ପ୍ରକଳ୍ପ ନିର୍ମାଣ କାର୍ଯ୍ୟରେ ମନ୍ଥରତା

ନିମାପଡ଼ା,୧୦।୨(ଡି.ଏନ୍‌.ଏ.): ନିମାପଡ଼ା ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବିଭାଗ ପକ୍ଷରୁ ପ୍ରାୟ ୫୧ କୋଟି ବ୍ୟୟ ଅଟକଳରେ ନିମାପଡ଼ା ବ୍ଲକର ବିଭିନ୍ନ ଗ୍ରାମ ପଞ୍ଚାୟତରେ ୫୧ଟି ନୂତନ ପାନୀୟ ଜଳ ଯୋଗାଣ ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ହାତକୁ ନିଆଯାଇଛି। ଏହି ନୂତନ ପ୍ରକଳ୍ପଗୁଡ଼ିକର କାର୍ଯ୍ୟ ଶେଷ ହୋଇ କାର୍ଯ୍ୟକ୍ଷମ ହେଲେ ପ୍ରାୟ ଦେଢଲକ୍ଷ ଜନସାଧାରଣ ସୁବିଧାରେ ବିଶୁଦ୍ଧ ପାନୀୟ ଜଳ ପାଇବେ। ନିମାପଡ଼ା ବ୍ଲକର କୌଣସି ପଞ୍ଚାୟତରେ ପାନୀୟ ଜଳ ସଙ୍କଟ ଦେଖାଯିବ ନାହିଁ ବୋଲି ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବିଭାଗ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡ଼ିଛି। ଏହି ନବ ନିର୍ମାଣ ପ୍ରକଳ୍ପଗୁଡ଼ିକ ନିର୍ମାଣ କାର୍ଯ୍ୟ ଆସନ୍ତା ଡିସେମ୍ବର ଶେଷ ସୁଦ୍ଧା ଶେଷ ହୋଇ କାର୍ଯ୍ୟକ୍ଷମ ହେବାକୁ ବିଭାଗୀୟ ଲକ୍ଷ୍ୟଧାର୍ଯ୍ୟ ରଖାଯାଇଛି। ଏହି ପ୍ରକଳ୍ପ ମଧ୍ୟରୁ ମାହାଳ, କୁଶିକଣା, ଡଢଣା, ପଳସୁଧା, ଭଗବତୀପୁର, ହରିଶିପୁର ଆଦି ୬ଟି ନୂତନ ପ୍ରକଳ୍ପର ଶତପ୍ରତିଶତ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଛି। ଆସନ୍ତା ୧୦ ଦିନ ମଧ୍ୟରେ ଏହି ନୂତନ ପ୍ରକଳ୍ପଗୁଡ଼ିକର ଉଦ୍‌ଘାଟନ କରାଯାଇ ଲୋକାର୍ପିତ ହେବ। ଉପରୋକ୍ତ ଅଞ୍ଚଳର ଲୋକଙ୍କୁ ସୁବିଧାରେ ପାଇପଲାଇନ ଯୋଗେ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦିଆଯିବ ବୋଲି ବିଭାଗୀୟ ସହକାରୀ ନିର୍ବାହୀ ଯନ୍ତ୍ରୀ ପ୍ରବୀର ବଳ ସୂଚନା ଦେଇଛନ୍ତି। ଅନ୍ୟପକ୍ଷେ ଅବଶିଷ୍ଟ ୪୫ଟି ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ଚାଲିଥିବାବେଳେ ଏଜେନ୍ସିର ଅବହେଳା, ଖାମଖିଆଲି ନୀତି ଯୋଗୁ ନିର୍ମାଣ କାର୍ଯ୍ୟରେ ମନ୍ଥରତା ଦେଖାଦେଇଛି। ଏଥିନେଇ ସାଧାରଣରେ ଅସନ୍ତୋଷ ବୃଦ୍ଧିପାଇଛି। ଯୁଦ୍ଧକାଳୀନ ଭିତ୍ତିରେ ପ୍ରକଳ୍ପଗୁଡ଼ିକର ନିର୍ମାଣ କାର୍ଯ୍ୟ କରାଯାଇ ଅବଧି ସମୟ ପୂର୍ବରୁ କାର୍ଯ୍ୟ ସାରିବାକୁ ବିଭାଗୀୟ ଅଧିକାରୀ ଏଜେନ୍ସିକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ଶାଇଁସ ଶାସନ ପଞ୍ଚାୟତର ଭଗବତୀପୁର ଗ୍ରାମଠାରେ ନିର୍ମାଣାଧୀନ ପାନୀୟ ଜଳ ଯୋଗାଣ ପ୍ରକଳ୍ପକୁ ତୁରନ୍ତ କାର୍ଯ୍ୟକ୍ଷମ କରି ଗ୍ରାମାଞ୍ଚଳର ଲୋକଙ୍କୁ ଗ୍ରୀଷ୍ମଦିନ ଆଗରୁ ପାନୀୟ ଜଳ ଯୋଗାଇ ଦେବାକୁ ସରପଞ୍ଚ ଦେବାଶିଷ ଆଚାର୍ଯ୍ୟ, ସମିତି ସଭ୍ୟା ସାରାଣୀ ରଥ ବିଭାଗୀୟ ଅଧିକାରୀଙ୍କ ନିକଟରେ ଦାବି କରିଛନ୍ତି। ତୁରନ୍ତ ପ୍ରକଳ୍ପ କାର୍ଯ୍ୟକ୍ଷମ ନ ହେଲେ ଗ୍ରାମବାସୀ ରାଜରାସ୍ତାକୁ ଓହ୍ଲାଇବେ ବୋଲି ସରପଞ୍ଚ ଆଚାର୍ଯ୍ୟ ଓ ସମିତି ସଭ୍ୟା ରଥ ପ୍ରଶାସନକୁ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ; ଶିବସେନା ସମେତ କିଏ କିଏ ସାମିଲ? ଜାଣନ୍ତୁ…

ମୁମ୍ବାଇ,୪।୧୦: ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଏବଂ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମଏନଏସ) ମୁଖ୍ୟ ରାଜ ଠାକରେ ରବିବାର (ଅକ୍ଟୋବର ୪), ମୁମ୍ବାଇରେ ମୁଖ୍ୟ ନିର୍ବାଚନ…

ଶନିଙ୍କ ବଡ଼ ଚଳନ: ଏହି ରାଶିଙ୍କ ଉପରେ ଧନବର୍ଷା, ଏମାନଙ୍କର ବଢିବ ଚିନ୍ତା; ଜାଣନ୍ତୁ ଆପଣଙ୍କ ରାଶିଫଳ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ, କାରଣ ଏହାର ବ୍ୟାପକ ପ୍ରଭାବ ସମସ୍ତ ରାଶି ଉପରେ ଦେଖିବାକୁ ମିଳେ। ବିଶେଷ କରି ସାଢ଼େସାତୀ…

ଚେକ୍‌ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍‌ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…

ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ଚେକ୍‌ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…

ପ୍ରସ୍ତୁତ କରୁଥିଲେ ଦେଶୀ ମଦ, ୨ ଜଣଙ୍କୁ ବାନ୍ଧି କୋର୍ଟ ପଠାଇଲା ଅବକାରୀ ପୋଲିସ

କେସିଙ୍ଗା,୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାର ଉପନିରୀକ୍ଷକ ମଳୟ କୁମାର ପ୍ରଧାନଙ୍କ ନେତୃତ୍ୱରେ ବ୍ଲକର କୁଣ୍ଢାବନ୍ଧ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ ପାଟ୍ରୋଲିଂ କରୁଥିବା ସମୟରେ…

ଅପହଞ୍ଚ ଗାଁରେ ଆଶାର କିରଣ: ସ୍ୱାବଲମ୍ବୀ ହେବେ ସାନ୍ତାଳୀ ମହିଳା, ମିଶନ ଶକ୍ତିରେ ଯୋଡ଼ି ହୋଇ…

ମହାକାଳପଡ଼ା,୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ସମୁଦ୍ର ତଟରେ ଅବସ୍ଥିତ ଅପହଞ୍ଚ ସାନ୍ତାଳୀ ଗ୍ରାମ ‘ପାଣିଖିଆ’। ଅନାଦି କାଳରୁ ଏହି ଗ୍ରାମର ସାନ୍ତାଳୀ…

ଆଗକୁ ପଞ୍ଚାୟତ ନିର୍ବାଚନ: ଜିତିବା ପାଇଁ ଭାଜପା କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ

ଭୁବନେଶ୍ୱର,୪ା୧୦: ରାଜ୍ୟରେ ଆଗକୁ ଆସୁଛି ପଞ୍ଚାୟତ ନିର୍ବାଚନ। ଗ୍ରାମାଞ୍ଚଳରେ ଦଳର ସଂଗଠନକୁ ଆହୁରି ସୁଦୃଢ଼ କରିବା ଏବଂ ନିର୍ବାଚନୀ ମଇଦାନରେ ସଫଳତା ହାସଲ କରିବା ପାଇଁ ଭାରତୀୟ…

ଏମ.ଏସ. ଧୋନିଙ୍କ ଯୋଗୁ ଟିମ ଇଣ୍ଡିଆ ତୃତୀୟ ଦିନିକିଆ ମ୍ୟାଚ ହାରିଗଲା; ଐତିହାସିକ ବିଜୟ ପରେ ଏକ ବଡ଼ ରହସ୍ୟ ଖୁଲାସା କଲେ…

ନୂଆଦିଲ୍ଲୀ,୪।୧୦: ଶନିବାର ନୂଆ ଚଣ୍ଡିଗଡ଼ରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ୱେଷ୍ଟଇଣ୍ଡିଜ ଠାରୁ ପରାଜିତ ହୋଇଛି। ଶାଇ ହୋପଙ୍କ ଚମତ୍କାର ଶତକ ବଳରେ…

IND vs WI:‘ବର୍ତ୍ତମାନ ପରୀକ୍ଷା-ନିରୀକ୍ଷା କରିବାର ସମୟ ନୁହେଁ’ ରୋହିତ ଶର୍ମା, ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ଶୁବମନ ଗିଲ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳର ଦୁଇ ପ୍ରମୁଖ ଖେଳାଳି ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ନେଇ, ବିଶେଷକରି ଆସନ୍ତା ବର୍ଷ ହେବାକୁ ଥିବା ଦିନିକିଆ ବିଶ୍ୱକପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?