ବିଶ୍ୱର ସବୁଠାରୁ ଛୋଟ ଶିଶୁ ୭ମାସ ପରେ ଓଜନ ୩ କିଲୋ

ଟୋକିଓ,୧୯।୪: ବିଶ୍ୱର ସବୁଠାରୁ ଛୋଟ ଶିଶୁପୁତ୍ର ଗତବର୍ଷ ଅକ୍ଟୋବରରେ ଜାପାନରେ ଜନ୍ମଗ୍ରହଣ କରିଥିଲେ। ସେବେଠାରୁ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲୁଥିଲା। ଏବେ ସେ ବାହାର ଦୁନିଆକୁ ଆସିବାକୁ ପ୍ରସ୍ତୁତ ବୋଲି ତାଙ୍କୁ ଚିକିତ୍ସା କରୁଥିବା ଡାକ୍ତରମାନେ ଶୁକ୍ରବାର ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ରୁସୁକେ ସେକିୟା ନାମକ ମହିଳା ଜରୁରୀକାଳୀନ ସିଜରିଆନ୍‌ ସେକ୍ସନ୍‌ ଜରିଆରେ ଗର୍ଭଧାରଣର ୨୪ ସପ୍ତାହ ୫ ଦିନ ମଧ୍ୟରେ ଉକ୍ତ ଶିଶୁ ପୁତ୍ରକୁ ଜନ୍ମ ଦେଇଥିଲେ। ତାଙ୍କ ମା’ ହାଇପରଟେନଶନର ଶିକାର ହୋଇଥିବାରୁ ସମୟ ପୂର୍ବରୁ ଉକ୍ତ ଶିଶୁଟିକୁ ଜନ୍ମ ଦେଇଥିଲେ। ଆଉ ଜନ୍ମ ବେଳକୁ ଶିଶୁର ଓଜନ ଥିଲା ୨୫୮ ଗ୍ରାମ୍‌ ଅର୍ଥାତ୍‌ ଗୋଟିଏ ସେଓର ଓଜନ ପାଖାପାଖି। ଏବେ କିନ୍ତୁ ଉପଯୁକ୍ତ ଚିକିତ୍ସା ପରେ ପିଲାଟିର ଓଜନ ୩ କିଲୋଗ୍ରାମ ହୋଇଥିବା ଡାକ୍ତର ପ୍ରକାଶ କରିଛନ୍ତି। କେବଳ ସେତିକି ନୁହେଁ ଏବେ ସେ ସାଧାରଣ ଶିଶୁଙ୍କ ଭଳି ବାହାର ଦୁନିଆକୁ ଆସିପାରିବ ବୋଲି ମଧ୍ୟ ଡାକ୍ତର କହିଥିବାରୁ ପିତାମାତା ଆନନ୍ଦିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନା ଖୋଲିଲା ହର୍ମୁଜ, ନା ହେଲା କୌଣସି ଚୁକ୍ତି… ଏହାପରେ ବି କାହିଁକି ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛନ୍ତି ଟ୍ରମ୍ପ୍‌? ଜାଣନ୍ତୁ କ’ଣ ରହିଛି ଏହାର ବଡ଼ କାରଣ

ଓ୍ବାଶିଂଟନ,୧।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂତନ ମୋଡ଼ ନେଇଛି। ଇରାନ ସହିତ ଯୁଦ୍ଧ ଏବେ ଯେକୌଣସି ମୁହୂର୍ତ୍ତରେ ଶେଷ ହୋଇପାରେ। ଆମେରିକା ମଧ୍ୟ…

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

ଆଣବିକ ଯୁଦ୍ଧ ସଙ୍କେତ: ସାରା ବିଶ୍ୱରେ ଖେଳିଗଲା ଆତଙ୍କ

ତେହରାନ୍‌/ଓ୍ବାଶିଂଟନ୍‌,୧ା୪(ରଏଟର୍ସ/ଏଜେନ୍ସି):ଇରାନ୍‌ ଆଣବିକ ଅସ୍ତ୍ର ତିଆରି କରୁଥିବା ନେଇ ଆମେରିକା ଓ ଇସ୍ରାଏଲ୍‌ ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ତେହରାନ୍‌ ଏହାକୁ ଖଣ୍ଡନ କରୁଥିବାବେଳେ ଜାତିସଂଘର ଆଣବିକ ଜଗୁଆଳି ସଂସ୍ଥା…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

Video: ଯୁଦ୍ଧ ଶେଷ କରିବାକୁ ଇରାନ ରାଜି ହେବାର ସଙ୍କେତ ଦେବା ଭିତରେ ଏମିତି ଭିଡ଼ିଓ ଶେୟାର କଲେ ଟ୍ରମ୍ପ, ସାରା ବିଶ୍ୱ ଚକିତ! ଦେଖନ୍ତୁ…

ତେହରାନ,୩୧।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ଗୋଟିଏ ମାସ ବିତିଗଲାଣି। ଆଜି (ମଙ୍ଗଳବାର) ଏହି ସଂଘର୍ଷର 32ତମ ଦିନ। ଆମେରିକା ଏବଂ…

ଯୁଦ୍ଧ ମଧ୍ୟରେ ଏସବୁ ଦେଶକୁ ସାହାଯ୍ୟର ହାତ ବଢାଇଲେ ମୋଦି, ଏବେ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା ସହିପାରୁନି ପାକିସ୍ତାନ!

ଇସଲାମାବାଦ,୩୧।୩: ଇରାନ ସହିତ ସଂଘର୍ଷ ଯୋଗୁ ସୃଷ୍ଟି ହୋଇଥିବା ବିଶ୍ୱ ତୈଳ ସଙ୍କଟ ମଧ୍ୟରେ, ଭାରତ ଖୁବ ପ୍ରଶଂସା ପାଉଛି – ଏକ ବିକାଶ ଯାହା ପାକିସ୍ତାନୀ…

ହର୍ମୁଜରେ ଏବେ ଟିକସ ଆଦାୟ କରିବ ଇରାନ, ସଂସଦରେ ଆଇନକୁ ମିଳିଲା ମଞ୍ଜୁରୀ

ତେହରାନ,୩୧।୩: ଇରାନ ସହିତ ସଂଘର୍ଷ ପରିପ୍ରେକ୍ଷୀରେ, ଯାହା ଡରାଉ ଥିଲା ତାହା ହିଁ ଘଟିଛି। ଇରାନର ସଂସଦ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ ଉପରେ ଟୋଲ ଲାଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri