ସଂକ୍ରମଣରେ ସାମାନ୍ୟ ବ୍ରେକ୍‌…

ନୂଆଦିଲ୍ଲୀ, ୭।୮ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ପୁଣି ସଙ୍କଟ ଘନେଇବାରେ ଲାଗିଛି। ଫଳରେ ପୁଣି ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ଲକ୍ଷେ ୩୪ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି କମିିଛି। ଏହା ୧୮ ହଜାର ୭୩୮ ରହିଛି। ଗୋଟିଏ ଦିନ ତଳେ ଏହା ୧୯ ହଜାର ୪୦୯ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା କମି ୪୦ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୪୯ ଥିଲା। ଏହି ସମୟରେ ସକ୍ରିୟ ମାମଲା ଲକ୍ଷେ ୩୪ ହଜାର ୯୩୩ ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୧୮ ହଜାର ୫୫୮ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧୯ ହଜାର ୯୨୮ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୬ ହଜାର ୬୮୯ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୧ ଲକ୍ଷ ୪୫ ହଜାର ୭୩୨ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୩୪ ଲକ୍ଷ ୮୪ ହଜାର ୧୧୦ ଜଣ ସୁସ୍ଥ ହୋଇ ସାରିଛନ୍ତି।
ମହାରାଷ୍ଟ୍ର, କେରଳ, ତାମିଲନାଡୁ, କର୍ନାଟକ, ଦିଲ୍ଲୀ, ହରିୟାଣା ଆଦି ରାଜ୍ୟରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି। ଏହା ସହିତ ମାସ୍କ ପିନ୍ଧିବା ଏବଂ କରୋନା ମାର୍ଗଦର୍ଶିକା ପାଳନ କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୦୪ରେ ଭାଜପାର ଏହି ହେଭିଓ୍ବେଟ୍‌ ନେତାଙ୍କୁ ହରାଇ ହଇଚଇ ସୃଷ୍ଟି କରିଥିଲେ ଗୋବିନ୍ଦା, କିଛି ଏଭଳି ଥିଲା…

ନୂଆଦିଲ୍ଲୀ,୨୯।୩: ୧୪ ବର୍ଷର ବଡ଼ ବ୍ୟବଧାନ ପରେ ଅଭିନେତା ଗୋବିନ୍ଦା ପୁଣିଥରେ ରାଜନୀତିକୁ ଫେରିଛନ୍ତି। ଲୋକ ସଭା ନିର୍ବାଚନ ୨୦୨୪ର ଠିକ୍‌ ପୂର୍ବରୁ ସେ ଦ୍ୱିତୀୟ...

ରିଲ୍‌ ଲାଇଫର ‘ରାମ’ଙ୍କ ପରି ପୂର୍ବରୁ ‘ରାବଣ’ଙ୍କୁ ମଧ୍ୟ ଟିକେଟ୍‌ ଦେଇଛି ଭାଜପା, ଜାଣନ୍ତୁ ‘ଲଙ୍କେଶ’ଙ୍କ କିପରି ଥିଲା ରାଜନୈତିକ କ୍ୟାରିୟର

ମୁମ୍ବାଇ: ଚାରି ଦଶକ ପୂର୍ବରୁ ଟିଭି ସିରିଆଲରେ ଲୋକପ୍ରିୟ ହୋଇଥିଲା ରାମାୟଣ। ଏଥିରେ ମୁଖ୍ୟ ଭୂମିକାରେ ଅଭିନୟ କରିଥିବା ଅରୁଣ ଗୋଭିଲ ହିନ୍ଦୁଙ୍କ ରିଅଲ ଲାଇଫର...

ପ୍ରତି ନିର୍ବାଚନରେ ବଢିଚାଲିଛି ଖର୍ଚ୍ଚ ସୀମା, ଲୋକ ସଭା ନିର୍ବାଚନରେ ଏତେ ଲକ୍ଷ ଟଙ୍କା ଖର୍ଚ୍ଚ କରନ୍ତି ପ୍ରାର୍ଥୀ

ନୂଆଦିଲ୍ଲୀ,୨୯।୩: ଲୋକ ସଭା ନିର୍ବାଚନ ୨୦୨୪ର ସମସ୍ତ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ନିର୍ବାଚନ ପ୍ରକ୍ରିୟା ମଧ୍ୟରେ ନିର୍ବାଚନ କମିଶନରଙ୍କ ଦାୟିତ୍ୱ ରହିଥାଏ କି କ୍ଷମତାସୀନ ଦଳ...

କଂଗ୍ରେସ ଏହି ଖୁସିକୁ ସହି ପାରିଲା ନାହିଁ, କାହିଁକି ଏମିତି କହିଲେ କଙ୍ଗନା

ଶିମଲା,୨୯।୩: ହିମାଚଳ ପ୍ରଦେଶର ମଣ୍ଡି ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ତଥା ବଲିଉଡ ଅଭିନେତ୍ରୀ କଙ୍ଗନା ରାନାୱତଙ୍କୁ ନେଇ କଂଗ୍ରେସ ମୁଖପାତ୍ର ସୁପ୍ରିୟା ଶ୍ରୀନେତ...

କଂଗ୍ରେସ ପରେ ବଢିଲା ଏହି ଦଳର ମୁଣ୍ଡବ୍ୟଥା, ଆୟକର ବିଭାଗରୁ ମିଳିଲା ନୋଟିସ

ନୂଆଦିଲ୍ଲୀ,୨୯।୩: କଂଗ୍ରେସ ପରେ ଏବେ ଅନ୍ୟ ଏକ ଦଳର ସମସ୍ୟା ବଢିଥିବା ସୂଚନା ମିଳିଛି। ଏହି ପାର୍ଟିକୁ ଆୟକର ବିଭାଗ ପକ୍ଷରୁ ଏକ ନୋଟିସ ମଧ୍ୟ...

ଆସିଲା ମୁଖତାର ଅନସାରୀଙ୍କ ପୋଷ୍ଟ ମର୍ଟମ ରିପୋର୍ଟ, ଏହି କାରଣ ପାଇଁ ହୋଇଛି ମୃତ୍ୟୁ

ବାନ୍ଦା,୨୯।୩: ମାଫିଆ ମୁଖତାର୍‌ ଅନସାରୀଙ୍କ ଶବ ବ୍ୟବଚ୍ଛେଦ ପରେ ହୃଦ୍‌ଘାତ ହେତୁ ତାଙ୍କର ମୃତ୍ୟୁ ହୋଇଥିବା ନିଶ୍ଚିତ କରାଯାଇଛି। ପୋଷ୍ଟମର୍ଟମ ଘରୁ ବାହାରକୁ ଆସିଥିବା ଡାକ୍ତରମାନେ...

ବିଜେଡି-ଭାଜପା-କଂଗ୍ରେସକୁ ମୟୂରଭଞ୍ଜରେ ଟକ୍କର ଦେବ ଏହି ଦଳ, ଘୋଷଣା କଲା ପ୍ରାର୍ଥୀ

ମୟୂରଭଞ୍ଜ,୨୯।୩: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଝିଅ ପୁଣିଥରେ ଚଳିତ ନିର୍ବାଚନରେ ମଇଦାନକୁ ଓହ୍ଲାଇଛନ୍ତି। ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(JMM) ଶିବୁ ସୋରେନଙ୍କ ଝିଅ ଅଞ୍ଜନି...

ଏହି ରାଜ୍ୟରେ ଭାଜପାକୁ ହେଲା ପ୍ରାର୍ଥୀଙ୍କ ଅଭାବ, କଂଗ୍ରେସ ନେତାଙ୍କୁ ବାଣ୍ଟିଦେଲା ୬୦ଭାଗ ଟିକେଟ୍‌!

ନୂଆଦିଲ୍ଲୀ,୨୯।୩: ମୁଣ୍ଡ ଉପରେ ନିର୍ବାଚନ। ନିର୍ବାଚନ ଯେତିକି ପାଖେଇ ଆସୁଛି ରାଜନୈତିକ ପାର୍ଟିର ନେତାଙ୍କ ମଧ୍ୟରେ ଦଳବଦଳ କାର୍ଯ୍ୟକ୍ରମ ଖୁବ୍‌ ଜୋର୍‌ରେ ଜାରି ରହିଛି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri