ହସ ଖୁସିର ସଂସାର ଉଜାଡି ଦେଲା କ୍ୟାନ୍ସର: ସରକାରୀ ପ୍ରୋତ୍ସାହନରୁ ବଞ୍ଚିତ ଆକାଶ

ଦାରିଙ୍ଗବାଡି, ୨୪।୯ (ଅରୁଣ ସାହୁ):ଦିନ ଥିଲା ଗାଡି ଚଳାଇ ଘରକୁ ବଡ଼ ହସ ଖୁସିରେ ଚଳାଉଥିଲେ। ଦିନ ରାତି ପରିଶ୍ରମ କରିବାକୁ ପଛାଉ ନ ଥିଲେ। ଯେତିକି ରୋଜଗାର ଆସୁଥିଲା ସେତିକିରେ ନିଜ ସ୍ତ୍ରୀ ଆଉ ଛୋଟ ଶିଶୁଙ୍କୁ ହସ ଖୁସିରେ ରଖିପାରୁଥିଲେ। ହେଲେ ଏହି ହସ ଖୁସି ବେଶୀ ଦିନ ତିଷ୍ଠି ରହିନଥିଲା ଗତ ଦୁଇ ବର୍ଷ ତଳେ ଦେହ ଖରାପ ହେବାକୁ ଲାଗିଲା। ଆଉ ଡାକ୍ତର ପାଖକୁ ଦୌଡ଼ି ଦୌଡ଼ି ପରବର୍ତ୍ତୀ ସମୟରେ ଚି଼ହ୍ନଟ ହେଲା କ୍ୟାନ୍ସର। ଏହା ଶୁଣିବା ପରେ ପରିବାରରେ ଆସିଗଲା କଳା ବାଦଲ। ଏଭଳି ଘଟଣା ଦେଖିବାକୁ ମିଳିଛି ଦାରିଙ୍ଗବାଡି ସହରର ଆକାଶ ନାୟକଙ୍କ କ୍ଷେତ୍ରରେ।

ଆକାଶ ଜଣେ ଭଲ ଗାଡି ଚାଳକ ଭାବେ ଦାରିଙ୍ଗବାଡି ସହରରେ ପରିଚିତ। ସେ ବିଭିନ୍ନ ସ୍ଥାନରେ ଗାଡି ଚାଳକ ଭାବେ ଦକ୍ଷତାର ସହ କାର୍ଯ୍ୟ କରିଆସୁଥିଲେ। ସେ ଫୁଲବାଣୀର ନିରୁପମା ଦିଗାଲଙ୍କୁ ବୈଦିକ ରୀତିରେ ବିବାହ କରିଛନ୍ତି। ସେ ଏବେ କ୍ୟାନ୍ସରରେ ପିଡ଼ିତ ହେବା ପରେ ପରିବାରର ଅବସ୍ଥା ଶୋଚନୀୟ ହୋଇପଡିଛି ଗୋଟିଏ ମାତ୍ର ବ୍ୟକ୍ତି ଆକାଶ ରୋଜଗାରିଆ ଥିବା ବେଳେ ନିରୁପମା ଘରେ ରହୁଥିଲେ ହେଲେ ଏବେ ସ୍ବାମୀ କ୍ୟାନ୍ସରରେ ପୀଡ଼ିତ ହେବା ପରେ ତାଙ୍କୁ ବ୍ରହ୍ମପୁର, କଟକ, ଭୁବନେଶ୍ୱର, ରାଇପୁର, ବିଶାଖାପାଟଣା ଆଦି ଅଞ୍ଚଳରେ ଚିକିତ୍ସା କରାଇବା ପରେ ଆଉ ତାଙ୍କ ଆର୍ଥିକ ଅବସ୍ଥା ଶୋଚନୀୟ ହୋଇପଡିଛି। ପର ଘରେ ବାସନ ମାଜି ମାସକୁ ୬ ଶହ ଟଙ୍କା ରୋଜଗାର କରି ସେଥିରେ ଛୋଟ ଦୁଇଟି ଶିଶୁଙ୍କ ଖର୍ଚ୍ଚ ତୁଲାଉ ଥିବାବେଳେ ସ୍ବାମୀଙ୍କ ପାଇଁ ଔଷଧ ଓ ପରିବାର ଖର୍ଚ୍ଚ ପାଇଁ ଉକ୍ତ ଅର୍ଥ ନିଅଣ୍ଟ ପଡୁଛି।

ରାଜ୍ୟ ସରକାରଙ୍କ ରାସନ କାର୍ଡରେ ସେ ଟଙ୍କିକିଆ ଚାଉଳ ପାଉ ନ ଥିବାବେଳେ ଏବେ ଦୁଇ ଓଳି ଦୁଇ ମୁଠା ଖାଇବା କଷ୍ଟ ହୋଇପଡିଛି। ସେ ସରକାରଙ୍କ ସହାୟତା ପାଇଁ ଜିଲା ପ୍ରଶାସନ ଠାରୁ ଆରମ୍ଭ କରି ସ୍ଥାନୀୟ ପ୍ରଶାସନ ପର୍ଯ୍ୟନ୍ତ ନିବେଦନ କରିଛନ୍ତି। ଜିଲା ପ୍ରଶାସନ ନିକଟରେ ଲିଖିତ ଅଭିଯୋଗ କରିଥିଲେ ସୁଦ୍ଧା ଜିଲା ପ୍ରଶାସନ କୌଣସି ପଦକ୍ଷେପ ନେଇ ନ ଥିବା ନିରୁପମା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri