ସ୍ମାର୍ଟ ମିଟର ସୁରକ୍ଷିତ, ଭରସାଯୋଗ୍ୟ: ଟିପିଡବ୍ଲ୍ୟୁଓଡିଏଲ୍‌

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ):ପଶ୍ଚିମ ଓଡ଼ିଶାର ବିଦ୍ୟୁତ୍‌ ବିତରଣ କମ୍ପାନୀ ଟିପିଡବ୍ଲ୍ୟୁଓଡିଏଲ ନିରବଚ୍ଛିନ୍ନ ବିଦ୍ୟୁତ୍‌ ସେବା ଯୋଗାଇ ଦେବା ସହ ଗ୍ରାହକ ସେବା ପାଇଁ ସଦାସର୍ବାଦା ପ୍ରତିଶ୍ରୁତିବଦ୍ଧ ରହିଛି । ସ୍ମାର୍ଟ ମିଟର ସମ୍ପୂର୍ଣ୍ଣ ରୂପେ ସୁରକ୍ଷିତ ଓ ଭରସାଯୋଗ୍ୟ। ଶୁକ୍ରବାର ବରଗଡ଼ର ଏକ ହୋଟେଲ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ କମ୍ପାନୀର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରବୀଣ ବର୍ମା ଏହା କହିଛନ୍ତି। ସେ ଆହୁରି କହିଥିଲେ, ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗଙ୍କ ନିର୍ଦ୍ଦେଶ ଅନୁସାରେ କମ୍ପାନୀ ପକ୍ଷରୁ ସମସ୍ତ ବିଦ୍ୟୁତ୍‌ ଉପଭୋକ୍ତାଙ୍କ ପାଇଁ ସ୍ମାର୍ଟ ମିଟର ବସାଯାଉଛି । ଏହି ସ୍ମାର୍ଟ ମିଟର ସମ୍ପୂର୍ଣ୍ଣ ରୂପେ ଠିକ୍‌ ବିଦ୍ୟୁତ୍‌ ବ୍ୟବହାରକୁ ପରଖିଥାଏ ଏବଂ ଠିକ ଭାବେ ଗ୍ରାହକଙ୍କ ବ୍ୟବହାର ଅନୁଯାୟୀ ମିଟର ରିଡ଼ିଂ ଦର୍ଶାଇଥାଏ। ସ୍ମାର୍ଟ ମିଟର କେବଳ କମ୍ପାନୀର କମ୍ପ୍ୟୁଟର ସହିତ ଅଟୋମେଟିକ ଯୋଗସୂତ୍ର ରକ୍ଷା କରିଥାଏ। ଏହାଦ୍ୱାରା ଗ୍ରାହକମାନଙ୍କ ମିଟର ରିଡ଼ିଂ ପ୍ରତ୍ୟେକ ୩୦ଦିନ ବ୍ୟବଧାନରେ କମ୍ପାନୀର କମ୍ପ୍ୟୁଟର ଦ୍ୱାରା ସଂଗ୍ରହ କରାଯାଇଥାଏ ଏବଂ ତଦନୁସାରେ ଗ୍ରାହକମାନଙ୍କୁ ମାସିକ ବିଲ ଯୋଗାଇ ଦିଆଯାଏ । ସମସ୍ତ ସ୍ମାର୍ଟ ମିଟର କମ୍ପାନୀ ଦ୍ୱାରା ଲାବୋରେଟୋରୀରେ ପରୀକ୍ଷା କରିବା ପରେ ଗ୍ରାହକଙ୍କ ଗୃହ ପରିସରରେ ଲଗାଯାଇଥାଏ ଏବଂ ଏହା ସମ୍ପୂର୍ଣ୍ଣ ସୁରକ୍ଷିତ ଏବଂ ନିର୍ଭରଯୋଗ୍ୟ। ଯଦି କୌଣସି ଗ୍ରାହକଙ୍କ ମନରେ ସ୍ମାର୍ଟ ମିଟରର ଉପକାରିତା ବାବଦରେ ସନ୍ଦେହ ଉପୁଜୁଥାଏ, ତେବେ ଗ୍ରାହକମାନେ କମ୍ପାନୀର ୨୪ଘଣ୍ଟିଆ ଦେୟମୁକ୍ତ ଗ୍ରାହକ ସେବା କେନ୍ଦ୍ର ସହିତ ସମ୍ପର୍କ କରି ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗଙ୍କ ନିର୍ଦ୍ଦେଶ ଅନୁସାରେ ମିଟର ପରୀକ୍ଷା କରିବା ପାଇଁ ଅନୁରୋଧ କରିପାରିବେ ଏବଂ ଗ୍ରାହକଙ୍କ ଅନୁରୋଧ ଅନୁଯାୟୀ ଟିପିଡବ୍ଲ୍ୟୁଓଡିଏଲ ତରଫରୁ ଗ୍ରାହକଙ୍କ ଗୃହ ପରିସରରେ ସ୍ମାର୍ଟ ମିଟରକୁ ପରୀକ୍ଷା କରାଯିବ ବୋଲି ବର୍ମା ଖବରଦାତା ସମ୍ମିଳନୀରେ ପ୍ରକାଶ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ କମ୍ପାନୀର ଅପରେସନ ମୁଖ୍ୟ ଆଶିଷ କୁମାର ପାଟ୍ଟଯୋଶୀ, କମ୍ପାନୀର ବାଣିଜିକ ମୁଖ୍ୟ ପି. ପି. ତେନ୍ଦୁଲକର ଏବଂ ବରଗଡ଼ ବିଦ୍ୟୁତ୍‌ ମଣ୍ଡଳର ମୁଖ୍ୟ ସୁରେନ୍ଦ୍ର ହୋତା ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

ଜଣେ ବିବାହିତ ପୁରୁଷ ଲିଭ-ଇନରେ ରହିପାରିବେ କି? ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଆଲ୍ଲାହାବାଦ,୨୭।୩: ଜଣେ ବିବାହିତ ପୁରୁଷ ଲିଭ-ଇନ ସମ୍ପର୍କରେ ରହିପାରିବେ କି ନାହିଁ ଏହାକୁ ନେଇ ଆଲ୍ଲାହାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଶୁକ୍ରବାର କୋର୍ଟ ଏକ…

ରାମ ନବମୀରେ ପ୍ରଶଂସକଙ୍କୁ ଚମତ୍କାର ଉପହାର ଦେଲେ ରାମ ଚରଣ

ସୁପରଷ୍ଟାର ରାମ ଚରଣ ପ୍ରଶଂସକଙ୍କୁ ଏକ ଚମତ୍କାର ଉପହାର ଦେଇଛନ୍ତି। ରାମ ନବମୀରେ ଫିଲ୍ମ ‘ପେଡ୍ଡି ପେହେଲୱାନ’ର ପ୍ରଥମ ଝଲକ ରିଲିଜ ହୋଇଛି। ଏହା ସୋସିଆଲ ମିଡିଆରେ…

ଗୋଟିଏ ଦିନରେ କେତେ ପେଟ୍ରୋଲ କିଣିପାରିବେ? ଯୁଦ୍ଧ ଭିତରେ ଜାଣିନିଅନ୍ତୁ ନିୟମ…

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାରୁ ଏବଂ ଇନ୍ଧନ ଯୋଗାଣ ସମ୍ପର୍କରେ ଚିନ୍ତା ଜାରି ରହିଥିବାରୁ, ଭାରତର କିଛି ସ୍ଥାନରେ ପେଟ୍ରୋଲ ଏବଂ ଡିଜେଲର ଆତଙ୍କ କ୍ରୟ…

ଭାରତର ବଡ଼ ବାଜି: ଏବେ ରୁଷିଆରୁ ଆସିବ LNGର ଭଣ୍ଡାର!

ନୂଆଦିଲ୍ଲୀ/ମସ୍କୋ,୨୭।୩: ମଧ୍ୟପ୍ରାଚ୍ୟକୁ ଗ୍ରାସ କରୁଥିବା ବିନାଶକାରୀ ଅଶାନ୍ତିର ନିଆଁ ଏବେ ଭାରତର ରୋଷେଇ ଘରଠାରୁ ଆରମ୍ଭ କରି କାରଖାନା ପର୍ଯ୍ୟନ୍ତ ସବୁଠି ପହଞ୍ଚିଛି। ସାମ୍ପ୍ରତିକ ରଏଟର୍ସ ରିପୋର୍ଟ…

କାହିଁକି ବାତିଲ ହେଲା IPL 2026 ଉଦ୍‌ଘାଟନୀ ଉତ୍ସବ, ଜାଣନ୍ତୁ ପ୍ରକୃତ କାରଣ…

ବେଙ୍ଗାଲୁରୁର,୨୭।୩: IPL ବିଶ୍ୱର ସବୁଠୁ ବଡ଼ କ୍ରିକେଟ ଲିଗ୍‌। IPLର ୧୯ତମ ସଂସ୍କରଣ ମାର୍ଚ୍ଚ ୨୮ରେ ଆରମ୍ଭ ହେବ। ପ୍ରଥମ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଏବଂ…

ଟେନ୍‌ସନ୍‌ରେ ଆମେରିକା: ଇରାନ ବିକଶିତ କରୁଛି ଏମିତି ଜିନିଷ

ଓ୍ବାଶିଂଟନ୍‌,୨୭।୩: ଯୁଦ୍ଧ ମଧ୍ୟରେ ଇରାନ ଏକ ଜ୍ୟାକେଟ ଯୁକ୍ତ ପରମାଣୁ ବୋମା ବିକଶିତ କରିପାରେ। ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏହି ଚିନ୍ତା ପ୍ରକାଶ କରିଛନ୍ତି। ଭାନ୍ସ…

ମୁଖ୍ୟମନ୍ତ୍ରୀଙ୍କୁ ଆଖି ବନ୍ଦ କରିବାକୁ କହିଲେ କୁନି ଝିଅ, ହାତରେ ଧରାଇ ଦେଲେ ଏମିତି ଜିନିଷ: Video ଦେଖିଲେ ଅଟକାଇ ପାରିବେନି ହସ

ଲକ୍ଷ୍ନୌ,୨୭।୩: ଗୋରଖନାଥ ମନ୍ଦିର ପରିସରରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନିୟମିତ ପ୍ରାତଃଭ୍ରମଣ ସମୟରେ ଅତ୍ୟନ୍ତ ଭାବପ୍ରବଣ ଘଟଣା ଘଟିଥିଲା। କାନପୁରର ପାଞ୍ଚ ବର୍ଷୀୟା ଯଶସ୍ବିନୀ ସିଂ ମୁଖ୍ୟମନ୍ତ୍ରୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri