Posted inଖେଳ

ଈଶାନ କିସାନଙ୍କ ଧୂଆଁଧାର ଶତକ: ସୟଦ ମୁସ୍ତାକ ଅଲି ଟ୍ରଫି ଜିତିଲା ଝାଡ଼ଖଣ୍ଡ

ପୁନେ,୧୮ା୧୨: ଅଧିନାୟକ ଇଶାନ କିଶନଙ୍କ ଧୂଆଁଧାର ଶତକ ବଳରେ ଝାଡ଼ଖଣ୍ଡ କ୍ରିକେଟ ଦଳ ଏକ ନୂଆ ଇତିହାସ ରଚିଛି। ଗୁରୁବାର ପୁଣେର MCA ଷ୍ଟାଡିୟମଠାରେ ଅନୁଷ୍ଠିତ ଫାଇନାଲ ମ୍ୟାଚରେ ଝାଡ଼ଖଣ୍ଡ ୬୯ ରନରେ ହରିୟାଣାକୁ ପରାସ୍ତ କରି ପ୍ରଥମ ଥର ପାଇଁ ସୟଦ ମୁସ୍ତାକ ଅଲି ଟ୍ରଫି (SMAT) ହାସଲ କରିଛି।

ଜାତୀୟ ଚୟନକର୍ତ୍ତାଙ୍କ ଉପସ୍ଥିତିରେ ଇଶାନ କିଶନ ମାତ୍ର ୪୯ ବଲ୍‌ରୁ ୧୦୧ ରନର ଏକ ଦମଦାର ଶତକୀୟ ପାଳି ଖେଳିଥିଲେ। ଅନ୍ୟତମ ବ୍ୟାଟର କୁମାର କୁଶାଗ୍ର (୮୧ ରନ୍, ୩୮ ବଲ୍)ଙ୍କ ସହ ମିଶି ସେ ଦ୍ୱିତୀୟ ୱିକେଟ ପାଇଁ ୧୭୭ ରନର ଭାଗିଦାରୀ କରିଥିଲେ। ଏହା ବଳରେ ଝାଡ଼ଖଣ୍ଡ ୩ ୱିକେଟ ହରାଇ ୨୬୨ ରନର ଏକ ବିଶାଳ ସ୍କୋର ଛିଡ଼ା କରିଥିଲା, ଯାହା ଏହି ଟୁର୍ଣ୍ଣାମେଣ୍ଟର ଫାଇନାଲରେ ସର୍ବାଧିକ ସ୍କୋର।

ଅନୁକୂଳ ରୟ ଓ ରୋବିନ ମିଞ୍ଜ୍‌ଙ୍କ ଅପରାଜିତ ୭୫ ରନର ଭାଗିଦାରୀ ଦଳକୁ ୨୦୦ ରନ୍ ପାର୍ କରିବାରେ ସାହାଯ୍ୟ କରିଥିଲା। ପୂରା ଟୁର୍ଣ୍ଣାମେଣ୍ଟରେ ଚମତ୍କାର ପ୍ରଦର୍ଶନ ପାଇଁ ଅନୁକୂଳଙ୍କୁ ‘ପ୍ଲେୟାର ଅଫ୍ ଦି ସିରିଜ୍’ ଘୋଷିତ କରାଯାଇଛି।

୨୬୩ ରନର ବିଶାଳ ଲକ୍ଷ୍ୟକୁ ପିଛା କରି ହରିୟାଣା ଆରମ୍ଭରୁ ହିଁ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ବିକାଶ ସିଂହ ଓ ଅନୁକୂଳ ରୟଙ୍କ ଶାଣିତ ବୋଲିଂ ଆଗରେ ହରିୟାଣା ବ୍ୟାଟରମାନେ ତିଷ୍ଠି ପାରିନଥିଲେ।

ଦୀର୍ଘ ଦିନ ଧରି ଭାରତୀୟ ଦଳରୁ ବାହାରେ ଥିବା ଇଶାନ କିଶନ ଏହି ଟୁର୍ଣ୍ଣାମେଣ୍ଟରେ ମୋଟ ୫୧୭ ରନ୍ ସଂଗ୍ରହ କରି ଚୟନକର୍ତ୍ତାଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଆସନ୍ତା ଶନିବାର ଟି-୨୦ ବିଶ୍ୱକପ୍ ପାଇଁ ଭାରତୀୟ ଦଳ ଚୟନ ହେବାକୁ ଥିବା ବେଳେ ଇଶାନଙ୍କ ଏହି ଶତକ ତାଙ୍କ ପାଇଁ ଦଳର ଦ୍ୱାର ଖୋଲିପାରେ ବୋଲି ଆଶା କରାଯାଉଛି।

ବିଜୟ ପରେ ଝାଡ଼ଖଣ୍ଡ ଦଳର ଖେଳାଳିମାନେ ଭାବପୂର୍ଣ୍ଣ ହୋଇ ଉତ୍ସବ ପାଳନ କରିଥିଲେ। ପୂର୍ବତନ କ୍ରିକେଟର ସୌରଭ ତିୱାରୀ ଓ ଶାହବାଜ ନଦୀମ ମଧ୍ୟ ଦଳର ଏହି ଐତିହାସିକ ସଫଳତାରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ଗଣବଳାତ୍କାରକୁ ନେଇ ବର୍ଷିଲେ ରାହୁଲ-ପ୍ରିୟଙ୍କା, ପୋଲିସକୁ ଟାର୍ଗେଟ୍‌ କରି କହିଲେ ପ୍ରତିଦିନ…

ନୂଆଦିଲ୍ଲୀ,୧୯ା୯: ଦିଲ୍ଲୀର ସ୍ବରୂପ ନଗରରେ ଜଣେ ନାବାଳିକାଙ୍କୁ ପ୍ରଥମେ ବଳାତ୍କାର ଏବଂ ପରେ ନିର୍ମମ ଭାବରେ ହତ୍ୟା କରାଯାଇଛି। ଏହି ମାମଲାରେ ପୋଲିସ ୧୯ ବର୍ଷୀୟ ଯୁବକ…

ନୂଆ ଆଇନରେ ସ୍ବାକ୍ଷର କଲେ ଟ୍ରମ୍ପ: ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧୯।୯: ରୁଷିଆ ଓ ଇରାନ ବିରୋଧରେ ଆମେରିକାର ନୂଆ ପଦକ୍ଷେପକୁ ନେଇ ଅନ୍ତର୍ଜାତୀୟ ସ୍ତରରେ ଚର୍ଚ୍ଚା ଜୋର ଧରିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଲିଣ୍ଡସେ ଓ.…

ଭାରତ ପାଇଁ ଡେବ୍ୟୁ କଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ପ୍ରଥମ ମ୍ୟାଚ୍‌ରେ କଲେ ଏମିତି କାରନାମା

ରାଜକୋଟ,୧୯।୯: ବାପାଙ୍କ ଭଳି କ୍ରିକେଟ ମଇଦାନରେ ପାଦ ଥାପିବାର ଆର୍ଯ୍ୟବୀର ସେହ୍ବାଗଙ୍କ ଅପେକ୍ଷା ଶେଷ ହୋଇଛି। ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷରେ ରାଜକୋଟରେ ଖେଳାଯାଇଥିବା ମ୍ୟାଚ୍‌ରେ ସେ ପ୍ରଥମଥର…

ଇଣ୍ଡୋନେସିଆକୁ ମିଳିଲା ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର

ଜାକର୍ତ୍ତା, ୧୯।୯: ଇଣ୍ଡୋନେସିଆକୁ ଶୁକ୍ରବାର ଏହାର ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର ମିଳିଛି । ରାଷ୍ଟ୍ରପତି ପ୍ରଭୋବୋ ସୁବିଆଣ୍ଟୋଙ୍କ ସରକାର ଦେଶର ପୁରୁଣା ସେନାକୁ ଆଧୁନିକୀକରଣ କରିବା ଏବଂ…

ଅଷ୍ଟ୍ରେଲିଆ ବୋଲରଙ୍କୁ ଧୂଳି ଚଟାଇଲେ ରାହୁଲ ଦ୍ରାବିଡ଼ଙ୍କ ପୁଅ, ବର୍ଷା କଲେ ଚୌକା-ଛକା,ସମସ୍ତେ ଆଶ୍ଚର୍ଯ୍ୟ

ରାଜକୋଟ,୧୯।୯: କ୍ରିକେଟରେ ‘ଦ୍ରାବିଡ଼’ ନାଁ ଶୁଣିଲେ ରାହୁଲ ଦ୍ରାବିଡ଼ଙ୍କ ଧୈର୍ଯ୍ୟଶୀଳ ଓ ଶାନ୍ତ ବ୍ୟାଟିଂ ମନେ ପଡ଼େ। କିନ୍ତୁ ତାଙ୍କ ପୁଅ ଅନୱୟ ଦ୍ରାବିଡ଼ ବ୍ୟାଟରେ ଦେଖାଇଛନ୍ତି…

ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହେଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ/କୋଲକାତା,୧୮ା୯: ତୃଣମୂଳ କଂଗ୍ରେସ (TMC) ର ନାମ ଏବଂ ନିର୍ବାଚନ ଚିହ୍ନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଭିତରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୁପ୍ରିମ୍…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

ନନ୍ଦୀଗ୍ରାମ ଉପନିର୍ବାଚନରେ ହାଇଡ୍ରାମା: ମମତାଙ୍କ ସମର୍ଥନ ମିଳିବାର କିଛି ଘଣ୍ଟା ମଧ୍ୟରେ କଂଗ୍ରେସ ପ୍ରାର୍ଥୀ ଗିରଫ

କୋଲକାତା,୧୮।୯: ପଶ୍ଚିମବଙ୍ଗର ଚର୍ଚ୍ଚିତ ନନ୍ଦୀଗ୍ରାମ ବିଧାନସଭା ଆସନର ଉପନିର୍ବାଚନ ପୂର୍ବରୁ ରାଜନୈତିକ ପାରଦ ବୃଦ୍ଧି ପାଇବାରେ ଲାଗିଛି। ତୃଣମୂଳ କଂଗ୍ରେସ (TMC) ପ୍ରାର୍ଥୀ ନାମପତ୍ର ପ୍ରତ୍ୟାହାର କରିବା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?