ସ୍ମାର୍ଟ ଫୋନ୍‌ ନେଲା ଛାତ୍ରଙ୍କ ଜୀବନ

କେନ୍ଦୁଝର,୨୯ା୭(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକର ଆଖୁପାଳ ଗ୍ରାମରେ ଫ୍ରି ଫାୟାର ଗେମ୍‌ ଖେଳି ଆହତ ହୋଇଥିବା ଦଶମ ଶ୍ରେଣୀ ଛାତ୍ର ଅଗସ୍ତି ଖଣ୍ଡା(୧୫)ଙ୍କ କଟକରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି।

ସୂଚନାନୁଯାୟୀ, ଅନ୍‌ଲାଇନରେ ପୁଅ ପାଠ ପଢ଼ିବ ବୋଲି ପିତା କୁଅଁର ମୁଣ୍ଡା ଏକ ସ୍ମାର୍ଟ ଫୋନ୍‌ କିଣି ଦେଇଥିଲେ ା କିନ୍ତୁ ପୁଅ ପାଠ ପଢିବା ସହ ଫୋନ୍‌ରେ ବିଭିନ୍ନ ପ୍ରକାରର ଆପ୍‌ ଡାଉନ ଲୋଡ୍‌ କରି ଗେମ୍‌ ଖେଳୁଥିଲେ ା ଏହି ସମୟରେ ଫ୍ରିଫାୟାର ଗେମ୍‌ ଖେଳି ଅଗସ୍ତି ମାନସିକ ଭାରସାମ୍ୟ ହରାଇ ବସିଥିଲେ ବୋଲି ପରିବାର ଲୋକ ଅଭିଯୋଗ କରିଛନ୍ତି ା ମଙ୍ଗଳବାର ଗୁରୁତର ହୋଇ ପଡ଼ିବାରୁ ତାଙ୍କୁ ପ୍ରଥମେ ହରିଚନ୍ଦନପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାକୁ ଆଣିଥିଲେ। ପୁଣି ଅବସ୍ଥା ସଂକଟାପନ୍ନ ହେବାରୁ କଟକ ବଡ଼ ଡାକ୍ତରଖାନାକୁ ବୁଧବାର ନିଆଯାଇଥିଲା। ତେବେ ସେଠାରେ ରାତି ସାଢ଼େ ୧୦ଟାରେ ଅଗସ୍ତିଙ୍କର ମୃତ୍ୟୁ ହୋଇଥିଲା। ଏନେଇ ହରିଚନ୍ଦନପୁର ଥାନା ଅଧିକାରିଣୀ ଶଶ୍ମିତା ଦେବତାଙ୍କୁ ପଚାରିବାରୁ ଥାନାରେ ସେଭଳି ଘଟଣା ନେଇ କୌଣସି ରିପୋର୍ଟ ହୋଇନାହିଁ ା ଆସିଲେ ଯାଞ୍ଚ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?