Posted inଖେଳ

କୋଭିଡ୍‌-୧୯ ଟେଷ୍ଟରେ ସ୍ମିଥ୍‌, ଆର୍ଚର, ବଟଲର ପାସ୍‌

ଦୁବାଇ,୨୦।୯(ପି.ଟି.): ଅଧିନାୟକ ଷ୍ଟିଭ୍‌ ସ୍ମିଥ୍‌, ତାରକା ବୋଲର ଜୋଫ୍ରା ଆର୍ଚର ଓ ଜୋଶ ବଟଲର ବାଧ୍ୟତାମୂଳକ କୋଭିଡ୍‌-୧୯ ଟେଷ୍ଟରେ ନେଗେଟିଭ ବୋଲି କୁହାଯାଇଛି। ଫଳରେ ଏମାନେ ରାଜସ୍ଥାନ ରୟାଲ୍ସ ପାଇଁ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷରେ ଦଳର ପ୍ରଥମ ମ୍ୟାଚ୍‌ ଖେଳିବା ସ୍ପଷ୍ଟ ହୋଇଛି। ଏଠାରେ ପହଞ୍ଚିବା ପରେ ଖେଳାଳିମାନଙ୍କର ପରୀକ୍ଷା କରାଯାଇଥିଲା। ୨୨ ତାରିଖରେ ଶାରଜା ଷ୍ଟାଡିୟମରେ ରାଜସ୍ଥାନ ତା’ର ପ୍ରଥମ ମ୍ୟାଚ୍‌ରେ ଚେନ୍ନାଇକୁ ଭେଟିବ। ଗତ ୧୭ ତାରିଖରେ ଅଷ୍ଟ୍ରେଲିଆ ଓ ଇଂଲଣ୍ଡର ୨୧ଜଣ ଖେଳାଳିଙ୍କୁ ନେଇ ଏକ ଚାର୍ଟାର୍ଡ ବିମାନ ଏଠାରେ ପହଞ୍ଚିଥିଲା।
ଶୁକ୍ରବାର ସ୍ମିଥ, ବଟଲର ଓ ଆର୍ଚର କୋଭିଡ୍‌-୧୯ ପରୀକ୍ଷା କରାଇଥିଲେ। ସମସ୍ତଙ୍କର ରେଜଲ୍ଟ ନେଗେଟିଭ୍‌ ଆସିଛି। ଏବେ ସେମାନେ ୩୬ ଘଣ୍ଟିଆ କ୍ୱାରାଣ୍ଟାଇନ୍‌ ଅବଧିରେ ରହିବେ ବୋଲି କୁହାଯାଇଛି। ହେଲ୍‌ମେଟ୍‌ରେ ବଲ୍‌ ବାଜିବାର କାରଣରୁ ସ୍ମିଥ୍‌ ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜ ଖେଳିପାରି ନ ଥିଲେ। ଫଳରେ ସେ ଦଳର ପ୍ରାରମ୍ଭିକ ଆଇପିଏଲ ମ୍ୟାଚ୍‌ ଖେଳିବା ପାଇଁ ଫ୍ରାଞ୍ଚାଇଜ୍‌ ଓ କ୍ରିକେଟ ଅଷ୍ଟ୍ରେଲିଆର ମେଡିକାଲ ଟିମ୍‌ଠାରୁ ଅନୁମତି ଲୋଡିବେ। ଯଦି ସ୍ମିଥ୍‌ ପ୍ରଥମ ମ୍ୟାଚ୍‌ ନ ଖେଳନ୍ତି ତା’ହେଲେ ବଟଲର ଦଳର ନେତୃତ୍ୱ ନେଇପାରନ୍ତି। ତେବେ ସ୍ମିଥ୍‌ ପ୍ରଥମ ମ୍ୟାଚ୍‌ ପୂର୍ବରୁ ଏହି ବାଧ୍ୟତାମୂଳକ କନକସନ ଟେଷ୍ଟରେ ଉତୀର୍ଣ୍ଣ ହେବେ ବୋଲି ରାଜସ୍ଥାନ ତରଫରୁ ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ICC ODI Rankingରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ ଦବ୍‌ଦବା: ଟପ୍‌-୪ରେ ୩ ଭାରତୀୟ, ଜାଣନ୍ତୁ କେଉଁ ସ୍ଥାନରେ ରୋହିତ-ବିରାଟ

ନୂଆଦିଲ୍ଲୀ,୨୩।୭: ICC ଦ୍ୱାରା ବୁଧବାର ନୂତନ ରାଙ୍କିଙ୍ଗ ଜାରି କରାଯାଇଛି। ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗ୍‌ରେ ଭାରତୀୟ ବ୍ୟାଟ୍ସମ୍ୟାନମାନଙ୍କ ଦବଦବା ଜାରି ରହିଥିବାବେଳେ କ୍ୟାପଟେନ ଶୁବମନ ଗିଲ୍‌ ନମ୍ବର-୧…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

ଟିମ ଇଣ୍ଡିଆରେ ବଡ଼ ଧରଣର ଅଦଳବଦଳ: ବିଦାୟ ନେଲେ ଏହି କୋଚ୍‌! ଶେଷ ହେଲା ୫ ବର୍ଷର ଯାତ୍ରା

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ଟି-20 ଏବଂ ଦିନିକିଆ ସିରିଜରେ ଶୋଚନୀୟ ପରାଜୟର ସାମ୍ନା କରିବାକୁ ପଡ଼ିଛି। ଇଂଲଣ୍ଡ ପ୍ରଥମେ ଭାରତକୁ ଟି-20 ସିରିଜରେ ୪-୦ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri