ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ ସଙ୍କଟ ଯୋଗୁ କୋରାପୁଟ ଜିଲାର ଛୋଟ ହୋଟେଲ ଏବଂ ଫାଷ୍ଟ ଫୁଡ୍‌ ବ୍ୟବସାୟୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି।
ବୋରିଗୁମ୍ମା ସହରର ପ୍ରାୟ ୫୦ରୁ ଅଧିକ କ୍ଷୁଦ୍ର ବ୍ୟବସାୟୀ, ଯେଉଁମାନେ ଜଳଖିଆ ଓ ଫାଷ୍ଟ ଫୁଡ୍‌ ଦୋକାନ କରି ନିଜ ପରିବାର ପ୍ରତିପୋଷଣ କରନ୍ତି, ସେମାନଙ୍କ ବ୍ୟବସାୟ ଏବେ ଠପ୍‌ ହୋଇଯାଇଛି। ଗତ ଏକ ମାସ ହେବ ଗ୍ୟାସ ମିଳୁ ନ ଥିବାରୁ ଅନେକ ଦୋକାନ ବନ୍ଦ ରହିଛି। ଏହାଫଳରେ ବ୍ୟବସାୟୀଙ୍କ ଦୈନିକ ରୋଜଗାର ବନ୍ଦ ହୋଇଯାଇଛି। ପରିବାର ଚଳାଇବା ସହ ପିଲାମାନଙ୍କ ପାଠପଢ଼ା ଖର୍ଚ୍ଚ ଉଠାଇବା କଷ୍ଟସାଧ୍ୟ ହୋଇପଡ଼ିଛି।
ଏହି ଗୁରୁତର ସମସ୍ୟାର ସମାଧାନ ପାଇଁ ପୂର୍ବତନ ମନ୍ତ୍ରୀ ରବି ନାରାୟଣ ନନ୍ଦ ଏବଂ ବିଜେଡି ଜିଲା କାର୍ଯ୍ୟକାରୀ ସଭାପତି ଦୁର୍ଗା ମିଶ୍ରଙ୍କ ନେତୃତ୍ୱରେ ବ୍ୟବସାୟୀମାନେ ଶନିବାର ଅପରାହ୍ନରେ ଜିଲାପାଳ ମନୋଜ ସତ୍ୟବାନ ମହାଜନଙ୍କୁ ଭେଟିଛନ୍ତି। ଗ୍ୟାସ ସଙ୍କଟ ଯୋଗୁ ଆମର ଜୀବିକା ବିପନ୍ନ। ଯଦି ଶୀଘ୍ର ଯୋଗାଣ ସ୍ବାଭାବିକ ନ ହୁଏ, ତେବେ ପରିବାର ଚଳାଇବା କଷ୍ଟସାଧ୍ୟ ହୋଇପଡ଼ିବ ବୋଲି ସେମାନେ ପ୍ରକାଶ କରିଛନ୍ତି।
ବ୍ୟବସାୟୀମାନେ ସେମାନଙ୍କର ଦୁରାବସ୍ଥା ବିଷୟରେ ଜିଲାପାଳଙ୍କୁ ଅବଗତ କରାଇବା ସହ ଆସନ୍ତା ୩ ଦିନ ମଧ୍ୟରେ LPG ଯୋଗାଣ ସୁନିଶ୍ଚିତ କରିବାକୁ ଦାବି କରିଛନ୍ତି। ଜିଲାପାଳ ଏହି ସମସ୍ୟାକୁ ଗୁରୁତ୍ୱର ସହ ନେଇ ବିହିତ ପଦକ୍ଷେପ ଗ୍ରହଣ କରିବେ ବୋଲି ବ୍ୟବସାୟୀମାନେ ଆଶା ପ୍ରକଟ କରିଛନ୍ତି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri