ଖୁବ୍‌ଶୀଘ୍ର ସ୍ମାର୍ଟ ପ୍ରିପେଡ୍‌ ମିଟର

ଭୁବନେଶ୍ୱର,୬।୧୦(ବ୍ୟୁରୋ): ୨୦୨୫ ମାର୍ଚ୍ଚ ସୁଦ୍ଧା ସମଗ୍ର ଦେଶରେ ବିଦ୍ୟୁତ୍‌ ଦେୟକୁ ନିୟନ୍ତ୍ରିତ କରିବା ପାଇଁ ସ୍ମାର୍ଟ ପ୍ରିପେଡ୍‌ ମିଟର ପ୍ରଚଳନ ହେବ। ରାଜ୍ୟରେ ଏହି ବ୍ୟବସ୍ଥା ୨୦୨୨ ମାର୍ଚ୍ଚ ସୁଦ୍ଧା କାର୍ଯ୍ୟକାରୀ କରାଯିବ ବୋଲି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ମଙ୍ଗଳବାର ସୂଚନା ଦେଇଛନ୍ତି। ବିଧାନସଭା ସମ୍ମିଳନୀ କକ୍ଷରେ ବାଚସ୍ପତି ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବିଧାନସଭା ଶକ୍ତି ବିଭାଗ ଷ୍ଟାଣ୍ଡିଂ କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ବିଦ୍ୟୁତ୍‌ ପାଇଁ ପ୍ରତ୍ୟେକ ଘରେ ପ୍ରିପେଡ୍‌ ମିଟର ଲଗାଯିବ। ଫଳରେ ଉପଭୋକ୍ତାମାନେ ଆଗୁଆ ସିମ୍‌କାର୍ଡ ମାଧ୍ୟମରେ ବିଦ୍ୟୁତ୍‌ ଦେୟ ପଇଠ କରିପାରିବେ। ଆଉ ଯେତେବେଳେ ପଇସା ସରିଯିବ ସେମାନଙ୍କ ବିଦ୍ୟୁତ୍‌ ସରବରାହ କାଟି ଦିଆଯିବ ବୋଲି ବାଚସ୍ପତି ପାତ୍ର କହିଛନ୍ତି। ଯେଉଁ ଗ୍ରାମ ବା ଗୃହ ବିଦ୍ୟୁତ୍‌ ସେବା ପାଇବାରୁ ବଞ୍ଚତ୍ତ ହୋଇଛନ୍ତି, ସେଗୁଡ଼ିକୁ ଯୋଗାଣ ନିଶ୍ଚିତ କରିବାକୁ ପଦକ୍ଷେପ ନେବାକୁ ବିତରଣ କମ୍ପାନୀକୁ ନିର୍ଦ୍ଦେଶ ଦିଆଯାଇଛି। ଗ୍ରାମାଞ୍ଚଳଠାରୁ ଆରମ୍ଭ କରି ସହର ସବୁଠାରେ ଅଘୋଷିତ ବିଦ୍ୟୁତ୍‌ କାଟ ଖୁବ୍‌ଶୀଘ୍ର ସ୍ମାର୍ଟ ହେଉଥିବାରୁ ବାଚସ୍ପତି ପାତ୍ର ଉଦ୍‌ବେଗ ପ୍ରକାଶ କରିଥିଲେ। ତେଣୁ କୌଣସି ସ୍ଥାନରେ ବିଦ୍ୟୁତ୍‌ କାଟ ପୂର୍ବରୁ ସର୍ବସାଧାରଣଙ୍କ ଅବଗତି ନିମନ୍ତେ ପ୍ରଚାର କରାଯିବା ସହ ରାଜ୍ୟ ସରକାରଙ୍କ ଦ୍ୱାରା ସ୍ଥିରିକୃତ ପ୍ରାପ୍ୟ ସମସ୍ତ ଠିକା କର୍ମଚାରୀଙ୍କୁ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ବିଦ୍ୟୁତ୍‌ ଯୋଗାଣକୁ ସରଳ କରିବାକୁ କିଛି ଲୋକଙ୍କୁ ମଧ୍ୟସ୍ଥଭାବେ ନିଯୁକ୍ତି ଦିଆଯାଇ ଇଲେକ୍ଟ୍ରି ବିଲ୍‌ ସଂଗ୍ରହ କରାଯାଉଛି। ହେଲେ ସେମାନଙ୍କ ମଧ୍ୟରୁ କେତେଜଣ ଟଙ୍କା ଆଦାୟ କରି ଆତ୍ମସାତ୍‌ କରୁଥିବା ଅଭିଯୋଗ ହେଉଛି। ତେଣୁ ଏହି ଦାୟିତ୍ୱ ଆଗାମୀ ଦିନରେ ସ୍ବୟଂ ସହାୟକ ଗୋଷ୍ଠୀ(ଏସ୍‌ଏଚ୍‌ଜି)କୁ ଦିଆଯିବାକୁ ନିଷ୍ପତ୍ତି ହୋଇଛି। ସେମାନେ ଘର ଘର ବୁଲି ବିଦ୍ୟୁତ୍‌ ବିଲ୍‌ ଆଦାୟ କରିବେ। ଏହି ଷ୍ଟାଣ୍ଡିଂ କମିଟି ବୈଠକରେ ଟାଟା ପାଓ୍ବାର ସଦର୍ନ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌(ଟିପିଏସ୍‌ଓଡିଏଲ୍‌) ଏବଂ ଶକ୍ତି ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗ ଦେଇ ବିଦ୍ୟୁତ୍‌ ଯୋଗାଣ ନେଇ ବିସ୍ତୃତ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri