Posted inଖେଳ

ଚେନ୍ନାଇନ୍‌ ଏଫ୍‌ସି ଦଳରେ ସ୍ଲୋଭାକିଆନ ଫରଓ୍ବାର୍ଡ ସିଲ୍‌ଭେଷ୍ଟର

ଚେନ୍ନାଇ, ୨୧ା୧୦ (ପି.ଟି.)-ସ୍ଲୋଭାକିଆନ ସେଣ୍ଟର ଫରଓ୍ବାର୍ଡ ଜାକବ୍‌ ସିଲ୍‌ଭେଷ୍ଟର ଦୁଇଥର ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌) ଚାମ୍ପିୟନ ଚେନ୍ନାଇନ୍‌ ଏଫ୍‌ସି ଦଳରେ ଯୋଗ ଦେଇଛନ୍ତି। ଟ୍ରାନ୍ସଫର ଫ୍ରି ଭିତ୍ତିରେ ସେ ୨୦୨୦-୨୧ ସିଜନ ପାଇଁ କ୍ଲବ ସହିତ ଚୁକ୍ତି କରିଛନ୍ତି। ୩୧ ବର୍ଷୀୟ ପୂର୍ବତନ ସ୍ଲୋଭାକିଆ ଅନ୍ତର୍ଜାତୀୟ ଖେଳାଳି ଏହା ପୂର୍ବରୁ ଇସ୍ରାଏଲର ପ୍ରଥମ ଡିଭିଜନ କ୍ଲବ ହାପୋଏଲ ହାଇଫା ଏଫ୍‌ସିରୁ ଖେଳୁଥିଲେ। କ୍ଲବ ସହ ତାଙ୍କର ଚୁକ୍ତି ମିଆଦ ଶେଷ ହୋଇଯାଇଛି। ସ୍ଲୋଭାକିଆର ପ୍ରଥମ ଖେଳାଳି ଭାବେ ଆଇଏସ୍‌ଏଲରେ ଖେଳିବାକୁ ଯାଉଥିବାରୁ ସିଲଭେଷ୍ଟରଙ୍କ ଉତ୍କଣ୍ଠା ରହିଛି। ଚେନ୍ନାଇନ୍‌ ଏଫ୍‌ସି ମୁଖ୍ୟ କୋଚ୍‌ ସିସାବା ଲାଜ୍‌ଲୋ କହିଛନ୍ତି, ୨୦୨୦-୨୧ ସିଜନ ପାଇଁ କ୍ଲବ ସହ ଚୁକ୍ତି କରିବାରେ ସିଲଭେଷ୍ଟର ହେଉଛନ୍ତି ୭ମ ତଥା ଅନ୍ତିମ ବିଦେଶୀ ଖେଳାଳି। ତାଙ୍କ ଯୋଗଦାନ ପରେ କ୍ଲବର ଆକ୍ରମଣ କ୍ଷମତା ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଫଗାନିସ୍ତାନକୁ ହରାଇଲା ଭାରତ, ୧୩ ବଲ୍‌ରେ…

ଧର୍ମଶାଳା,୧୩ା୬: ଧର୍ମଶାଳାରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଇଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ ସିରିଜରେ ଭାରତ ବିଜୟ ଲାଭ କରିଛି। ବର୍ଷା ପ୍ରଭାବିତ ପ୍ରଥମ ଦିନିକିଆରେ ଟିମ୍‌…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

୩୭ ବର୍ଷର ପୁରୁଣା ରେକର୍ଡ ଭାଙ୍ଗିଲେ ରୋହିତ ଶର୍ମା, ଧର୍ମଶାଳାରେ ଇତିହାସ ରଚି…

ଧର୍ମଶାଳା,୧୩ା୬: ରୋହିତ ଶର୍ମା ଏବେ ଆନୁଷ୍ଠାନିକ ଭାବରେ ଭାରତୀୟ କ୍ରିକେଟ୍‌ ଦଳ ପାଇଁ ଓଡିଆଇ ଖେଳିଥିବା ସବୁଠାରୁ ବୟସ୍କ ଖେଳାଳି ହୋଇପାରିଛନ୍ତି। ସେ ମୋହିନ୍ଦର ଅମରନାଥଙ୍କ ୩୭…

ଅଧିନାୟକ ହେବା ପରେ, ମୁମ୍ବାଇର ୱର୍ଲିରେ ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ ନେଲେ ଶ୍ରେୟସ ଆୟର; ଭଡା ଜାଣିଲେ ଆଶ୍ଚର୍ଯ୍ୟ ହେବେ

ମୁମ୍ବାଇ,୧୩।୬: ଶ୍ରେୟସ ଆୟରଙ୍କୁ ସମ୍ପ୍ରତି ଭାରତୀୟ ଟି-୨୦ ଦଳର ଅଧିନାୟକ ଦାୟିତ୍ୱ ଦିଆଯାଇଛି। ବର୍ତ୍ତମାନ, ସେ ମୁମ୍ବାଇର ହାଇକଷ୍ଟ ୱାର୍ଲି ଅଞ୍ଚଳରେ ଏକ ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ ଭଡା…

ମାତ୍ର ୧୦ ବର୍ଷ ବୟସରେ କମାଲ କଲେଣି ବୈଭବ ସୂର୍ଯ୍ୟବଂଶୀଙ୍କ ସାନ ଭାଇ

ପାଟନା,୧୩।୬: ବୈଭବ ସୂର୍ଯ୍ୟବଂଶୀ ତାଙ୍କ ବ୍ୟାଟିଂରେ ଚହଳ ସୃଷ୍ଟି କରି ଟିମ ଇଣ୍ଡିଆରେ ସ୍ଥାନ ପାଇଥିଲେ ଏବଂ ଏବେ ତାଙ୍କ ସାନ ଭାଇ ସମାନ ପ୍ରଭାବ ପକାଇବାକୁ…

ଷ୍ଟାର୍‌ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ପିତାଙ୍କୁ କାହିଁକି ସାବଧାନ କଲେ ଏହି ପୂର୍ବତନ କ୍ରିକେଟର? ଜାଣନ୍ତୁ କ’ଣ ରହିଛି ବଡ଼ କାରଣ

ନୂଆଦିଲ୍ଲୀ, ୧୨।୬: ଭାରତୀୟ କ୍ରିକେଟରେ ବୈଭବ ସୂର୍ଯ୍ୟବଂଶୀଙ୍କ ନାମ ଆଜିକାଲି କ୍ରମାଗତ ଭାବେ ଚର୍ଚ୍ଚାରେ ରହିଛି । ଅଣ୍ଡର-୧୯ କ୍ରିକେଟ ଏବଂ ଆଇପିଏଲ (IPL) ରେ ଚମତ୍କାର…

କମ୍‌ ବୟସରେ ଟଳିପଡ଼ିଲେ ଭାରତର ପ୍ରସିଦ୍ଧ ଶୁଟର: ଜିତିଥିଲେ ସ୍ବର୍ଣ୍ଣପଦକ

ନୂଆଦିଲ୍ଲୀ,୧୨।୬:ପ୍ରସିଦ୍ଧ ଶୁଟର ତଥା ଭାରତୀୟ ଅଲିମ୍ପିକ ଷ୍ଟାର ମନୁ ଭାକରଙ୍କ କୋଚ ଜସପାଲ ରାଣାଙ୍କ ଦେହାନ୍ତ ହୋଇଛି। ମ୍ୟୁନିଚ୍‌ରେ ଅନୁଷ୍ଠିତ ଶୁଟିଂ ବିଶ୍ୱକପ ପରେ ଭାରତ ଫେରିବା…

ବିଳମ୍ବ ହୋଇପାରେ ବୈଭବ ସୂର୍ଯ୍ୟବଂଶୀଙ୍କ ଡେବ୍ୟୁ? ଭାରତର ଆୟରଲ୍ୟାଣ୍ଡ ଗସ୍ତକୁ ନେଇ ଲାଗି ରହିଛି ଅନିଶ୍ଚିତତା…

ନୂଆଦିଲ୍ଲୀ,୧୨।୬: ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସକଙ୍କ ପାଇଁ ଏକ ଖରାପ ଖବର ଅଛି। ଏହି ୧୫ ବର୍ଷୀୟ ବିସ୍ଫୋରକ ବ୍ୟାଟସମ୍ୟାନଙ୍କ ଅନ୍ତର୍ଜାତୀୟ ଡେବ୍ୟୁ ପାଇଁ ଯେଉଁମାନେ ଉତ୍ସାହର ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri