Posted inଜାତୀୟ

ସ୍ମାର୍ଟଫୋନର ଅପବ୍ୟବହାର,ନିଶା ସେବନ ଯୁବବର୍ଗମାନଙ୍କ ପାଇଁ ଏକ ବଡ଼ ବିପଦ: ଫାରୁକ ଅବଦୁଲ୍ଲା…

ଶ୍ରୀନଗର,୧୩।୬ : ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲ୍ଲା କହିଛନ୍ତି, ସ୍ମାର୍ଟଫୋନର ଅପବ୍ୟବହାର ଏବଂ ନିଶା ସେବନ ଯୁବବର୍ଗମାନଙ୍କ ପାଇଁ ଏକ ବଡ଼ ବିପଦ ପାଲଟିଛି। ଜମ୍ମୁ-କଶ୍ମୀରର ଯୁବବର୍ଗମାନେ ଏକାସାଙ୍ଗରେ ଅସୁରକ୍ଷା ଏବଂ ବେକାରୀ ସମସ୍ୟା ସହ ଲଢୁଛନ୍ତି। ପ୍ରାପ୍ତ ଏକ ରିପୋର୍ଟ ଅନୁଯାୟୀ, ନ୍ୟାଶନାଲ କନଫରେନ୍ସ (ଏନସି) ସଭାପତି ତଥା ଲୋକସଭା ସଦସ୍ୟ ବଡ଼ଗାମ ଜିଲାର ମାଗମ ଠାରେ ଏକ ସାଧାରଣ ସଭାରେ ଉଦବୋଧନ ଦେଇ କହିଛନ୍ତି ଜମ୍ମୁ-କଶ୍ମୀରରେ ଡ୍ରଗ୍ସ ବହୁ ପରିମାଣରେ ବ୍ୟବହୃତ ହେଉଛି। ଏହା ଆମ ସମସ୍ତଙ୍କ ପାଇଁ ଚିନ୍ତାର ବିଷୟ ହେବା ଉଚିତ। ଏଭଳି ଘଟଣାକୁ ରୋକିବା ଦିଗରେ ପ୍ରଥମ ପଦକ୍ଷେପ ଆମ ସମସ୍ତଙ୍କ ଚିନ୍ତାଧାରାରୁ ଆରମ୍ଭ ହେବା ଜରୁରୀ। ଜମ୍ମୁ-କଶ୍ମୀରରେ ବହୁ ପରିମାଣରେ ବେକାରୀ ସମସ୍ୟା ରହିଛି।
ଯଦି ଏହି ଧାରା ଅବ୍ୟାହତ ରହେ ତେବେ ଯୁବବର୍ଗଙ୍କ ଭବିଷ୍ୟତ ଅନ୍ଧକାର ହୋଇଯିବ। ନିଶା ସେବନ ନେଇ ସରକାରଙ୍କ ଚିନ୍ତାଧାରାକୁ ପରିବର୍ତ୍ତନ କରିବା ଏବଂ ଆଇନ ଶୃଙ୍ଖଳା ପରିବର୍ତ୍ତେ ଏହାକୁ ଏକ ସମସ୍ୟା ଭାବରେ ଦେଖିବା ଆରମ୍ଭ କରିବାର ସମୟ ଆସିଛି।

ସ୍ଥାନୀୟ ଗଣମାଧ୍ୟମ ଅନୁଯାୟୀ, ଫାରୁକ ଅବଦୁଲ୍ଲା ଅଭିଯୋଗ କରିଛନ୍ତି ଜମ୍ମୁ-କଶ୍ମୀରର ଅଧିକାରୀମାନେ ଲୋକଙ୍କୁ ଭୟ ଏବଂ ଆତଙ୍କରେ ରଖିବା ପାଇଁ ଏକ ବ୍ୟବସ୍ଥା କରିଛନ୍ତି। ସ୍ବର ଉତ୍ତୋଳନ ଏବଂ ସତ୍ୟ କହିବା ଉପରେ ସମ୍ପୂର୍ଣ୍ଣ ନିଷେଧାଦେଶ ରହିଛି । ଲୋକଙ୍କୁ ସତ କହିବା ଠାରୁ ଦୂରେଇ ରଖିବା ପାଇଁ ଜମ୍ମୁ-କଶ୍ମୀରରେ ଭୟ ଏବଂ ଆତଙ୍କ ପରିସ୍ଥିତି ସୃଷ୍ଟି ହୋଇଛି। ଗଣମାଧ୍ୟମର ସ୍ବାଧୀନତାର କଣ୍ଠରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?