Posted inଖେଳ

ଈଶାନ କିସାନଙ୍କ ଧୂଆଁଧାର ଶତକ: ସୟଦ ମୁସ୍ତାକ ଅଲି ଟ୍ରଫି ଜିତିଲା ଝାଡ଼ଖଣ୍ଡ

ପୁନେ,୧୮ା୧୨: ଅଧିନାୟକ ଇଶାନ କିଶନଙ୍କ ଧୂଆଁଧାର ଶତକ ବଳରେ ଝାଡ଼ଖଣ୍ଡ କ୍ରିକେଟ ଦଳ ଏକ ନୂଆ ଇତିହାସ ରଚିଛି। ଗୁରୁବାର ପୁଣେର MCA ଷ୍ଟାଡିୟମଠାରେ ଅନୁଷ୍ଠିତ ଫାଇନାଲ ମ୍ୟାଚରେ ଝାଡ଼ଖଣ୍ଡ ୬୯ ରନରେ ହରିୟାଣାକୁ ପରାସ୍ତ କରି ପ୍ରଥମ ଥର ପାଇଁ ସୟଦ ମୁସ୍ତାକ ଅଲି ଟ୍ରଫି (SMAT) ହାସଲ କରିଛି।

ଜାତୀୟ ଚୟନକର୍ତ୍ତାଙ୍କ ଉପସ୍ଥିତିରେ ଇଶାନ କିଶନ ମାତ୍ର ୪୯ ବଲ୍‌ରୁ ୧୦୧ ରନର ଏକ ଦମଦାର ଶତକୀୟ ପାଳି ଖେଳିଥିଲେ। ଅନ୍ୟତମ ବ୍ୟାଟର କୁମାର କୁଶାଗ୍ର (୮୧ ରନ୍, ୩୮ ବଲ୍)ଙ୍କ ସହ ମିଶି ସେ ଦ୍ୱିତୀୟ ୱିକେଟ ପାଇଁ ୧୭୭ ରନର ଭାଗିଦାରୀ କରିଥିଲେ। ଏହା ବଳରେ ଝାଡ଼ଖଣ୍ଡ ୩ ୱିକେଟ ହରାଇ ୨୬୨ ରନର ଏକ ବିଶାଳ ସ୍କୋର ଛିଡ଼ା କରିଥିଲା, ଯାହା ଏହି ଟୁର୍ଣ୍ଣାମେଣ୍ଟର ଫାଇନାଲରେ ସର୍ବାଧିକ ସ୍କୋର।

ଅନୁକୂଳ ରୟ ଓ ରୋବିନ ମିଞ୍ଜ୍‌ଙ୍କ ଅପରାଜିତ ୭୫ ରନର ଭାଗିଦାରୀ ଦଳକୁ ୨୦୦ ରନ୍ ପାର୍ କରିବାରେ ସାହାଯ୍ୟ କରିଥିଲା। ପୂରା ଟୁର୍ଣ୍ଣାମେଣ୍ଟରେ ଚମତ୍କାର ପ୍ରଦର୍ଶନ ପାଇଁ ଅନୁକୂଳଙ୍କୁ ‘ପ୍ଲେୟାର ଅଫ୍ ଦି ସିରିଜ୍’ ଘୋଷିତ କରାଯାଇଛି।

୨୬୩ ରନର ବିଶାଳ ଲକ୍ଷ୍ୟକୁ ପିଛା କରି ହରିୟାଣା ଆରମ୍ଭରୁ ହିଁ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ବିକାଶ ସିଂହ ଓ ଅନୁକୂଳ ରୟଙ୍କ ଶାଣିତ ବୋଲିଂ ଆଗରେ ହରିୟାଣା ବ୍ୟାଟରମାନେ ତିଷ୍ଠି ପାରିନଥିଲେ।

ଦୀର୍ଘ ଦିନ ଧରି ଭାରତୀୟ ଦଳରୁ ବାହାରେ ଥିବା ଇଶାନ କିଶନ ଏହି ଟୁର୍ଣ୍ଣାମେଣ୍ଟରେ ମୋଟ ୫୧୭ ରନ୍ ସଂଗ୍ରହ କରି ଚୟନକର୍ତ୍ତାଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଆସନ୍ତା ଶନିବାର ଟି-୨୦ ବିଶ୍ୱକପ୍ ପାଇଁ ଭାରତୀୟ ଦଳ ଚୟନ ହେବାକୁ ଥିବା ବେଳେ ଇଶାନଙ୍କ ଏହି ଶତକ ତାଙ୍କ ପାଇଁ ଦଳର ଦ୍ୱାର ଖୋଲିପାରେ ବୋଲି ଆଶା କରାଯାଉଛି।

ବିଜୟ ପରେ ଝାଡ଼ଖଣ୍ଡ ଦଳର ଖେଳାଳିମାନେ ଭାବପୂର୍ଣ୍ଣ ହୋଇ ଉତ୍ସବ ପାଳନ କରିଥିଲେ। ପୂର୍ବତନ କ୍ରିକେଟର ସୌରଭ ତିୱାରୀ ଓ ଶାହବାଜ ନଦୀମ ମଧ୍ୟ ଦଳର ଏହି ଐତିହାସିକ ସଫଳତାରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ

ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...

କାହିଁକି ବାଦ୍‌ ପଡ଼ିଲେ ଗିଲ୍‌: ମୁହଁ ଖୋଲିଲେ ଅଗରକର

ମୁମ୍ବାଇ, ୨୦ା୧୨: ୨୦୨୬ ଫେବୃଆରୀ-ମାର୍ଚ୍ଚରେ ହେବାକୁ ଥିବା ଟି୨୦ କ୍ରିକେଟ୍‌ ବିଶ୍ୱକପ୍‌ ଲାଗି ଶନିବାର ଭାରତୀୟ ଦଳ ଘୋଷିତ ହୋଇଛି। ଦିନିକିଆ ଓ ଟେଷ୍ଟ ଦଳର...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

୭୫୩ ଦିନ ପରେ ସରିଲା ବନବାସ, ଟିମ୍‌ ଇଣ୍ଡିଆ ପାଇଁ କେମିତି ଚୟନ ହେଲେ ଇଶାନ କିଶନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୦।୧୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ୱିକେଟକିପର-ବ୍ୟାଟ୍ସମ୍ୟାନ ଇଶାନ କିଶାନ ଦୁଇ ବର୍ଷ ପରେ ଦଳକୁ ଫେରିଛନ୍ତି। ଇଶାନ...

ଶୁବମନ ଗିଲ ଆଉଟ ହେବା ପରେ ବଡ଼ ସମସ୍ୟାର ହେଲା ସମାଧାନ!

ନୂଆଦିଲ୍ଲୀ,୨୦।୧୨: ଶନିବାର ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଜାନୁଆରୀରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳି...

ଘୋଷଣା ହେଲା ଟି-୨୦ ବିଶ୍ୱକପ୍ ଦଳ: ଗୌତମ ଗମ୍ଭୀରଙ୍କୁ ଚେତାବନୀ ଦେଲେ ପୁର୍ବତନ କ୍ରିକେଟର

ମୁମ୍ବାଇ,୨୦।୧୨: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍ ୨୦୨୬ ପାଇଁ ଭାରତୀୟ ଦଳ ଘୋଷଣା ହେବା ପୂର୍ବରୁ ପୂର୍ବତନ ଅଲରାଉଣ୍ଡର ଇରଫାନ୍ ପଠାନ୍ ଏକ ଗୁରୁତ୍ୱପୂର୍ଣ୍ଣ ଚେତାବନୀ...

ଟି-୨୦ ବିଶ୍ୱକପ୍‌ ଟିମ୍‌ରୁ ଗିଲ୍‌ ଆଉଟ୍‌: କାରଣ କହିଦେଲେ ଚୟନକର୍ତ୍ତା

ନୂଆଦିଲ୍ଲୀ,୨୦।୧୨: ଭାରତୀୟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ଶୁବମନ ଗିଲ କିଛି ଦିନ ହେବ ଖରାପ ଫର୍ମରେ ଅଛନ୍ତି। ଆଘାତ ଯୋଗୁ ଗିଲ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri