Posted inଜାତୀୟ

କଂଗ୍ରେସର ଝୁମ୍ପୁଡ଼ି ବସ୍ତି ରାଜନୀତି

ନୂଆଦିଲ୍ଲୀ, ୮।୯: ରାଜଧାନୀ ଦିଲ୍ଲୀର ରେଳ ଲାଇନ କଡ଼ରେ ଥିବା ୪୮ ହଜାରରୁ ଅଧିକ ଝୁମ୍ପୁଡ଼ି ଘର ହଟିବା ନେଇ ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। ପର୍ଯ୍ୟାୟକ୍ରମେ ଝୁମ୍ପୁଡ଼ିଗୁଡ଼ିକୁ ହଟାଯିବ ବୋଲି ନିର୍ଦ୍ଦେଶରେ ଉଲ୍ଲେଖ କରାଯାଇଛି। ନିର୍ଦ୍ଦେଶ ଅନୁସାରେ ରେଲଓ୍ବେ ସୁରକ୍ଷା ଜୋନ୍‌ରେ ବେଆଇନ ଦଖଲ କରିଥିବା ଝୁମ୍ପୁଡ଼ିକୁ ହଟାଯିବ। ଆସନ୍ତା ୩ ମାସ ମଧ୍ୟରେ ୧୪୦ କିମି ଲମ୍ବ ରେଳ ଲାଇନ କଡ଼ରେ ଥିବା ଏସବୁ ଝୁମ୍ପୁଡ଼ିକୁ ଭଙ୍ଗାଯିବ। ତେବେ ଏହି ପ୍ରସଙ୍ଗକୁ ନେଇ କଂଗ୍ରେସ ଏବେ ଆଗକୁ ଆସିଛି। କଂଗ୍ରେସର ପୂର୍ବ ପ୍ରଦେଶ ଅଧ୍ୟକ୍ଷ ସୁଭାଷ ଚୋପ୍ରା ଏହି ପ୍ରସଙ୍ଗରେ ବେଶ୍‌ ସକ୍ରିୟ ରହିଛନ୍ତି। ସୁପ୍ରିମ୍‌କୋର୍ଟ ପୁନର୍ବିଚାର ଆବେଦନ ଦାଖଲ ଉପରେ ସେ ଗୁରୁତ୍ୱାରୋପ କରୁଛନ୍ତି। ପ୍ରଦେଶ ଅଧ୍ୟକ୍ଷ ଅନୀଲ ଚୌଧୁରୀ ବସ୍ତି ବାସିନ୍ଦାଙ୍କ ସହିତ ଏନେଇ ଆଲୋଚନା ମଧ୍ୟ କରିଛନ୍ତି। କଂଗ୍ରେସ ପାଖରେ ଅନ୍ୟ କୌଣସି ପ୍ରସଙ୍ଗ ନ ଥିବାରୁ ଏହାକୁ ନେଇ ଆସନ୍ତା ୩ ମାସ ପର୍ଯ୍ୟନ୍ତ ରାଜନୀତି କରିବାରୁ ସୁଯୋଗ ପାଇବ ବୋଲି ଚର୍ଚ୍ଚା ହେଉଛି। ତେବେ ନିର୍ଦ୍ଦେଶରେ ଦର୍ଶାଯାଇଛି ଯେ, ଅନ୍ୟ କୋର୍ଟ ଏନେଇ ମଧ୍ୟବର୍ତ୍ତୀକାଳୀନ ଆଦେଶ ଜାରିକଲେ ତାହାର ପ୍ରଭାବ ସୁପ୍ରିମ୍‌କୋଟଙ୍କ ରାୟକୁ ବାଧା ଦେଇ ପାରିବ ନାହିଁ। ୧୯୮୫ଠାରୁ ପ୍ରଦୂଷଣ ରୋକିବା ପାଇଁ ବିଭିନ୍ନ ସମୟରେ ସୁପ୍ରିମ୍‌କୋର୍ଟ ପକ୍ଷରୁ ଏଭଳି ରାୟ ଦିଆଯାଉଛି। ୨୦୧୮ରେ ଝୁମ୍ପୁଡ଼ି ହଟାଇବା ପାଇଁ ଏନ୍‌ଜିଟି ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲା। ତେବେ ରାଜନୈତିକ ହସ୍ତକ୍ଷେପ ଯୋଗୁ ଏହା ସମ୍ଭବ ହୋଇ ପାରି ନଥିଲ। ଏବେ ପୁଣି କଂଗ୍ରେସ ଝୁମ୍ପଡ଼ିବସ୍ତିକୁ ନେଇ ରାଜନୀତି ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

ଲିଫ୍ଟ ଦେବା କହି ଚଳନ୍ତା କାର୍‌ରେ ମହିଳାଙ୍କୁ କଲେ ବଳାତ୍କାର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୩୧।୧୨: କୋତୱାଲି ଥାନା ଅଞ୍ଚଳରେ ଚଳନ୍ତା କାରରେ ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କୁ ବଳାତ୍କାର କରିବା ପରେ ଅଭିଯୁକ୍ତମାନେ ତାଙ୍କୁ ରାସ୍ତାରେ...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା...

୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri