରୋଇ ହୋଟେଲରେ ରାତ୍ରିଯାପନ କରିବେ।…

ଭାଜପାରେ ଚାଲିଛି ପତିଆରା ଲଢେଇ: ନିଗମ ପାଇଁ ଚତୁର ଗୋଟିଚାଳନା

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ଓଡ଼ିଶାରେ ଭାଜପା ଶାସନକୁ ଆସିବାର ୨ ବର୍ଷ ପୂର୍ତ୍ତି ଉତ୍ସବ ନିକଟରେ ପାଳନ ହୋଇସାରିଛି। ରାଜ୍ୟର ଅନେକ ଜିଲାରେ ଏବେ ମଧ୍ୟ ସରକାରୀ ସ୍ତରରେ…

କାଲି ଥିଲେ ଶକ୍ତିଶାଳୀ, ଏବେ ମାଛି ଉଡାଉଛନ୍ତି ଏସବୁ ଆଇପିଏସ୍‌ ଅଫିସର

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ୧୯୯୭ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଡି.ଏସ୍‌. କୁଟ୍ଟେ, ୧୯୯୮ ବ୍ୟାଚ୍‌ ଆଇପିଏସ୍‌ ରବି କାନ୍ତ, ୨୦୦୪ ବ୍ୟାଚ୍‌ ଆଇପିଏସ୍‌ ଆଶିଷ ସିଂ ଏବଂ ୨୦୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri