ଦୈନିକ ସଂକ୍ରମଣରେ ସାମାନ୍ୟ ବ୍ରେକ୍‌, ୩ ରାଜ୍ୟରେ ସଙ୍କଟ…

ନୂଆଦିଲ୍ଲୀ, ୨୬।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ଫଳରେ ପୁଣି ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ଲକ୍ଷେ ୪୭ ହଜାରରୁ ଅଧିକ ରହିଛି। ଗୋଟିଏ ଦିନ ତଳେ ଏହା ଦେଢ଼ ଲକ୍ଷ ଟପିଥିଲା। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୪ ହଜାର ୮୩୦ ରହିଛି। ଗୋଟିଏ ଦିନ ତଳେ ଏହା ୧୬ ହଜାର ୮୬୬ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୩୬ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୪୧ ଥିଲା। ଏହି ସମୟରେ ସକ୍ରିୟ ମାମଲା ଲକ୍ଷେ ୪୭ ହଜାର ୫୧୨ ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୧୮ ହଜାର ୧୫୯ ଜଣ ସୁସ୍ଥ ହୋଇଛନ୍ତି।

ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୬ ହଜାର ୧୧୦ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୯ ଲକ୍ଷ ୨୦ ହଜାର ୪୫୧ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୩୨ ଲକ୍ଷ ୪୬ ହଜାର ୮୨୯ ଜଣ ସୁସ୍ଥ ହୋଇ ସାରିଛନ୍ତି।

କେରଳ, ତାମିଲନାଡୁ ଏବଂ ପଶ୍ଚିମବଙ୍ଗ ଆଦି ୩ ରାଜ୍ୟରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ମହାରାଷ୍ଟ୍ରରେ ୭୮୫ଜଣ, ପଶ୍ଚିମବଙ୍ଗରେ ୧,୦୯୪, ତାମିଲନାଡୁରେ ୧,୯୦୩ ଜଣ, ପଞ୍ଜାବରେ ୩୨୩ ଜଣ କେରଳରେ ୧,୭୦୦ ଜଣ, କର୍ନାଟକରେ ୯୩୯ ଜଣ, ଓଡ଼ିଶାରେ ୬୬୨ ଜଣ, ଗୁଜରାଟରେ ୬୩୩, ଆସାମରେ ୮୦୦ ଜଣ, ତେଲେଙ୍ଗାନାରେ ୫୮୧, ହିମାଚଳପ୍ରଦେଶରେ ୭୧୯ ଜଣ, ଛତିଶଗଡ଼ରେ ୫୪୩ ଜଣ, ଦିଲ୍ଲୀରେ ୪୬୩ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।

ସେହିପରି ହରିୟାଣାରେ ୫୦୮ ଜଣ, ଆନ୍ଧ୍ରପ୍ରଦେଶରେ ୧୪୬ ଜଣ, ଉତ୍ତରପ୍ରଦେଶରେ ୩୪୭ ଜଣ, ତ୍ରିପୁରାରେ ୪୩୧ ଜଣ, ଜମ୍ମୁ-କଶ୍ମୀରରେ ୩୮୩ ଜଣ, ବିହାରରେ ୩୫୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅପରପକ୍ଷରେ ରାଜସ୍ଥାନରେ ୧୮୭ ଜଣ, ମଧ୍ୟପ୍ରଦେଶରେ ୨୨୭ ଜଣ, ଉତ୍ତରାଖଣ୍ଡରେ ୧୮୨ ଜଣ, ଝାଡ଼ଖଣ୍ଡରେ ୧୫୯ ଜଣ, ମିଜୋରାମରେ ୧୯୭ ଜଣ, ଆସାମରେ ୭୬୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୨୦୨ କୋଟି ୫୦ଲକ୍ଷରୁ ଅଧିକରେ ପହଞ୍ଚିଛି । ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି। ଏହା ସହିତ ମାସ୍କ ପିନ୍ଧିବା ଏବଂ କରୋନା ମାର୍ଗଦର୍ଶିକା ପାଳନ କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୁଶପଲ୍ଲୀ ଚଳଚଞ୍ଚଳ: ମା’ ଚାମୁଣ୍ଡାଙ୍କ ପୀଠରେ ଆରମ୍ଭ ହେଲା ନବରାତ୍ର ପୂଜା

ଗଞ୍ଜାମ,୧୧ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ୍‌ ମଲାଡ଼ ପଞ୍ଚାୟତ ଅନ୍ତର୍ଗତ କୁଶପଲ୍ଲୀସ୍ଥିତ ମା’ ଚାମୁଣ୍ଡାଙ୍କ ପୀଠରେ ଶାରଦୀୟ ଦୁର୍ଗାପୂଜା ଅବସରରେ ୯ ଦିନବ୍ୟାପୀ ନବରାତ୍ର ପୂଜା ଓ ଅଖଣ୍ଡ…

CM ବିଜୟଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ମୋଦି, କେନ୍ଦ୍ରରୁ ଯାହା….

ଚେନ୍ନାଇ,୧୧।୧୦: ତାମିଲନାଡୁକୁ ବିକାଶର ନୂଆ ଶିଖରରେ ପହଞ୍ଚାଇବା ପାଇଁ କେନ୍ଦ୍ର ସରକାର ସମସ୍ତ ପ୍ରକାରର ସହଯୋଗ ଯୋଗାଇଦେବେ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରବିବାର ଚେନ୍ନାଇରେ…

‘ରକ୍ତ ଜମାଟ ବାନ୍ଧିବା ସମସ୍ୟା’: ନାନା ପାଟେକରଙ୍କ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟରୁ ଜଣାପଡ଼ିଛି…

ମୁମ୍ବାଇ: ବିଶିଷ୍ଟ ବଲିଉଡ ଅଭିନେତା ନାନା ପାଟେକରଙ୍କର ଅକ୍ଟୋବର ୮,୨୦୨୬ ରେ ଗୋଆରେ ଦେହାନ୍ତ ହୋଇଛି। ତାଙ୍କ ମୃତ୍ୟୁ ପରେ, ଗୋଆର ପଣାଜୀ ପୋଲିସ ଏକ ଅସ୍ବାଭାବିକ…

ଖଡ଼ିଆଳ କଲେଜ ସାଇନ୍‌ ଡାଏ: ଅଧ୍ୟକ୍ଷଙ୍କ ଇସ୍ତଫା ଦାବି ନେଇ ତେଜିଲା ଛାତ୍ର ଆନ୍ଦୋଳନ

ଖଡ଼ିଆଳ,୧୧ା୧୦(ସୁଜିତ୍‌ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବା ଘଟଣାକୁ ନେଇ କ୍ୟାମ୍ପସରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି।…

ମାସିକ ୧୮ ହଜାର ଦରମାରେ କୋଟିପତି ହେବାକୁ ଚାହୁଁଛନ୍ତି କି? ୨୬ ବର୍ଷୀୟ ଯୁବକଙ୍କ କମାଲକୁ ନେଇ ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୧୧।୧୦: ଦୃଢ଼ ଇଚ୍ଛାଶକ୍ତି, ନୂଆ କୌଶଳ ଶିଖିବାର ଆଗ୍ରହ ଏବଂ ନିୟମିତ ସଞ୍ଚୟ-ନିବେଶର ଅଭ୍ୟାସ ଜଣେ ଯୁବକଙ୍କ ଜୀବନକୁ କିପରି ବଦଳାଇପାରେ, ତାହାର ଉଦାହରଣ ହେଉଛନ୍ତି ମଧ୍ୟପ୍ରଦେଶ…

ବାଘଛାଲ କାରବାର ଘଟଣାର ୪ ଅଭିଯୁକ୍ତ ଗିରଫ, କେତେଦୂର ଲମ୍ବିଛି ଚେର, ଜାରି ରହିଛି ଖୋଳତାଡ଼

ମୋହନା,୧୧ା୧୦(ମନ୍ମଥ ମିଶ୍ର): କଲରାପତରିଆ ବାଘଛାଲ କାରବାର ଘଟଣାରେ ବନ ବିଭାଗ ୪ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଗଜପତି ଜିଲା ମୋହନା ବନାଞ୍ଚଳ…

Amitabh Bachchan Networth: କେତେ ଧନୀ ବିଗ ବି, ଗୋଟିଏ ବର୍ଷରେ ଆୟର ପରିମାଣ ଜାଣିଲେ…

ମୁମ୍ବାଇ: ବଲିଉଡର ମେଗାଷ୍ଟାର୍‌ ଅମିତାଭ ବଚ୍ଚନ ଅକ୍ଟୋବର ୧୧ ରେ ନିଜର ୮୪ତମ ଜନ୍ମଦିନ ପାଳନ କରୁଛନ୍ତି। ପାଞ୍ଚ ଦଶନ୍ଧିରୁ ଅଧିକ ସମୟ ଧରି ଚଳଚ୍ଚିତ୍ର ଜଗତରେ…

ମୋଦିଙ୍କୁ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ ବିଜୟ

ଚେନ୍ନାଇ,୧୧।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର (ଅକ୍ଟୋବର ୧୧) ଚେନ୍ନାଇରେ ପହଞ୍ଚିଛନ୍ତି। ସେଠାରେ ସେ ୧୩,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?