Posted inଜାତୀୟ

ସ୍ମାର୍ଟ ଇଣ୍ଡିଆ ହାକାଥନ-୨୦୨୨, ଛାତ୍ରୀଛାତ୍ରଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ, ୨୪।୮ : ଅଗଷ୍ଟ ୨୫ ରେ ରାତି ୮ ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ମାର୍ଟ ଇଣ୍ଡିଆ ହାକାଥନ-୨୦୨୨ ର ଫାଇନାଲିଷ୍ଟମାନଙ୍କୁ ସମ୍ବୋଧିତ କରିବେ। ହାକାଥନରେ, ଛାତ୍ରରଛାତ୍ରମାନେ ସେମାନଙ୍କର ଦୈନନ୍ଦିନ ଜୀବନରେ ସମ୍ମୁଖୀନ ହେଉଥିବା ସମସ୍ୟାର ସମାଧାନର ପଥ ଖୋଜିବେ।

ଏହା ମାଧ୍ୟମରେ ଛାତ୍ରୀଛାତ୍ରମାନଙ୍କ ମଧ୍ୟରେ ଉତ୍ପାଦ ନବସୃଜନ, ସମସ୍ୟାର ସମାଧାନ ଏବଂ ଅନନ୍ୟ ଚିନ୍ତାଧାରାର ଏକ ସଂସ୍କୃତି ସୃଷ୍ଟି କରିବାକୁ ଲକ୍ଷ୍ୟ ରଖାଯାଇଛି। ସ୍ମାର୍ଟ ଇଣ୍ଡିଆ ହାକାଥନରେ ପ୍ରତ୍ୟେକ ସମସ୍ୟା ସମାଧାନର ପଥ ଖୋଜି ବାହାର କରିଥିବା ବିଜେତାଙ୍କୁ ଏକ ଲକ୍ଷ ଟଙ୍କା ପୁରସ୍କାର ପ୍ରଦାନ କରାଯିବ। ଛାତ୍ରୀଛାତ୍ରମାନଙ୍କୁ ନବୋନ୍ମେଷ ବର୍ଗ ଅଧୀନରେ ୧ ଲକ୍ଷ, ୭୫ ହଜାର ଏବଂ ୫୦ ହଜାର ଟଙ୍କାର ପୁରସ୍କାର ପ୍ରଧାନ କରାଯିବ।

ଏସମ୍ପର୍କରେ କେନ୍ଦ୍ରୀୟ ଶିକ୍ଷା ମନ୍ତ୍ରୀ ସୁଭାଷ ସରକାର କହିଛନ୍ତି ଯେ ପ୍ରତିବର୍ଷ ଭଳି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚଳିତ ଥର ମଧ୍ୟ ସ୍ମାର୍ଟ ଇଣ୍ଡିଆ ହାକାଥନ (ଏଆଇଏଚ) ର ଫାଇନାଲିଷ୍ଟଙ୍କ ସହ ଭାବ ଆଦାନ ପ୍ରଦାନ କରିବେ। ଚଳିତ ବର୍ଷର ହାକାଥନରେ ଛାତ୍ରୀଛାତ୍ରମାନେ ଅପରାଧ ଆକଳନ, କୃତ୍ରିମ ବୁଦ୍ଧିମତା ଏବଂ ମେସିନ ଲର୍ନିଂ ବ୍ୟବହାର କରି ହଟସ୍ପଟ ମ୍ୟାପିଂ, ପୋଲିସ ରେଡିଓ ସେଟ ମାଧ୍ୟମରେ ମଲ୍ଟିମିଡ଼ିଆ ତଥ୍ୟ ସ୍ଥାନାନ୍ତର, ମନ୍ଦିର ରେକର୍ଡର ପ୍ରକୃତି ଏବଂ ଦେବନାଗରୀ ସ୍କ୍ରିପ୍ଟରେ ଅନୁବାଦରେ ଅଂଶଗ୍ରହଣ କରିବେ।

ଉଚ୍ଚ କ୍ଷମତା ବିଶିଷ୍ଟ ଥ୍ରୀ ଡ଼ି ମଡେଲ ସୃଷ୍ଟି କରିବା, ନଷ୍ଟ ହୋଇଯାଉଥିବା ଖାଦ୍ୟ ସାମଗ୍ରୀ ପାଇଁ ଶୀତଳ ଭଣ୍ଡାର ଯୋଗାଣ ଶୃଙ୍ଖଳା ପାଇଁ ମନିଟରିଂ ସିଷ୍ଟମ ସହିତ ଅନେକ ସମସ୍ୟାର ସମାଧାନ ଉପରେ କାର୍ଯ୍ୟ କରିଛନ୍ତି। ସ୍ମାର୍ଟ ଇଣ୍ଡିଆ ହାକାଥନର ସଫ୍ଟୱେର୍‌ ଏବଂ ହାର୍ଡୱେର୍‌ ସଂସ୍କରଣରେ ୧୫ହଜାରରୁ ଅଧିକ ଛାତ୍ରୀଛାତ୍ର ଅଂଶଗ୍ରହଣ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri