ସ୍ମାର୍ଟକେମ୍‌ କମ୍ପାନୀ କାର୍ଯ୍ୟକୁ ବିରୋଧ ଜାରି

ଛତ୍ରପୁର,୨ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ କାଳିପଲ୍ଲୀ ଗ୍ରାମ ନିକଟରେ ଟାଟା କମ୍ପାନୀର ଇଣ୍ଡଷ୍ଟ୍ରିଆଲ ପାର୍କ ପରିସରରେ ସ୍ମାର୍ଟକେମ୍‌ ଟେକ୍ନୋଲୋଜି ନାମକ ଏକ କାରଖାନା ନିର୍ମାଣକୁ ସ୍ଥାନୀୟ ଲୋକଙ୍କ ବିରୋଧ ଜାରି ରହିଛି। ପ୍ରକଳ୍ପ ସ୍ଥଳରେ ସୋମବାର ଭଳି ମଙ୍ଗଳବାର ମଧ୍ୟ ପୋଲିସ-ଗ୍ରାମବାସୀଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଛି। ଏଥିରେ ଉଭୟ ପକ୍ଷରୁ ୬ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଏଠାରେ ଏହି ବିଷାକ୍ତ ପ୍ରକଳ୍ପ ବନ୍ଦ କରି ଅନ୍ୟ କିଛି ଶିଳ୍ପ କାରଖାନା କରାଯାଉ ବୋଲି କାଳିପଲ୍ଲୀ ପଞ୍ଚାୟତବାସୀ ଜିଦ୍‌ ଧରି ଆନ୍ଦୋଳନ ଜାରି ରଖିଛନ୍ତି।
ପୂର୍ବରୁ ବିରୋଧ ଯୋଗୁ ସ୍ମାର୍ଟକେମ୍‌ ପ୍ରକଳ୍ପ କାମ ବନ୍ଦ ରହିଥିଲା। ପରେ କମ୍ପାନୀ କୋର୍ଟଙ୍କ ନିୟମ ମୁତାବକ ପୋଲିସ ଫୋର୍ସ ଉପସ୍ଥିତିରେ ପୁଣି କାମ ଆରମ୍ଭ କରିଥିଲା। ଏହାକୁ ବିରୋଧ କରିବାରୁ ପୋଲିସ-ଗ୍ରାମବାସୀଙ୍କ ମଧ୍ୟରେ ଠେଲାପେଲା ହୋଇଥିଲା। ମଙ୍ଗଳବାର ଗ୍ରାମବାସୀ ଏକ ବୈଠକରେ ଏ ସମ୍ପର୍କରେ ଆଲୋଚନା କରିବା ପରେ ପ୍ରକଳ୍ପସ୍ଥଳକୁ ଯାଇ ଧସେଇ ପଶିଥିଲେ। ସେଠାରେ ପୋଲିସ ସହ ସେମାନଙ୍କ ଧସ୍ତାଧସ୍ତି ହୋଇଥିଲା। ଗ୍ରାମ ନିକଟରେ ଏହି ବିଷାକ୍ତ କମ୍ପାନୀ ହେଲେ ଲୋକେ ବିଭିନ୍ନ ରୋଗରେ ପଡ଼ିବେ। ଏପରି କି କମ୍ପାନୀ ନିର୍ମାଣ ନେଇ କୌଣସି ଜନଶୁଣାଣି ମଧ୍ୟ ହୋଇ ନ ଥିବା ଅଭିଯୋଗ ହୋଇଛି।
ହାଇକୋର୍ଟରେ ରିଟ୍‌ ପିଟିଶନ ଦାଖଲ
ସ୍ମାର୍ଟକେମ୍‌ କମ୍ପାନୀ ପ୍ରକଳ୍ପ ବିରୋଧରେ ଭାରତୀୟ ବିକାଶ ପରିଷଦ ପକ୍ଷରୁ ହାଇକୋର୍ଟରେ ଏକ ରିଟ୍‌ ପିଟିଶନ ଦାଖଲ ହୋଇଥିବା ସଭାପତି ସୁରେନ୍ଦ୍ର ପାଣିଗ୍ରାହୀ ସୂଚନା ଦେଇଛନ୍ତି। ଏହି ପ୍ରକଳ୍ପ ପାଇଁ ଜନଶୁଣାଣି କରାଯାଇନି। ଭୁଲ୍‌ ତଥ୍ୟ ଦେଇ ଏହାକୁ ଏନ୍‌ଓସି ଦିଆଯାଇଥିବା ଉକ୍ତ ପିଟିଶନରେ ଦର୍ଶାଯାଇଛି। ଉକ୍ତ ମାମଲାରେ କେନ୍ଦ୍ର ସରକାରଙ୍କ ଜଙ୍ଗଲ ଓ ପରିବେଶ ସଚିବ, ମିନିଷ୍ଟ୍ରି ଅଫ୍‌ କମ୍ପାନୀ ରେଜିଷ୍ଟ୍ରେଶନ ସଚିବ, ଚେୟାରମ୍ୟାନ୍‌ କେନ୍ଦ୍ର ପରିବେଶ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ, ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗର ପ୍ରମୁଖ ଶାସନ ସଚିବ, ରାଜ୍ୟ ପରିବେଶ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଓ ଗଞ୍ଜାମ ଜିଲାପାଳଙ୍କୁ ପକ୍ଷଭୁକ୍ତ କରାଯାଇଛି। ଉକ୍ତ ମାମଲାକୁ ଓକିଲ ଗୋପାଳ ପ୍ରସାଦ ଜେନା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ

ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

ପରିବେଶ ସୁରକ୍ଷା ପ୍ରତି ଧ୍ୟାନ ଦେବା ଜରୁରୀ: ଏନଏସଏସ ସ୍ବେଚ୍ଛାସେବୀଙ୍କ ଦ୍ୱାରା ମେଗା ଚାରାରୋପଣ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା କୋ ୟୁନିଟ ଏବଂ ମହିଳା ଶାଖା ପକ୍ଷରୁ ମଙ୍ଗଳବାର କଲେଜ ପରିସରରେ…

ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ):  ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri