ସିଜିୟୁରେ ‘ସ୍ମାର୍ଟ ଇଣ୍ଡିଆ ହ୍ୟାକଥନ’

ଭୁବନେଶ୍ୱର,୨୬।୭:ରାଜ୍ୟର ପ୍ରମୁଖ ଶିକ୍ଷାନୁଷ୍ଟାନ ସି.ଭି. ରମଣ ଗ୍ଲୋବାଲ ୟୁନିଭର୍ସିଟି (ସିଜିୟୁ) ପରିସରରେ ‘ସ୍ମାର୍ଟ ଇଣ୍ଡିଆ ହ୍ୟାକଥନ-୨୦୨୨ ସଫ୍ଟୱେର ବର୍ଗର ଗ୍ରାଣ୍ଡ ଫିନାଲେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ନାଇଜରର ନିର୍ଦ୍ଦେଶକ ପ୍ରଫେସର ସୁଧାକର ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସି.ଭ.ି ରମଣ ଗ୍ଲୋବାଲ ୟୁନିଭର୍ସିଟିର ସଭାପତି ସଞ୍ଜୀବ କୁମାର ରାଉତ, କାର୍ଯ୍ୟକାରୀ କୁଳପତି ପ୍ରଫେସର ଦିଲୀପ କୁମାର ଦାସ, ଡିନ୍‌ ଇଞ୍ଜିନିୟରିଂ ପ୍ରଫେସର ପ୍ରିୟଦର୍ଶୀ କାନୁନ୍‌ଗୋ, ବରିଷ୍ଠ ବୈଷୟିକ ନିର୍ଦ୍ଦେଶକ ଏନ୍‌ଆଇସି ସଞ୍ଜୟ କୁମାର ପାଣ୍ଡେ, ଓରାକଲ୍‌ ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡ୍‌ର କୁଳପତି ଅଭିଜିତ ଖୁପରକାର ପ୍ରମୁଖ ଉପସ୍ଥିତ ଥିଲେ। ଏପରିକି ୨୦୧୭ ଠାରୁ ୨ଟି ଫର୍ମାଟରେ ଏସ୍‌ଆଇଏଚ୍‌ ‘ଏସ୍‌ଆଇଏଚ୍‌ ସଫ୍ଟୱେର ଏବଂ ଏସ୍‌ଆଇଏଚ୍‌ ହାର୍ଡୱେର’ ଭାବେ ପରିଚାଳିତ ହେଉଛି। ଚଳିତ ବର୍ଷ ସ୍ମାର୍ଟ ଇଣ୍ଡିଆ ହ୍ୟାକଥନ-ଜୁନିୟର ମଧ୍ୟ ଆତ୍ମପ୍ରକାଶ କରିଛି। ସ୍କୁଲ ଛାତ୍ରୀଛାତ୍ରଙ୍କ ପାଇଁ ଏହି ନୂଆ ସଂସ୍କରଣ ପ୍ରସ୍ତୁତ ହୋଇଛି। କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରଣାଳୟ ଉକ୍ତ କାର୍ଯ୍ୟକ୍ରମର ପରିଚାଳନା କରିବା ସହ ପ୍ରୋବ୍ଲେମ ଷ୍ଟେଟମେଣ୍ଟ ମଧ୍ୟ ପ୍ରଦାନ କରିବ। ଭୁବନେଶ୍ୱରର ସି.ଭି. ରମଣ ଗ୍ଲୋବାଲ ୟୁନିଭର୍ସିଟି କ୍ୟାମ୍ପସକୁ ଏକ ନୋଡାଲ ସେଣ୍ଟର ଭାବେ ଚୟନ କରାଯାଇଛି। ଏହି ପରିପ୍ରେକ୍ଷୀରେ ୨୮ଟି ଟିମ୍‌ର ପ୍ରାୟ ୨୦୦ ପ୍ରତିଯୋଗୀ ପ୍ରତିଦ୍ୱନ୍ଦ୍ୱିତା କରିବେ। ପ୍ରତି ବିଜୟୀ ଦଳକୁ ୧ଲକ୍ଷ ଟଙ୍କା ପ୍ରଦାନ କରାଯିବ। ସେହିଭଳି ପ୍ରଥମ ବିଜେତା ୧ଲକ୍ଷ, ଦ୍ୱିତୀୟ ବିଜେତା ୭୫,୦୦୦ ଓ ତୃତୀୟ ବିଜେତା ୫୦,୦୦୦ ଟଙ୍କା ପୁରସ୍କାର ରାଶି ପାଇବେ। ‘ସ୍ମାର୍ଟ ଇଣ୍ଡିଆ ହ୍ୟାକଥନ ବା ଏସ୍‌ଆଇଏଚ୍‌’ ହେଉଛି ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟର ଏକ ନିଆରା ଅଭିଯାନ। ଏହା ଜରିଆରେ ଛାତ୍ରୀଛାତ୍ରମାନେ ଅଭିନବ ପଦ୍ଧତି ଦ୍ୱାରା ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପ୍ଲାଟ୍‌ଫର୍ମ ପ୍ରସ୍ତୁତ କରିବେ। ଏପରିକି ସରକାର, ମନ୍ତ୍ରଣାଳୟ, ବିଭାଗ, ଶିଳ୍ପ ତଥା ଅନ୍ୟାନ୍ୟ ସଂଗଠନଗୁଡିକର ସମସ୍ୟାର ସମାଧାନ ପାଇଁ ଏହି ଅଭିଯାନର ଆରମ୍ଭ ହୋଇଛି। ସେଥିପାଇଁ ଏସ୍‌ଆଇଏଚ୍‌ ଦୁନିଆର ସବୁଠୁ ବଡ଼ ଅଭିଯାନ ଭାବେ ପରିଚିତ ଓ ପ୍ରଶଂସିତ ହୋଇପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri