କ୍ଷୁଦ୍ର ବ୍ୟବସାୟୀଙ୍କୁ ଥଇଥାନ କରାଯାଉ: ଜିଲାପାଳଙ୍କୁ ଦାବିପତ୍ର

ଛତ୍ରପୁର,୧୭।୩(ଦିଲ୍ଲୀପ ସାମଲ): ବ୍ରହ୍ମପୁର ନୂତନ ବସଷ୍ଟାଣ୍ଡର କ୍ଷୁଦ୍ର ବ୍ୟବସାୟୀ ମାଙ୍ଗଳିକ ସଂଘ ଥଇଥାନ ନିମନ୍ତେ ଜିଲାପାଳଙ୍କୁ ସାକ୍ଷାତ କରି ଦାବିପତ୍ର ପ୍ରଦାନ କରିଛନ୍ତି। ସୂଚନା ଥାଉକି, ଦୀର୍ଘ ୩୫ ବର୍ଷ ହେଲା ବ୍ରହ୍ମପୁର ନୂତନ ବସଷ୍ଟାଣ୍ଡ ଅର୍ଥାତ୍‌ ସିଟି ବସଷ୍ଟାଣ୍ଡରେ ୭୨ ଜଣ କ୍ଷୁଦ୍ର ବ୍ୟବସାୟୀ ପିଣ୍ଡି କରି ବିଡ଼ିଏ ବ୍ରହ୍ମପୁରକୁ ଭଡ଼ା/ଲାଇସେନ୍ସ ଫିସ ପୈଠ କରି ଆସୁଥିଲେ l କିନ୍ତୁ ଜନସାଧାରଣ ହିତ ଦୃଷ୍ଟି କୋଣରୁ ଗତ ମାର୍ଚ୍ଚ ୬ରୁ ଜିଲା ପ୍ରଶାସନଙ୍କ ନିର୍ଦ୍ଦେଶ କ୍ରମେ ନୂତନ ବସଷ୍ଟାଣ୍ଡକୁ ବନ୍ଦ କରି ହଳଦିଆପଦରଠାରେ ବସଷ୍ଟାଣ୍ଡ ଏବଂ ଡୁଡୁମା କଲୋନୀଠାରେ ଅସ୍ଥାୟୀ ବସଷ୍ଟାଣ୍ଡ ନିର୍ମାଣ କରାଯାଇଛି l ଫଳରେ ନୂତନ ବସଷ୍ଟାଣ୍ଡ ଅବା ସିଟି ବସଷ୍ଟାଣ୍ଡକୁ ବସ ଚଳାଚଳ ଏକ ପ୍ରକାର ଠପ ହୋଇଯାଇଛି l ଏଠାରେ ଯେଉଁ ୭୨ ପରିବାର ଦୀର୍ଘ ୩୫ ହେଲା କ୍ଷୁଦ୍ର ବ୍ୟବସାୟ କରି ନିଜର ପରିବାର ପ୍ରତିପୋଷଣ କରୁଥିଲେ। ବର୍ତ୍ତମାନ ଗୋଟେ ପ୍ରକାର ଜୀବିକା ହରାଇଛନ୍ତି। ଏନେଇ ନୂତନ ବସଷ୍ଟାଣ୍ଡ କ୍ଷୁଦ୍ର ବ୍ୟବସାୟୀ ମାଙ୍ଗଳିକ ସଂଘ, ବିଡ଼ିଏ ସେକ୍ରେଟାରୀ, ବିଏମସି କମିଶନର, ସ୍ଥାନୀୟ ବିଧାୟକଙ୍କୁ ଭେଟି ଅଭିଯୋଗ ଜଣାଇଲା ପରେ ସମସ୍ତେ ସମାଧାନ ପାଇଁ ପ୍ରତିଶ୍ରୁତି ଦେଇଛନ୍ତି। କିନ୍ତୁ ପେଟପାଟଣା କଥା ରହିଛି, ତେଣୁ ଆଜି ଛତ୍ରପୁର ଆସି ଜିଲ୍ଲାପାଳଙ୍କୁ ସାକ୍ଷାତ କରି ଦାବିପତ୍ର ପ୍ରଦାନ କରି ଦୁଃଖ ଜଣାଇଛନ୍ତି l ଦାବିପତ୍ର ପ୍ରଦାନ ବେଳେ ସଂଘର ସମ୍ପାଦକ ସରୋଜ କୁମାର ନାୟକ,ଉପସଭାପତି କାଳୁ ଚରଣ ପ୍ରଧାନ, ଯୁଗ୍ମ ସମ୍ପାଦକ ଜଗନ୍ନାଥ ପଣ୍ଡା, କୋଷାଧ୍ୟକ୍ଷ ସୂର୍ଯ୍ୟ ସାହୁ ଏବଂ ସମସ୍ତ ବ୍ୟବସାୟୀ ଉପସ୍ଥିତ ଥିଲେ l

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ ସିଲିଣ୍ଡରରେ ନିଆଁ ଲାଗି ଘରେ ଘଟିଲା ଅଘଟଣ : ଜଣେ ବୃଦ୍ଧା ଜୀବନ୍ତ ଦଗ୍ଧ, ୨ ଗୁରୁତର

ବାଲିଗୁଡ଼ା,୨।୫:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଥାନା ଅନ୍ତର୍ଗତ ବାରଖମା ଫାଣ୍ଡି ସୁଡ୍ରା ଗ୍ରାମରେ ଏକ ବଡ଼ ଧରଣର ଅଘଟଣ ଘଟିଛି । ଏଥିରେ ଜଣେ…

ଦାରିଙ୍ଗବାଡ଼ିକୁ ସ୍ବଚ୍ଛ, ସୁନ୍ଦର, ସବୁଜ କରିବା ପାଇଁ ପ୍ରଶାସନର ଅଭିଯାନ

ଦାରିଙ୍ଗବାଡ଼ି,୨ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ପ୍ରଶାସନ ପକ୍ଷରୁ ବିଡିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ବିଶ୍ୱଜିତ ଜାଲିଙ୍କ ସହଯୋଗରେ ଶନିବାର…

ଶିକାର କରିବାକୁ ଘରୁ ଡାକିନେଲେ, ଜଙ୍ଗଲରେ ମୋ’ ସ୍ବାମୀଙ୍କୁ ଗୁଳିକରି ମାରିଥିବା ଅଭିଯୋଗ ଆଣି ସ୍ତ୍ରୀ କହିଲେ…

ତୁମୁଡ଼ିବନ୍ଧ,୨ା୫(ଦୀପକ କୁମାର ପରାସେଠ୍‌): ଶିକାର କରିବାକୁ ଯାଇ ଶବ ପଲଟିଲେ। ସାଥୀ ଶିକାରୀଙ୍କ ଗୁଳିରେ ଚାଲିଗଲା ଜୀବନ। ଘରୁ ଡାକି ନେଇ ଗୁଳିକରି ହତ୍ୟା କରିଛନ୍ତି ବୋଲି…

ଭଡ଼ାଘରୁ ମିଳିଲା ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ, ୩ ଦିନ ଧରି…

ଫୁଲବାଣୀ,୨ା୫(ରାକେଶ କୁମାର ରାଉତ): ଫୁଲବାଣୀରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଭଡ଼ାଘରୁ ସ୍ବୟଂ ଶାସିତ ମହାବିଦ୍ୟାଳୟର ଜଣେ ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ ଦେଖି ଲୋକଙ୍କ…

ଅତିରିକ୍ତ ତହସିଲଦାରଙ୍କ ଗାଡିକୁ ଧକ୍କା ଦେଲା ବାଲି ବୋଝେଇ ଟ୍ରକ: ଆଉ ତା’ପରେ…

ସୋର,୨।୫(ଜନ୍ମେଜୟ ମିଶ୍ର): ସୋର ତହସିଲର ଅତିରିକ୍ତ ତହସିଲଦାରଙ୍କ ଗାଡିକୁ ଧକ୍କା ଦେଇଛି ବାଲି ବୋଝେଇ ଟ୍ରକ। ଅଳ୍ପକେ ବର୍ତ୍ତିଲେ ସୋର ଅତିରିକ୍ତ ତହସିଲଦାର କୃଷ୍ଣମୋହନ ସିଂ l…

ଚତୁର୍ଥୀ ପୂର୍ବରୁ ଶାଶୁ ଘରୁ କନ୍ୟାକୁ ଉଠାଇ ନେଲା ପୋଲିସ, ବର ମାରିଲା ଛୁ

ନୟାଗଡ଼, ୨।୫(ଲୋକନାଥ ମିଶ୍ର): ନୟାଗଡ଼ ଚାଇଲ୍ଡ ହେଲ୍ପ ଲାଇନ ଦ୍ୱାରା ଇଟାମାଟି ଥାନା ଅଧୀନସ୍ଥ ଡେଂଗେରାଗୋଡି ଅଞ୍ଚଳରେ ଚତୁର୍ଥୀ ପୂର୍ବରୁ ଶାଶୁଘରୁ କନ୍ୟାକୁ ଉଠାଇ ନେଲା ପୋଲିସ…

ଚାକିରି ରେଗୁଲାର କରାଇଦେବା ନାଁରେ ଚାହୁଁଥିଲେ ଯୌନ ସୁଖ: ରସିକିଆ ସମ୍ପାଦକ ବାବୁଙ୍କ ନାଁରେ ମାମଲା ରୁଜ୍ଜୁ

ଅତାବିରା,୨।୫(ଯୁଧିଷ୍ଠିର ମହାପାତ୍ର): ପୁଣି ଜଣେ ସରକାରୀ ବାବୁଙ୍କ ନାଁରେ ଆସିଲା ଯୌନ କେଳେଙ୍କାରୀର ଅଭିଯୋଗ। ବରଗଡ଼ ଜିଲା ଅତାବିରା ଆରଏମସି ସମ୍ପାଦକ ଶଶାଙ୍କ ଶେଖର ସାହାଣି ନିଜ…

ନୃଶଂସ କାଣ୍ଡ: ପୁଅର ଶିଳପୁଆ ମାଡରେ ବାପର ମୃତ୍ୟୁ

ଆଠଗଡ,୨।୫(ସତ୍ୟ ପ୍ରସାଦ ରଥ): ଆଠଗଡ ଥାନା ଅନ୍ତର୍ଗତ ଜାଗିଆପଡା ଗ୍ରାମ ତଅଁଳା ସାହିରେ ଶନିବାର ସକାଳୁ ଘଟିଯାଇଛି ଅଘଟଣ।ନିଶାଶକ୍ତ ପୁଅ ବିଭୂତି ନାଏକ(୪୦)ର ଶିଳପୁଆ ମାଡରେ ବାପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri