Posted inଖେଳ

କୋଭିଡ୍‌-୧୯ ଟେଷ୍ଟରେ ସ୍ମିଥ୍‌, ଆର୍ଚର, ବଟଲର ପାସ୍‌

ଦୁବାଇ,୨୦।୯(ପି.ଟି.): ଅଧିନାୟକ ଷ୍ଟିଭ୍‌ ସ୍ମିଥ୍‌, ତାରକା ବୋଲର ଜୋଫ୍ରା ଆର୍ଚର ଓ ଜୋଶ ବଟଲର ବାଧ୍ୟତାମୂଳକ କୋଭିଡ୍‌-୧୯ ଟେଷ୍ଟରେ ନେଗେଟିଭ ବୋଲି କୁହାଯାଇଛି। ଫଳରେ ଏମାନେ ରାଜସ୍ଥାନ ରୟାଲ୍ସ ପାଇଁ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷରେ ଦଳର ପ୍ରଥମ ମ୍ୟାଚ୍‌ ଖେଳିବା ସ୍ପଷ୍ଟ ହୋଇଛି। ଏଠାରେ ପହଞ୍ଚିବା ପରେ ଖେଳାଳିମାନଙ୍କର ପରୀକ୍ଷା କରାଯାଇଥିଲା। ୨୨ ତାରିଖରେ ଶାରଜା ଷ୍ଟାଡିୟମରେ ରାଜସ୍ଥାନ ତା’ର ପ୍ରଥମ ମ୍ୟାଚ୍‌ରେ ଚେନ୍ନାଇକୁ ଭେଟିବ। ଗତ ୧୭ ତାରିଖରେ ଅଷ୍ଟ୍ରେଲିଆ ଓ ଇଂଲଣ୍ଡର ୨୧ଜଣ ଖେଳାଳିଙ୍କୁ ନେଇ ଏକ ଚାର୍ଟାର୍ଡ ବିମାନ ଏଠାରେ ପହଞ୍ଚିଥିଲା।
ଶୁକ୍ରବାର ସ୍ମିଥ, ବଟଲର ଓ ଆର୍ଚର କୋଭିଡ୍‌-୧୯ ପରୀକ୍ଷା କରାଇଥିଲେ। ସମସ୍ତଙ୍କର ରେଜଲ୍ଟ ନେଗେଟିଭ୍‌ ଆସିଛି। ଏବେ ସେମାନେ ୩୬ ଘଣ୍ଟିଆ କ୍ୱାରାଣ୍ଟାଇନ୍‌ ଅବଧିରେ ରହିବେ ବୋଲି କୁହାଯାଇଛି। ହେଲ୍‌ମେଟ୍‌ରେ ବଲ୍‌ ବାଜିବାର କାରଣରୁ ସ୍ମିଥ୍‌ ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜ ଖେଳିପାରି ନ ଥିଲେ। ଫଳରେ ସେ ଦଳର ପ୍ରାରମ୍ଭିକ ଆଇପିଏଲ ମ୍ୟାଚ୍‌ ଖେଳିବା ପାଇଁ ଫ୍ରାଞ୍ଚାଇଜ୍‌ ଓ କ୍ରିକେଟ ଅଷ୍ଟ୍ରେଲିଆର ମେଡିକାଲ ଟିମ୍‌ଠାରୁ ଅନୁମତି ଲୋଡିବେ। ଯଦି ସ୍ମିଥ୍‌ ପ୍ରଥମ ମ୍ୟାଚ୍‌ ନ ଖେଳନ୍ତି ତା’ହେଲେ ବଟଲର ଦଳର ନେତୃତ୍ୱ ନେଇପାରନ୍ତି। ତେବେ ସ୍ମିଥ୍‌ ପ୍ରଥମ ମ୍ୟାଚ୍‌ ପୂର୍ବରୁ ଏହି ବାଧ୍ୟତାମୂଳକ କନକସନ ଟେଷ୍ଟରେ ଉତୀର୍ଣ୍ଣ ହେବେ ବୋଲି ରାଜସ୍ଥାନ ତରଫରୁ ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରାଜସ୍ଥାନର କ୍ରମାଗତ ଦ୍ୱିତୀୟ ବିଜୟ

ଜୟପୁର,୨୮ା୩: ଜୟପୁରର ସଓ୍ବାଇ ମାନସିଂ ଷ୍ଟାଡିୟମରେ ଗୁରୁବାର ଖେଳାଯାଇଥିବା ୯ତମ ଆଇପିଏଲ୍‌ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୧୨ ରନ୍‌ରେ ହରାଇ କ୍ରମାଗତ ଦ୍ୱିତୀୟ ବିଜୟୀ ହୋଇଛି...

ଦିଲ୍ଲୀକୁ ୧୮୬ ରନର ଟାର୍ଗେଟ୍‌ ଦେଲା ରାଜସ୍ଥାନ

ଜୟପୁର,୨୮।୩: ଦିଲ୍ଲୀ କ୍ୟାପିଟାଲ ଏବଂ ରାଜସ୍ଥାନ ରୟାଲ ମଧ୍ୟରେ ଖେଳାଯାଉଥିବା ୯ମ ମ୍ୟାଚରେ ଦିଲ୍ଲୀକୁ ୧୮୬ ରନର ଲକ୍ଷ୍ୟ ଦେଇଛି ରାଜସ୍ଥାନ। ଏହି ମ୍ୟାଚ ଜୟପୁରର...

କେଶବ ମହାରାଜଙ୍କୁ ଦଳରେ ସାମିଲ କଲା ରାଜସ୍ଥାନ ରୟାଲ୍ସ, କେକେଆର ଆଣିଲା ୧୬ ବର୍ଷ ବୟସ୍କ ଆଫଗାନିସ୍ତାନ ସ୍ପିନର

ନୂଆଦିଲ୍ଲୀ ,୨୮।୩: ଆହତ ପ୍ରସିଦ୍ଧ କ୍ରିଷ୍ଣାଙ୍କ ସ୍ଥାନରେ ବଦଳ ଖେଳାଳି ଭାବେ ରାଜସ୍ଥାନ ରୟାଲ୍ସ ଦକ୍ଷିଣ ଆଫ୍ରିକାର ସ୍ପିନର କେଶବ ମହାରାଜଙ୍କୁ ଦଳରେ ସାମିଲ କରିଛି।...

ଇତିହାସ ରଚିଲେ ରିଷଭ ପନ୍ତ, ଏଭଳି କରିବାରେ ହେଲେ ୭ମ ଖେଳାଳି

ଜୟପୁର,୨୮।୩: ୨୦୨୪ ଆଇପିଏଲର ୧୭ ତମ ସିଜନରେ ପ୍ରାୟ ପ୍ରତ୍ୟେକ ମ୍ୟାଚରେ ନୂଆ ରେକର୍ଡ ସୃଷ୍ଟି ହେଉଛି । ଜୟପୁରର ସୱାଇ ମାନ ସିଂ ଷ୍ଟାଡିୟମରେ...

ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଖରାପ ଖବର, ଏହି ଗୁରୁତ୍ୱପୂର୍ଣ୍ଣ ଖେଳାଳିଙ୍କ ଫେରିବା କଷ୍ଟକର

ନୂଆଦିଲ୍ଲୀ,୨୮।୩: ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ପରାଜୟ ପରେ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଆଉ ଏକ ଖରାପ ଖବର ଆସିଛି। ଦଳର ଷ୍ଟାର ବ୍ୟାଟର ସୂର୍ଯ୍ୟକୁମାର ଯାଦବ...

ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଭିଲିଆନ୍‌ ସଜେଇଲେ ଏହି କ୍ରିକେଟର୍‌: କହିଦେଲେ ଏମିତି କଥା

ହାଇଦ୍ରାବାଦ୍‌,୨୮।୩: ମୁମ୍ବାଇ ଇଣ୍ଡିଆନ୍ସକୁ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ପରାଜୟର ସାମ୍ନା କରିବାକୁ ପଡିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱକୁ ନେଇ ପ୍ରଶ୍ନ ଉଠିଛି। ଏଥି ସହ ବର୍ତ୍ତମାନ...

ରୋହିତଙ୍କୁ ସମ୍ଭାଳିବାକୁ ପଡିଲା ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକତ୍ୱ! ପାଣ୍ଡ୍ୟାଙ୍କୁ କହିଲେ…

ନୂଆଦିଲ୍ଲୀ,୨୮।୩: ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ସନରାଇଜର୍ସ ହାଇଦ୍ରାବାଦ ୨୦ ଓଭରରେ ୩ ଉଇକେଟ୍‌ ହରାଇ ୨୭୭ ରନ୍‌ ସଂଗ୍ରହ କରିଥିଲା। ଆଇପିଏଲ ଇତିହାସରେ ଏହା ହେଉଛି...

ପାଣ୍ଡ୍ୟାଙ୍କୁ ଗାଳି, ଗାଏକଓ୍ବାଡଙ୍କ ପାଇଁ ତାଳି…ଅଧିନାୟକ ଦାୟିତ୍ୱ କିଭଳି ଦିଆଯାଏ ଧୋନୀଙ୍କଠାରୁ ଶିଖିବା ଉଚିତ

ନୂଆଦିଲ୍ଲୀ,୨୮।୩: ଆଇପିଏଲ୍‌ରେ ମାର୍ଚ୍ଚ ୨୪ ଏବଂ ୨୬ର ଦୃଶ୍ୟ ବହୁତ କିଛି ବୟାନ କରୁଛି। ପ୍ରଥମେ ମାର୍ଚ୍ଚ ୨୪ ବିଷୟରେ କଥା ହେବା। ଏହି ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri