କ୍ଷୁଦ୍ର ଜଳସେଚନ କାର୍ଯ୍ୟାଳୟ ଘେରିଲେ ଚାଷୀ

ନୟାଗଡ଼/ରଣପୁର,୧୯।୧୦(ଲୋକନାଥ ମିଶ୍ର/ ସୁକାନ୍ତ କିଶୋର ଡାକୁଆ)ବର୍ଷା ନ ଥିବାରୁ ଧାନ ଜମି ଶୁଖିଲା ପଡିଛି। ପାଖରେ ଜଳସେଚନ ସୁବିଧା ଥାଇ ବି ଜମିରେ ପାଣି ମାଡୁନି । ଏଭଳି ସ୍ଥଳେ ବୁଧବାର ଶତାଧିକ ଚାଷୀ ଉତ୍ତେଜିତ ହୋଇ ନୟାଗଡ଼ ଜିଲା ରଣପୁର କ୍ଷୁଦ୍ର ଜଳସେଚନ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ଘେରିଥିଲେ । ଜମିକୁ ଭେଟବର ବନ୍ଧରୁ ପାଣି ଛାଡିବାକୁ ନାରା ଦେଇଥିଲେ । ଚାଷୀ ଆନ୍ଦୋଳନକୁ ଏଡାଇବା ପାଇଁ କ୍ଷୁଦ୍ର ଜଳସେଚନ ବିଭାଗ ପକ୍ଷରୁ ଭେଟବର ବନ୍ଧରୁ ସ୍ବଳ୍ପ ସମୟ ପାଇଁ ପାଣି ଛଡା ହୋଇଛି। ଜମିରେ ପାଣି ମାଡ଼ିବା ପରେ ଚାଷୀମାନେ ଧାରଣାରୁ ହଟିଥିଲେ ।
ଅଭିଯୋଗ ଅନୁଯାୟୀ, ଭେଟବର ବନ୍ଧ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ରଣପୁର ବ୍ଳକର ହଂସରା, ଆନନ୍ଦପୁର, କୃଷ୍ଣାଦେଇପୁର, ଟାଙ୍ଗିସାହି, ନୂଆସାହି, ଗୋପାଳପୁର, ବରମୂଳ, ନରସିଂହପୁର, ନାଟିମୀ, ସାମନ୍ତରାପୁର, ନିହଲ ପ୍ରସାଦ ଗଁା ସମେତ ରଣପୁର ଏନ୍‌ଏସିିର ମାର୍ଥ ପଦର, ପାମ୍ପଡା, ଜୟପୁର, ଭୋଇସାହି, ବଳଭଦ୍ରପୁର, ଆରଡା ଆଦି ଗଁାର ୧୫ ହଜାରରୁ ଊର୍ଦ୍ଧ୍ୱ ଚାଷୀଙ୍କର ଜମି ରହିଛି । ଏହି ଜମି ଖରିଫ ଋତୁରେ ଫାଟିବାକୁ ଯାଉଥିବାବେଳେ ଭେଟବର ବନ୍ଧରୁ ଧାନ ଜମିକୁ ଜଳସେଚନ ନ ହେବାରୁ ଚାଷୀ ଉତ୍ତେଜିତ ହୋଇ ପ୍ରତିବାଦ କରିଥିଲେ । ଜମିରେ ପାଣି ନ ମାଡ଼ିଲେ ଧାରଣା ହଟିବନି ବୋଲି ଦାବି କରି ଆନ୍ଦୋଳନକୁ ତ୍ୱରାନ୍ବିତ କରିଥିଲେ। ଏନେଇ କେତେଜଣ ଚାଷୀ କହିଛନ୍ତି, ବ୍ୟାଙ୍କ ସୋସାଇଟି ଓ ଧାର କରଜ, ସୁନା ବନ୍ଧକ ରଖି କୃଷି ଋଣ ଆଣିଛୁ । ଧାନ ଫୁଲ ଉଠାଇବା ସମୟରେ ମୌସୁମୀ ଗାଏବ ହୋଇଯାଇଛି । ଏଭଳିସ୍ଥଳେ ଚାଷୀ ଓ ଚାଷ ପାଇଁ କ୍ଷୁଦ୍ର ଜଳସେଚନ ବିଭାଗ ପଦକ୍ଷେପ ନ ନେବାରୁ ଆନ୍ଦୋଳନର ରୂପ ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିଖିଲଙ୍କୁ ଗୋଡ଼ାଇ ଗୁଳି କରିଥିଲେ ଦୁର୍ବୃତ୍ତ, ୯ ଜଣଙ୍କୁ ବାନ୍ଧିଲା ପୋଲିସ

ଗୁଣପୁର,୧୭ା୫(ସୁଜାତା ପାଢ଼ୀ)- ରାୟଗଡ଼ା ଥାନା ପୋଲିସ ନିଖିଳଙ୍କୁ ଗୁଳି କରି ହତ୍ୟା କରାଯିବା ମାମଲାର ପର୍ଦ୍ଦାଫାଶ କରିଛି । ହତ୍ୟାକାଣ୍ଡରେ ଜଡ଼ିତ ଥିବା ୯ ଜଣଙ୍କୁ ଗିରଫ…

ଲକ୍ଷ୍ୟ ସ୍ଥିର ରହିଲେ ସଫଳତା ନିଶ୍ଚିତ ମିଳିବ, ମେଧାବୀ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଇ…

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ସ୍କଲାର୍ସ ରେକୋଗନାଇଜେଶନ କମିଟି ପକ୍ଷରୁ ରବିବାର ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମାଟ୍ରିକ ପରୀକ୍ଷାରେ ଭଲ ପ୍ରଦର୍ଶନ…

ଇଲେକ୍ଟ୍ରି ବିଲ୍‌ ନ ଦେଲେ ଜବତ ହେବ ଘରବାଡି ସମ୍ପତ୍ତି! କଠୋର ହେଲା ନିୟମ

ନୂଆଦିଲ୍ଲୀ,୧୭।୫: ରାଜ୍ୟବାସୀଙ୍କ ପାଇଁ ବଡ଼ ଖବର। ରାଜ୍ୟର ବିଜୁଳି ବିଭାଗ ଏବେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରସ୍ତୁତ ହେଉଛି। ବିଦ୍ୟୁତ ନିଗମ ଦୀର୍ଘ ସମୟ ଧରି…

ଗଞ୍ଜାମ ପୋଲିସ ଜିଲାରେ ସ୍ବତନ୍ତ୍ର ଡ୍ରାଇଭ୍‌: ୪୪୪ ଓ୍ବାରେଣ୍ଟି କାର୍ଯ୍ୟକାରୀ

ଛତ୍ରପୁର,୧୭ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ଅଧୀନରେ ଗତ ୧୧ ଦିନ ଧରି ସ୍ବତନ୍ତ୍ର ଡ୍ରାଇଭ ଯୋଗେ ପୁରୁଣା ଓ୍ବାରେଣ୍ଟି ଧରପଗଡ଼ରେ ୪୪୪ଟି ଓ୍ବାରେଣ୍ଟି ଧରି କାର୍ଯ୍ୟକାରୀ…

ଇତିହାସ ରଚିଲେ ବିରାଟ, ୫୦୦ ରନ କରି କଲେ ଏମିତି ରେକର୍ଡ ଯାହା ଭାଙ୍ଗିବା ହେବ ଅସମ୍ଭବ!

ନୂଆଦିଲ୍ଲୀ,୧୭।୫: ବିରାଟ କୋହଲିଙ୍କୁ ‘ରେକର୍ଡର ରାଜା’ ଖାଲିଟାରେ କୁହାଯାଏ ନାହିଁ। ସେ ଏବେ ଇଣ୍ଡିଆନ ପ୍ରିମିୟର ଲିଗରେ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି, ଯାହା ଭାଙ୍ଗିବା…

ଆଶାଠାରୁ ଅଧିକ ଗରମ ହେଲାଣି ପ୍ରଶାନ୍ତ ମହାସାଗର; ଭାରତକୁ ମାଡି ଆସୁଛି ପ୍ରଚଣ୍ଡ ଗରମ ସହ ମରୁଡ଼ିର ବିପଦ…

ନୂଆଦିଲ୍ଲୀ,୧୭।୫: ଜଳବାୟୁ ପରିବର୍ତ୍ତନ ସମ୍ପର୍କରେ ଏକ ନୂତନ ଚେତାବନୀ ବର୍ତ୍ତମାନ ବିଶ୍ୱବ୍ୟାପୀ ପାଣିପାଗ ବିଭାଗ ମଧ୍ୟରେ ନିରନ୍ତର ଆଲୋଚନାର ବିଷୟ। ପ୍ରାରମ୍ଭିକ ରିପୋର୍ଟରୁ ଜଣାପଡୁଛି ଯେ ଆଗାମୀ…

ଧାରଣାରେ ବସିଲେ କଳାକାର, ପ୍ରତ୍ୟାହୃତ ପାଇଁ ଆସୁଛି ଧମକ, ଧାରଣାସ୍ଥଳରେ…

ହାଟଡିହୀ,୧୭ା୫(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବିଡିଓଙ୍କ ଅଫିସ ସମ୍ମୁଖରେ କଳାକାରମାନେ ଧୂ ଧୂ ଖରା, ଗୁଳୁଗୁଳିରେ ଚଳିତ ମାସ ଗତ ୧୫ରୁ ଧାରଣା…

ସୁନା କ୍ରୟକୁ ନେଇ ଆସିଲା ବଡ଼ ଖବର, ମୋଦିଙ୍କ ଅପିଲ ପରେ ୧୦ରୁ ୬ ଜଣ ବଦଳାଇଲେ ନିଷ୍ପତ୍ତି: ସର୍ଭେ

ନୂଆଦିଲ୍ଲୀ,୧୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନ ପରେ, ଦେଶରେ ସୁନା କ୍ରୟ ସମ୍ପର୍କରେ ସାଧାରଣ ଲୋକଙ୍କ ଭାବନା ପରିବର୍ତ୍ତନ ହେଉଥିବା ପରି ମନେ ହେଉଛି। LocalCircles ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri