ସଂକ୍ରମଣରେ ସାମାନ୍ୟ ବ୍ରେକ୍‌…

ନୂଆଦିଲ୍ଲୀ, ୨।୮ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ପୁଣି ସଙ୍କଟ ଘନେଇବାରେ ଲାଗିଛି। ଫଳରେ ପୁଣି ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ଲକ୍ଷେ ୩୯ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମି ୧୩ ହଜାର ୭୩୪ ରହିଛି। ଗୋଟିଏ ଦିନ ତଳେ ଏହା ୧୬ ହଜାର ୪୬୪ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୩୪ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୩୯ ଥିଲା। ଏହି ସମୟରେ ସକ୍ରିୟ ମାମଲା ଲକ୍ଷେ ୩୯ ହଜାର ୭୯୨ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୪୩ ହଜାର ୯୮୯ ଥିଲା। ସେହିପରି ୨୪ ଘଣ୍ଟାରେ ୧୭ ହଜାର ୮୯୭ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧୬ ହଜାର ୧୧୨ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୬ ହଜାର ୪୩୦ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୦ ଲକ୍ଷ ୫୦ ହଜାର ୯ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୩୩ ଲକ୍ଷ ୮୩ ହଜାର ୭୮୭ ଜଣ ସୁସ୍ଥ ହୋଇ ସାରିଛନ୍ତି।

ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି। ଏହା ସହିତ ମାସ୍କ ପିନ୍ଧିବା ଏବଂ କରୋନା ମାର୍ଗଦର୍ଶିକା ପାଳନ କରିବାକୁ କୁହାଯାଇଛି।

କେରଳ, ତାମିଲନାଡୁ, କର୍ନାଟକ ଆଦି ରାଜ୍ୟରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ମହାରାଷ୍ଟ୍ରରେ ୮୩୦ ଜଣ, ପଶ୍ଚିମବଙ୍ଗରେ ୪୩୬ ଜଣ, ତାମିଲନାଡୁରେ ୧,୩୫୯ ଜଣ, ପଞ୍ଜାବରେ ୨୭୨ ଜଣ କେରଳରେ ୧,୩୨୧ ଜଣ, କର୍ନାଟକରେ ୧,୨୮୭ ଜଣ, ଓଡ଼ିଶାରେ ୭୪୧ ଜଣ, ଗୁଜରାଟରେ ୬୦୬, ଆସାମରେ ୬୮୬ ଜଣ, ତେଲେଙ୍ଗାନାରେ ୭୭୧, ଆସାମରେ ୫୦୮ ଜଣ, ହିମାଚଳପ୍ରଦେଶରେ ୮୫୯ ଜଣ, ଛତିଶଗଡ଼ରେ ୫୧୮ ଜଣ, ଦିଲ୍ଲୀରେ ୮୨୨ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ହରିୟାଣାରେ ୬୦୦ ଜଣ, ଉତ୍ତରପ୍ରଦେଶରେ ୩୨୪ ଜଣ, ଜମ୍ମୁ-କଶ୍ମୀରରେ ୩୯୭ ଜଣ, ବିହାରରେ ୧୨୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅପରପକ୍ଷରେ ରାଜସ୍ଥାନରେ ୨୯୮ ଜଣ, ମଧ୍ୟପ୍ରଦେଶରେ ୧୮୬ ଜଣ, ଉତ୍ତରାଖଣ୍ଡରେ ୨୭୫ ଜଣ, ପୁଡୁଚେରୀରେ ୧୧୩ ଜଣ, ଚଣ୍ଡିଗଡ଼ରେ ୧୮୮ ଜଣ, ମିଜୋରାମରେ ୩୩୭ ଜଣ, ତ୍ରିପୁରାରେ ୧୭୮ ଜଣ, ଝାଡ଼ଖଣ୍ଡରେ ୧୪୦ ଜଣ, ସିକିମ୍‌ରେ ୧୧୭ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୨୦୪ କୋଟି ୬୦ ଲକ୍ଷ ୮୧ ହଜାର ୮୧ ରେ ପହଞ୍ଚିଛି। ସେଥିମଧ୍ୟରେ ୯୨ କୋଟିରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୫ କୋଟି ୪୦ ଲକ୍ଷ ଦ୍ୱିତୀୟ ଡୋଜ୍‌ ରହିଛି । ଗତ ୨୪ ଘଣ୍ଟାରେ ୨୬ ଲକ୍ଷ ୭୭ ହଜାର ୪୦୫ ଟିକା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

୯ ଜଣଙ୍କୁ କୀର୍ତ୍ତି ଚକ୍ର, ୧୯ଙ୍କୁ ଶୌର୍ଯ୍ୟ ଚକ୍ର

ନୂଆଦିଲ୍ଲୀ,୧୫ା୮(ପି.ଟି.): ୮୦ତମ ସ୍ବାଧୀନତା ଦିବସର ଦିନକ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୭୮ଟି ସାହସିକତା ପୁରସ୍କାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେଥିରୁ ୧୩ଟି ପୁରସ୍କାର ମରଣୋତ୍ତର…

ଲାଲ୍‌କିଲ୍ଲାରେ ପ୍ରଥମଥର ‘ବନ୍ଦେ ମାତରମ୍‌’: ବିକଶିତ ରାଷ୍ଟ୍ର ଗଢ଼ିବା ଦିଗରେ…

ନୂଆଦିଲ୍ଲୀ,୧୫।୮: ଚଳିତବର୍ଷ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭ ସୁଦ୍ଧା ଭାରତକୁ…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri