Posted inରାଜ୍ୟ

ଦୁର୍ଘଟଣା ରୋକିବ ସ୍ମାର୍ଟ ଡିଭାଇସ୍‌

ଭୁବନେଶ୍ୱର,୫ା୧(ଅନିଲ ଦାସ): ଗତ ୧୦ ବର୍ଷରେ ରାଜ୍ୟରେ ସଡ଼କ ଦୁର୍ଘଟଣାରେ ୪୭ ହଜାରରୁ ଅଧିକ ଜୀବନ ଯାଇଛି। ସଡ଼କ ଦୁର୍ଘଟଣା ରୋକିବା ପାଇଁ ସମସ୍ତ ବସ୍‌ରେ ସ୍ମାର୍ଟ ଡିଭାଇସ୍‌ ଲଗାଯିବ। ଅତ୍ୟାଧୁନିକ ଟେକ୍ନୋଲୋଜିଯୁକ୍ତ ଏହି ଉପକରଣ ଡ୍ରାଇଭରଙ୍କ ଅବହେଳା ଓ ଯାନ୍ତ୍ରିକ ତ୍ରୁଟିକୁ ଆଗୁଆ ଚିହ୍ନଟ କରିବା ସହ ଦୁର୍ଘଟଣା ଏଡ଼ାଇବାରେ ସହାୟକ ହେବ ବୋଲି ଶନିବାର ଜାତୀୟ ସୁରକ୍ଷା ମାସର ରାଜ୍ୟସ୍ତରୀୟ ଉତ୍ସବକୁ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ସଡ଼କ ଦୁର୍ଘଟଣା ରୋକିବାରେ ଟେକ୍ନୋଲୋଜିର ଭୂମିକା ଗୁରୁତ୍ୱପୂର୍ଣ୍ଣ। କାରିଗରି ପ୍ରୟୋଗରେ ନିର୍ମିତ ସ୍ମାର୍ଟ ଡିଭାଇସ୍‌ ଗାଡ଼ି ଚାଳକ ଡ୍ରାଇଭିଂ ବେଳେ ନିଶା ସେବନ କରିଛନ୍ତି କି, ଢୁଳାଉଛନ୍ତି କି, ସତର୍କ ରହିଛନ୍ତି ନା ନାହିଁ ଏବଂ ତାଙ୍କ ଆଚରଣକୁ ଅନୁଧ୍ୟାନ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସେହିପରି ସଡ଼କ ସୁରକ୍ଷା କ୍ଷେତ୍ରକୁ ଅଧିକ ସୁଦୃଢ଼ କରିବା ପାଇଁ ୨,୦୦୦ ନୂଆ ଟ୍ରାଫିକ୍‌ ପୋଲିସ ପଦବୀ ସୃଷ୍ଟି କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।
ସୁରକ୍ଷିତ… ଘରକୁ ଫେରନ୍ତୁ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜାତୀୟ ସଡ଼କ ସୁରକ୍ଷା ମାସର ରାଜ୍ୟସ୍ତରୀୟ ଉତ୍ସବକୁ ଉଦ୍‌ଘାଟନ କରି ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଏହି ସ୍ଲୋଗାନ ଦେଇଛନ୍ତି। ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସଡ଼କ ସୁରକ୍ଷାକୁ ଏକ ଜନ ଅଭିଯାନରେ ପରିଣତ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି। ଏହି ଅବସରରେ ସଡ଼କ ସୁରକ୍ଷାର ନିୟମ ପାଳନ କରି ସୁରକ୍ଷିତ ଭାବରେ ଘରକୁ ଫେରିବାକୁ ସେ ସମସ୍ତଙ୍କୁ ନିବେଦନ କରିଛନ୍ତି। ସଚେତନତା କାର୍ଯ୍ୟକ୍ରମକୁ ପ୍ରଭାବଶାଳୀ କରିବାକୁ ମାଷ୍ଟରକ୍ୟାଣ୍ଟିନ ଛକରୁ ଶ୍ରୀରାମ ମନ୍ଦିର ଯାଏ ମୁଖ୍ୟମନ୍ତ୍ରୀ ପଦଯାତ୍ରା କରିଛନ୍ତି ।

କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ପକ୍ଷରୁ ଜାନୁଆରୀ ମାସ ବ୍ୟାପୀ ଜାତୀୟ ସଡ଼କ ସୁରକ୍ଷା
ଦୁର୍ଘଟଣା ରୋକିବ ମାସ ପାଳନ କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ମଧ୍ୟ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ରାଜ୍ୟସ୍ତରୀୟ ଉତ୍ସବର ମୁଖ୍ୟ ଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ପତାକା ଦେଖାଇ ସଡ଼କ ସୁରକ୍ଷା ରଥର ଶୁଭାରମ୍ଭ କରିଛନ୍ତି। ପ୍ରତି ଜିଲାରେ ଏଭଳି ସଚେତନତା ରଥ ମାସେ ବ୍ୟାପୀ ପରିକ୍ରମା କରିବ। ସଡ଼କ ସୁରକ୍ଷା ସମ୍ପର୍କିତ ବିଭିନ୍ନ ସଚେତନତା ଧର୍ମୀ କ୍ଷୁଦ୍ର ଚଳଚ୍ଚିତ୍ର ଏଥିରେ ପ୍ରଦର୍ଶିତ ହେବ। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଯାନ ଚାଳକ, ଏନ୍‌ସିସି କ୍ୟାଡେଟ୍‌ ଓ ଜନସାଧାରଣଙ୍କୁ ସଡ଼କ ସୁରକ୍ଷା ଶପଥ ପାଠ କରାଇଥିଲେ। କିଭଳି ସମସ୍ତ ନିୟମ ମାନି ସୁରକ୍ଷିତ ଯାତ୍ରା କରିବା ଏବଂ ଅନ୍ୟ ସଡ଼କ ବ୍ୟବହାରକାରୀଙ୍କ ସୁରକ୍ଷା ପ୍ରତି ଦାୟିତ୍ୱବାନ ହେବା ସେ ସମ୍ପର୍କରେ ସମସ୍ତେ ପ୍ରତିଜ୍ଞାବଦ୍ଧ ହେବା ପାଇଁ ସେ ପରାମର୍ଶ ଦେଇଛନ୍ତି । ସଚେତନତା କାର୍ଯ୍ୟକ୍ରମକୁ ଅଧିକ ପ୍ରଭାବୀ କରିବାକୁ ମୁଖ୍ୟମନ୍ତ୍ରୀ ସଭାସ୍ଥଳରୁ ଶ୍ରୀରାମ ମନ୍ଦିର ଯାଏ ଅନ୍ୟ ଅତିଥିମାନଙ୍କ ସହ ପଦଯାତ୍ରା କରିଥିଲେ। ଯାହା ଛାତ୍ରୀଛାତ୍ର, ଯାନ ଚାଳକ ତଥା ସାଧାରଣ ଲୋକଙ୍କ ମଧ୍ୟରେ ବେଶ୍‌ ଉତ୍ସାହ ଭରି ଦେଇଥିଲା। ଏହି କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଗତ ୧୦ ବର୍ଷରେ ରାଜ୍ୟରେ ସଡ଼କ ଦୁର୍ଘଟଣାରେ ୪୭ ହଜାରରୁ ଅଧିକ ଜୀବନ ଯାଇଛି। ଏହା ଅତ୍ୟନ୍ତ ଚିନ୍ତାଜନକ। ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା କମ୍‌ କରିବାକୁ ସମସ୍ତଙ୍କୁ ଉଦ୍ୟମ କରିବାକୁ ହେବ। ସମୟ ଆସିଯାଇଛି, ସଡ଼କ ସୁରକ୍ଷାକୁ ଜନ ଅଭିଯାନରେ ପରିଣତ କରିବାକୁ ହେବ। ସୁରକ୍ଷିତ ଘରକୁ ଫେରନ୍ତୁ ସ୍ଲୋଗାନ ସହ ସମସ୍ତଙ୍କୁ ସଡ଼କ ସୁରକ୍ଷା ନିୟମ ମାନି ସୁରକ୍ଷିତ ଭାବରେ ଘରକୁ ଫେରିବାକୁ ସେ ନିବେଦନ କରିଛନ୍ତି। ଏହି ସଚେତନତା ବାର୍ତ୍ତାକୁ ପ୍ରତି ସହର, ପ୍ରତି ଗାଁ ଓ ଘରେ ଘରେ ପହଞ୍ଚାଇବାକୁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି। ଏହି ଅଭିଯାନରେ ସମାଜର ସବୁ ବର୍ଗର ବ୍ୟକ୍ତି, ଅନୁଷ୍ଠାନ, ସଙ୍ଗଠନ ଯୋଡ଼ି ହେବାକୁ ସେ ଆହ୍ବାନ ଦେଇଛନ୍ତି । ଦୁର୍ଘଟଣା ରୋକିବା ପାଇଁ ରାଜ୍ୟର ସବୁ ବସ୍‌ରେ ସ୍ମାର୍ଟ ଡିଭାଇସ୍‌ ସଂଲଗ୍ନ କରାଯିବ ବୋଲି ସେ କହିଛନ୍ତି।
ଏହି ଅବସରରେ ସଡ଼କ ସୁରକ୍ଷା କ୍ଷେତ୍ରକୁ ଅଧିକ ସୁଦୃଢ଼ କରିବା ପାଇଁ ୨୦୦୦ ନୂତନ ଟ୍ରାଫିକ୍‌ ପୋଲିସ୍‌ ପଦବୀ ସୃଷ୍ଟି କରାଯିବା ସହିତ ଚଳିତବର୍ଷ ୫୦୦ ଟ୍ରାଫିକ୍‌ ପୋଲିସ୍‌ ପଦବୀ ପୂରଣ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏଥିସହିତ ଜନସାଧାରଣଙ୍କୁ ସୁଲଭ ଓ ସୁବିଧା ଜନକ ଯାତ୍ରା ପ୍ରଦାନ ଉଦ୍ଦେଶ୍ୟରେ ‘ଓଡ଼ିଶା ଯାତ୍ରୀ ଆପ୍‌’ ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଛନ୍ତି । ଏହି ଆପ୍‌ ମାଧ୍ୟମରେ ଜନସାଧାରଣ ଗୋଟିଏ କ୍ଲିକରେ ନିଜର ଗନ୍ତବ୍ୟ ସ୍ଥଳ ପାଇଁ ସହଜରେ ଅଟୋ ଓ ଟ୍ୟାକ୍ସି ପାଇପାରିବେ। ଏହି ବ୍ୟବସ୍ଥା ଉଭୟ ଚାଳକ ଓ ଯାତ୍ରୀଙ୍କ ପାଇଁ ଲାଭଦାୟକ । ପଦଯାତ୍ରା ସମୟରେ ଗୁରୁଦ୍ୱାର ନିକଟରେ ମୁଖ୍ୟମନ୍ତ୍ରୀ ଏକ ନିଃଶୁଳ୍କ ଅସ୍ଥାୟୀ ଚକ୍ଷୁ ପରୀକ୍ଷା କେନ୍ଦ୍ରର ଉଦ୍‌ଘାଟନ କରିଥିଲେ । ଶ୍ରୀରାମ ମନ୍ଦିର ନିକଟରେ ଆୟୋଜିତ କାର୍ଯ୍ୟକ୍ରମରେ, ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କ ଜୀବନ ରକ୍ଷା କରୁଥିବା ଗୁଡ୍‌ ସମରିଟାନ୍‌ମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ସେହିପରି ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀ କହିଛନ୍ତି, ସ୍ମାର୍ଟ ଡିଭାଇସ୍‌ ପାଇଁ ଆଇଆଇଟି ମାଡ୍ରାସ୍‌ ସହ ରାଜ୍ୟ ସରକାରଙ୍କ ଆଲୋଚନା ଜାରି ରହିଛି। ଏହି ଉପକରଣ ସଂଯୋଗ କରାଯିବା ଦ୍ୱାରା ଡ୍ରାଇଭରଙ୍କ ଆଖିର ଗତିବିଧିକୁ ଟ୍ରାକ୍‌ କରାଯାଇପାରିବ। ଡ୍ରାଇଭର ଗାଡ଼ି ଚଳାଇବାବେଳେ ଶୋଇପଡ଼ିଲେ ସଙ୍ଗେ ସଙ୍ଗେ ସତର୍କ କରାଇବ। ଏହି କାର୍ଯ୍ୟକ୍ରମରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ବିଧାୟକ ସିଦ୍ଧାନ୍ତ ମହାପାତ୍ର, ଆକାଶ ଦାସ ନାୟକ, ବାବୁ ସିଂ, ଭୁବନେଶ୍ୱର ମେୟର ସୁଲୋଚନା ଦାସ, ହକି ଇଣ୍ଡିଆ ସଭାପତି ଦିଲୀପ ତିର୍କୀ, ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ପୋଲିସ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର୍‌ ଖୁରାନିଆ, ପରିବହନ ଆୟୁକ୍ତ ଅମିତାଭ ଠାକୁର, ଓଏସଆରଟିସି ସିଏମ୍‌ଡି ଦୀପ୍ତେଶ ପଟ୍ଟନାୟକ, କ୍ରୁଟ୍‌ ଏମ୍‌ଡି ଏନ୍‌. ତିରୁମାଲା ନାଏକ, ସିନେ ତାରକା ସବ୍ୟସାଚୀ ମିଶ୍ରଙ୍କ ସମେତ ଅନେକ ବିଶିଷ୍ଟ ଅତିଥି ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ଓଡ଼ିଶା ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ୪୫ ହଜାର କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ,୯।୧୨: ଓଡ଼ିଶାରେ ସଡ଼କ ପରିବହନ ଭିତ୍ତିଭୂମିର ବିକାଶ ପାଇଁ କେନ୍ଦ୍ର ସରକାର ଏକ ବୃହତ ପୁଞ୍ଜି ବିନିଯୋଗକୁ ଅନୁମୋଦନ କରିଛନ୍ତି। ରାଜ୍ୟ ପାଇଁ ମୋଟ ୪୪,୭୭୧...

୫ ବର୍ଷରେ ଦାଦନ ଖଟିବାକୁ ଯାଇ ରାଜ୍ୟ ବାହାରେ ପ୍ରାଣ ହରାଇଛନ୍ତି ୫୧୮ ଓଡ଼ିଆ

ଭୁବନେଶ୍ୱର,୯।୧୨: ଗତ ୨୦୨୧ ରୁ ୨୦୨୫ ନଭେମ୍ବର ସୁଦ୍ଧା ମଧ୍ୟରେ ରାଜ୍ୟ ତଥା ଦେଶ ବାହାରେ କାମ କରୁଥିବା ସମୟରେ ଓଡ଼ିଶାର ୫୧୮ ଜଣ ପ୍ରବାସୀ...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri