ଶିକ୍ଷକ ବଦଳି ଦାବିରେ ଜିଲାପାଳଙ୍କୁ ଭେଟିଲେ ଏସଏମସି

କୁନ୍ଦୁରା,୯।୧୨(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଳା କୁନ୍ଦୁରା ବ୍ଲକ ନବଗଠିତ ଗୁଣ୍ଡାଳ ଗ୍ରାମ ପଞ୍ଚାୟତରେ ରହିଥିବା ଉଚ୍ଚ ବିଦ୍ୟାଳୟର ଶିକ୍ଷକ ବଦଳି ଦାବିରେ ଜିଲାପାଳଙ୍କୁ ଭେଟିଲେ ବିଦ୍ୟାଳୟ ପରିଚାଳନା କମିଟି ସଦସ୍ୟ। ୨୦୧୩ରେ ପ୍ରତିଷ୍ଠା ଲାଭ କରିଥିବାଏହି ବିଦ୍ୟାଳୟରେ ଅଷ୍ଟମ, ନବମ ଏବଂ ଦଶମ ଶ୍ରେଣୀ ରହିଥିବା ବେଳେ ଏଠାରେ ୩ ଜଣ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯାଇଛି। ପ୍ରଥମ ଶ୍ରେଣୀରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ୧୫୮ ଜଣ ଛାତ୍ରୀଛାତ୍ର ପାଠ ପଢ଼ୁଥିବା ବେଳେ ନବମ ଏବଂ ଦଶମ ଶ୍ରେଣୀ ନିମନ୍ତେ ୩ ଜଣ ଶିକ୍ଷକ ରହିଥିବାବେଳେ ସେଥିମଧ୍ୟରୁ ଜଣେ ଲମ୍ବା ଛୁଟିରେ ରହିଥିବା ସହିତ ଅନ୍ୟ ଜଣେ ସପ୍ତାହରେ ଦୁଇଦିନ ବିଦ୍ୟାଳୟକୁ ଆସୁଥିବା ଅଭିଯୋଗ ହୋଇଛି। ମହମ୍ମଦ ଅମଜଦ ଖାନ ଲମ୍ବା ଛୁଟି ନେଇ ରହିଥିବା ବେଳେ ଭାଗିରଥି ବେହେରା ନାମ ଅନ୍ୟ ଜଣେ ଶିକ୍ଷକ ସପ୍ତାହରେ ଦୁଇଦିନ ଆସୁଥିବା ଯୋଗୁ ପାଠପଢାରେ ଅସୁବିଧା ଦେଖାଦେଇଛି।

ଦୁଇ ମାସ ପରେ ମାଟ୍ରିକ ପରୀକ୍ଷା ରହିଥିବା ବେଳେ ଶିକ୍ଷା ବିଭାଗ ଏବଂ ଶିକ୍ଷକ ମାନଙ୍କ ମଧ୍ୟରେ ମଧୁ ଚନ୍ଦ୍ରିକା ଯୋଗୁ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧାରରେ ରହିଥିବା ଗୁଣ୍ଡାଳ ଗ୍ରାମର ବିଦ୍ୟାଳୟ ପରିଚାଳନା କମିଟି ଅଭିଯୋଗ କରିଛି। ଅନୁପସ୍ଥିତ ରହୁଥିବା ଶିକ୍ଷକଙ୍କୁ ପରିଚାଳନା କମିଟି ଯଦି କିଛି କହିଲେ ସେମାନେ କମିଟି ସଦସ୍ୟଙ୍କ ସହିତ ଯୁକ୍ତିତର୍କ କରୁଛନ୍ତି। ଏଠାରେ ଏକାଧିକ ଶିକ୍ଷକ ପଦବୀ ଯାହାକି କଳା, ହିନ୍ଦୀ ଏବଂ ଖେଳ ଶିକ୍ଷକ ପଦବୀ ଖାଲି ପଡ଼ିଥିବା ବେଳେ ଏହାକୁ ନେଇ ଜିଲା ଏବଂ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଲିଖିତ ଭାବେ ଅଭିଯୋଗ କରିଥିବା ସତ୍ୱେ ମଧ୍ୟ କୌଣସି ପଦକ୍ଷେପ ନିଆଯାଇ ନାହିଁ। ଆଗକୁ ମାଟ୍ରିକ ପରୀକ୍ଷା ରହିଥିବା ବେଳେ ଶିକ୍ଷା ବିଭାଗ ଅବହେଳା ଏବଂ ଏଠାରେ ଅନୁପସ୍ଥିତ ଶିକ୍ଷକଙ୍କ
ଖାମ ଖିଆଲ ମନୋଭାବ ଯୋଗୁ ଅନ୍ଧାରରେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ। ଏହାକୁ ନେଇ କୁନ୍ଦୁରା ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁକାନ୍ତ କାର୍ତମୀଙ୍କୁ ପଚାରିବାରୁ ସେ ସବୁ ଜାଣି ଶୁଣି ମଧ୍ୟ ମୁଁ ଏ ବିଷୟରେ କିଛି ଜାଣି ନାହିଁ ବୋଲି କହିଛନ୍ତି। ଦୀର୍ଘ ଦିନ ଅପେକ୍ଷା ପରେ ସପ୍ତାହକ ମଧ୍ୟରେ ଦୁଇ ଶିକ୍ଷକଙ୍କୁ ତୁରନ୍ତ ବଦଳି କରି ନୂତନ ଶିକ୍ଷକ ନିଯୁକ୍ତି କରିବା ନେଇ ବିଦ୍ୟାଳୟ ପରିଚାଳନା କମିଟି ଏବଂ ଅଞ୍ଚଳବାସୀ ଅଭିଯୋଗ ପତ୍ରରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri