ରେଙ୍ଗାଲିରେ ଅଟକିବ ‘ସମଲେଶ୍ୱରୀ’, ଲୋଇସିଂହା, ମୁରିବାହାଲରେ ‘ପୁରୀ-ଦୁର୍ଗ ଏକ୍ସପ୍ରେସ୍‌’

ଭୁବନେଶ୍ୱର,୨୯।୨(ଅନୁରାଧା ମହାରଣା)ସମଲେଶ୍ୱରୀ ଏକ୍ସପ୍ରେସ୍‌ ଏବଂ ପୁରୀ ଦୁର୍ଗ ଏକ୍ସପ୍ରେସ୍‌ ପରୀକ୍ଷାମୂଳକ ଭାବେ ନିର୍ଦ୍ଧାରିତ ଷ୍ଟେଶନରେ ରହଣି କରିବ। ୧୮୦୦୫ ହାଓଡ଼ା-ଜଗଦଳପୁର ସମଲେଶ୍ୱରୀ ଏକ୍ସପ୍ରେସ୍‌ ଗୁରୁବାରଠାରୁ ଏବଂ ୧୮୦୦୬ ଜଗଦଲପୁର-ହାଓଡ଼ା ସମଲେଶ୍ୱରୀ ଏକ୍ସପ୍ରେସ ୨୯ ତାରିଖରୁ ରେଙ୍ଗାଲି ଷ୍ଟେଶନରେ ଅଟକିବ। ହାଓଡ଼ାରୁ ଛାଡୁଥିବା ସମଲେଶ୍ୱରୀ ଏକ୍ସପ୍ରେସ ରେଙ୍ଗାଲିରେ ସକାଳ ୮ଟା ୩୬ରେ ପହଞ୍ଚତ୍ ୮ଟା ୩୮ରେ ଜଗଦଳପୁର ଅଭିମୁଖେ ଯାତ୍ରା କରିବ। ସେହିଭଳି ଜଗଦଲପୁରରୁ ଛାଡୁଥିବା ଏହି ଟ୍ରେନ ରେଙ୍ଗାଲିରେ ସା ୬ଟା ୫୫ରେ ପହଞ୍ଚତ୍ ୬ ଟା ୫୭ରେ ହାଓଡ଼ା ଅଭିମୁଖେ ଯାତ୍ରା କରିବ। ସେହିପରି ପୁରୀରୁ ମାର୍ଚ୍ଚ ୧ରୁ ଏବଂ ଦୁର୍ଗରୁ ୨ ମାର୍ଚ୍ଚରୁ ଛାଡୁଥିବା ୧୮୪୨୫/୧୮୪୨୬ ପୁରୀ-ଦୁର୍ଗ-ପୁରୀ ଏକ୍ସପ୍ରେସ୍‌ ଲୋଇସିଂହା ଏବଂ ମୁରିବାହାଲ ଷ୍ଟେଶନରେ ରହଣି କରିବ। ପୁରୀରୁ ଛାଡୁଥିବା ୧୮୪୨୫ ପୁରୀ- ଦୁର୍ଗ ଏକ୍ସପ୍ରେସ୍‌ ଲୋଇସିଂହାରେ ଭୋର୍‌ ୩ଟା ୫୮ରେ ପହଞ୍ଚତ୍ ଭୋର ୪ଟାରେ ଛାଡ଼ିବ। ଏହି ଟ୍ରେନ ମୁରିବାହାଲରେ ଭୋର୍‌ ୬ଟା ୧୦ରେ ପହଞ୍ଚତ୍ ଭୋର ୬ଟା ୧୨ରେ ଦୁର୍ଗ ଅଭିମୁଖେ ଯାତ୍ରା କରିବ। ଫେରିବା ମାର୍ଗରେ ଦୁର୍ଗରୁ ଛାଡୁଥିବା ୧୮୪୨୬ ଦୁର୍ଗ-ପୁରୀ ଏକ୍ସପ୍ରେସ୍‌ ରାତି ୮ଟା ୨୫ରେ ମୁରିବାହାଲରେ ପହଞ୍ଚତ୍ ୮ଟା ୨୭ରେ ଛାଡିବ ଓ ରାତି ୧୦ଟା ୨୫ରେ ଲୋଇସିଂହାଠାରେ ପହଞ୍ଚତ୍ ରାତି ୧୦ଟା ୨୭ରେ ପୁରୀ ଅଭିମୁଖେ ଯାତ୍ରା କରିବ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଏନଏସିରୁ ବାଦ ପଡିଲେ ୧୪୩୨ ଭୋଟର: ସୂଚନା ଦେଲେ ଅଧିକାରୀ

କେସିଙ୍ଗା,୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାରେ ସ୍ବତନ୍ତ୍ର ସଘନ ସଂଶୋଧନ-୨୦୨୬ର ଭୋଟର୍ସଙ୍କ ତାଲିକା ଲିଷ୍ଟ ଇତି ମଧ୍ୟରେ ପ୍ରକାଶ ପାଇଛି। କେସିଙ୍ଗା ଏନଏସିର ସର୍ବମୋଟ ୧୪ହଜାର୮୬୮ ଜଣ ଭୋଟର…

ଯବାନଙ୍କ ସର୍ଚ୍ଚ ଅପରେଶନ ବିପୁଳ ପରିମାଣ ମାଓବାଦୀ ସାମଗ୍ରୀ ଜବତ

ନୂଆପଡ଼ା,୮।୭ (ମକାରୁ ବେମାଲ): ୨୦୨୬ ମାର୍ଚ୍ଚ ୩୧ରେ ସାରା ଦେଶକୁ ମାଓବାଦୀ ମୁକ୍ତ ଘୋଷଣା କରାଯାଇଥିଲା। ସେହି ଦିନଠାରୁ ମାଓବାଦୀ ଗତିବିଧି ଜଣାପଡି ନ ଥିଲା। ହେଲେ…

ନେହା ଡାଗା ରାଜ୍ୟ ମହିଳା ମୋର୍ଚ୍ଚା ସଭାନେତ୍ରୀ

ନୂଆପଡ଼ା,୮।୭ (ମକାରୁ ବେମାଲ) : ନୂଆପଡା ଜିଲା ଖରିଆର ରୋଡ ପାର୍ଶ୍ୱନାଥ (ଜୈନ) ଭବନଠାରେ ଭାରତୀୟ ଜନତା ମଜଦୁର ସେଲ୍‌ (ବିଜେଏମ୍‌ସି) ଓଡ଼ିଶା ରାଜ୍ୟ କମିଟି ପକ୍ଷରୁ…

ଲୋକଙ୍କ ଘରେ ପଶିଲା ମଇଳା ପାଣି, ଡ୍ରେନେଜ ସମସ୍ୟା ନେଇ ଜିଲାପାଳଙ୍କୁ …

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌର ପରିଷଦ ଅଞ୍ଚଳରେ ଡ୍ରେନେଜ ସମସ୍ୟା ସଙ୍ଗୀନ ହୋଇପଡ଼ିଛି। ଗତ କିଛିଦିନ ବର୍ଷା ଲାଗି ରହିବାରୁ ବିଭିନ୍ନ ୱାର୍ଡ଼ ଜଳମଗ୍ନ ହେବା ସହିତ…

ସରକାରୀ ଜମିରେ ବନବିଭାଗର ବୃକ୍ଷରୋପଣ ଉଦ୍ୟମ: ଗ୍ରାମବାସୀଙ୍କ ତୀବ୍ର ବିରୋଧ, ଗାଁ ମୁଣ୍ଡ ରାସ୍ତାରେ ଦେଲେ ଧାରଣା

ମହାକାଳପଡ଼ା,୮।୭( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ସ୍ଥାନୀୟ କଣ୍ଡରା ପାଟିଆ ଗ୍ରାମ ଜୋରୀ…

ଜୀରାନଦୀରେ ରିଂ ରୋଡ୍‌ ନିର୍ମାଣ: ସମୟ ଗଡ଼ୁଛି, ବର୍ଷାରେ ଧୋଇ ଯାଉଛି

ବରଗଡ଼,୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀ ପାର୍ଶ୍ୱରେ ରିଂ ରୋଡ୍‌ ନିର୍ମାଣ ଚାଲିଛି। ବର୍ଷା ଓ ବନ୍ୟା ସମୟରେ ସହରକୁ ଜଳ ପ୍ଳାବନରୁ ରକ୍ଷା,…

ଭିଜିଲାନ୍ସ ଜାଲରେ ଖଣି ଉପନିର୍ଦ୍ଦେଶକ: ବାଲି ବ୍ୟବସାୟୀଙ୍କ ଠାରୁ ଲାଞ୍ଚ ନେଇ ଧରାପଡିଲେ…

ଜୟପୁର, ୮।୭(ପବନ ପାଣିଗ୍ରାହୀ): ଭିଜିଲାନ୍ସ ଜାଲରେ ଖଣି ଉପନିର୍ଦ୍ଦେଶକ ସତ୍ୟଜିତ ରାଉତ। ଜଣେ ବାଲି ବ୍ୟବସାୟୀଙ୍କ ଠାରୁ ୨ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ମାଡିବସିଲା…

ମଦ ଦୋକାନକୁ ନେଇ ଅସନ୍ତୋଷ:  ବିରୋଧ, ରାସ୍ତାରୋକୋ

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌର ପରିଷଦ ଅଧୀନ ୱାର୍ଡ଼ ନମ୍ବର-୧ର ନିଗମାନନ୍ଦ ବିହାର ଛକ ନିକଟରେ ବିଦେଶୀ ମଦ ଦୋକାନ ଖୋଲିବାକୁ ନେଇ ଅସନ୍ତୋଷ ତେଜି ଉଠିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri