ସ୍ମାର୍ଟ ଫୋନ୍‌ ନେଲା ଛାତ୍ରଙ୍କ ଜୀବନ

କେନ୍ଦୁଝର,୨୯ା୭(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକର ଆଖୁପାଳ ଗ୍ରାମରେ ଫ୍ରି ଫାୟାର ଗେମ୍‌ ଖେଳି ଆହତ ହୋଇଥିବା ଦଶମ ଶ୍ରେଣୀ ଛାତ୍ର ଅଗସ୍ତି ଖଣ୍ଡା(୧୫)ଙ୍କ କଟକରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି।

ସୂଚନାନୁଯାୟୀ, ଅନ୍‌ଲାଇନରେ ପୁଅ ପାଠ ପଢ଼ିବ ବୋଲି ପିତା କୁଅଁର ମୁଣ୍ଡା ଏକ ସ୍ମାର୍ଟ ଫୋନ୍‌ କିଣି ଦେଇଥିଲେ ା କିନ୍ତୁ ପୁଅ ପାଠ ପଢିବା ସହ ଫୋନ୍‌ରେ ବିଭିନ୍ନ ପ୍ରକାରର ଆପ୍‌ ଡାଉନ ଲୋଡ୍‌ କରି ଗେମ୍‌ ଖେଳୁଥିଲେ ା ଏହି ସମୟରେ ଫ୍ରିଫାୟାର ଗେମ୍‌ ଖେଳି ଅଗସ୍ତି ମାନସିକ ଭାରସାମ୍ୟ ହରାଇ ବସିଥିଲେ ବୋଲି ପରିବାର ଲୋକ ଅଭିଯୋଗ କରିଛନ୍ତି ା ମଙ୍ଗଳବାର ଗୁରୁତର ହୋଇ ପଡ଼ିବାରୁ ତାଙ୍କୁ ପ୍ରଥମେ ହରିଚନ୍ଦନପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାକୁ ଆଣିଥିଲେ। ପୁଣି ଅବସ୍ଥା ସଂକଟାପନ୍ନ ହେବାରୁ କଟକ ବଡ଼ ଡାକ୍ତରଖାନାକୁ ବୁଧବାର ନିଆଯାଇଥିଲା। ତେବେ ସେଠାରେ ରାତି ସାଢ଼େ ୧୦ଟାରେ ଅଗସ୍ତିଙ୍କର ମୃତ୍ୟୁ ହୋଇଥିଲା। ଏନେଇ ହରିଚନ୍ଦନପୁର ଥାନା ଅଧିକାରିଣୀ ଶଶ୍ମିତା ଦେବତାଙ୍କୁ ପଚାରିବାରୁ ଥାନାରେ ସେଭଳି ଘଟଣା ନେଇ କୌଣସି ରିପୋର୍ଟ ହୋଇନାହିଁ ା ଆସିଲେ ଯାଞ୍ଚ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ କଲବଲ କରିବ କୁହୁଡ଼ି, ୯ ଜିଲ୍ଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨: ଗତ କିଛି ଦିନ ହେବ ରାଜ୍ୟରେ ଘନ କୁହୁଡ଼ି ଦେଖାଯାଉଥିବା ବେଳେ ଏପରି ସ୍ଥିତି ଆହୁରି କିଛିଦିନ ଲାଗି ରହିବ । ଏନେଇ...

ଅନ୍ୟ ଧର୍ମର ହୋଇଥିବାରୁ ଗାଁ ଶ୍ମଶାନରେ ସମାଧି ଦେବାକୁ ମନା, ପ୍ରଶାସନ ଉପସ୍ଥିତିରେ…

ପାଟଣା,୩୧ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜାରେ ଡିସେମ୍ବର ୧୬ ତାରିଖ ରାତି ୧୨ଟାରେ ଟିବି ରୋଗରେ ଆକ୍ରାନ୍ତ ହୋଇଥିବା ତଥା...

ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇ ଜିଲାପାଳ କହିଲେ…

ଧର୍ମଶାଳା,୩୧ା୧୨(ଶିବ ପ୍ରସାଦ ମହାନ୍ତି): ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନୁଷ୍ଠିତ...

Nimesulide Ban: ପେନ୍ କିଲର ଖାଉଥିଲେ ସାବଧାନ! ଏହି ଔଷଧକୁ ବ୍ୟାନ କଲେ ସରକାର

ନୂଆଦିଲ୍ଲୀ,୩୧।୧୨:  କେନ୍ଦ୍ର ସରକାର ଯନ୍ତ୍ରଣା ନିବାରକ ଔଷଧ ନିମେସୁଲାଇଡ୍ ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ସ୍ୱାସ୍ଥ୍ୟ ସୁରକ୍ଷା ଦୃଷ୍ଟିରୁ ୧୦୦ ମିଗ୍ରାରୁ ଅଧିକ ଧାରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri