Posted inଖେଳ

ଜାଡେଜାଙ୍କ ‘ରକେଟ୍‌ ଥ୍ରୋ’ରେ ଧରାଶାୟୀ ସ୍ମିଥ୍‌: ପ୍ରଶଂସକ କହିଲେ ବାଃ ବାଃ

ସିଡନୀ,୮।୧: ସିଡନୀ ଟେଷ୍ଟର ପ୍ରଥମ ଇନିଂସରେ ଅଷ୍ଟ୍ରେଲିଆ ଭାରତ ଉପରେ ଦୃଢ଼ ପ୍ରଦର୍ଶନ କରିଥିଲା, କିନ୍ତୁ ରବିନ୍ଦ୍ର ଜାଡେଜା ନିଜ ପ୍ରଦର୍ଶନ ଦ୍ୱାରା ସମସ୍ତଙ୍କ ହୃଦୟ ଜିତିଥିଲେ। ରବିନ୍ଦ୍ର ଜାଡେଜା ପ୍ରଥମ ଇନିଂସରେ ୪ଟି ଉଇକେଟ ନେଇ ଅଷ୍ଟ୍ରେଲିଆକୁ ଧରାଶାୟୀ କରିଥିଲେ।ଭାଙ୍ଗିଥିଲେ। ସେ ୧୮ ଓଭରରେ ୬୨ ରନ ପାଇଁ ଚାରି ଉଇକେଟ ନେଇଥିଲେ।
ରବିନ୍ଦ୍ର ଜାଡେଜାଙ୍କ ସାଂଘାତିକ ବୋଲିଂ, ଅଷ୍ଟ୍ରେଲିଆ ବଡ଼ ସ୍କୋର କରିପାରି ନ ଥିଲା ଏବଂ ପ୍ରଥମ ଇନିଂସରେ ୩୩୮ ରନ୍‌ରେ ଅଲଆଉଟ୍‌ ହୋଇଥିଲା। କିନ୍ତୁ ଉଇକେଟ୍‌ ନେବା ପରେ ଜାଡେଜାଙ୍କ ‘ରକେଟ ଥ୍ରୋ’ରେ ସ୍ମିଥ ରନ ଆଉଟ ଏବେ ଚର୍ଚ୍ଚାର ବିଷୟ ହୋଇଛି। ରବିନ୍ଦ୍ର ଜାଡେଜା ଷ୍ଟିଭ ସ୍ମିଥଙ୍କୁ ତାଙ୍କ ବୁଲେଟ ଭଳି ଗତିର ଥ୍ରୋରେ ରନ୍‌ଆଉଟ୍‌ କରିଦେଇଥିଲେ, ଯାହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଜାଡେଜାଙ୍କ ସିଧାସଳଖ ଥ୍ରୋରେ ସ୍ମିଥ୍‌ ୧୩୧ ରନ୍‌ରେ ରନ୍‌ଆଉଟ୍‌ ହୋଇଥିଲେ। ପ୍ରଶଂସକ ଜଡ୍ଡୁଙ୍କୁ ବେଶ୍‌ ପ୍ରଶଂସା କରିଛନ୍ତି। କେବଳ ଜଡଜଡୁ ହଁି ଏହି କାମ କରିପାରିବେ ବୋଲି ଭାରତର ପୂର୍ବତନ ଖେଳାଳି ସଞ୍ଜୟ ମାଞ୍ଜ୍ରେକର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଉଣା ମିଳିଲାନି ବୋଲି ବିଦ୍ୟାଳୟ ରାସ୍ତା ଖୋଳି ନେଇଗଲେ ଠିକାଦାର: ପାଠପଢ଼ା ଠପ୍, ଚାପା ଉତ୍ତେଜନା

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗ୍ରାମ ନୂଆସାହି ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ଅଭାବନୀୟ ଘଟଣା ଦେଖିବାକୁ…

ଇନିଂସ ଅଗ୍ରଣୀ, ଦୃଢସ୍ଥିତିରେ ଭାରତ

ଲଣ୍ଡନ,୧୧ା୭: କ୍ରାନ୍ତି ଗୌଡ଼ (୫/୩୭)ଙ୍କ ଚମତ୍କାର ବୋଲିଂ ଯୋଗୁ ଲଡ୍ସରେ ଚାଲିଥିବା ଏକ ମାତ୍ର ମହିଳା କ୍ରିକେଟ ଟେଷ୍ଟରେ ଇଂଲଣ୍ଡର ପ୍ରଥମ ଇନିଂସ ସ୍କୋରକୁ ୧୭୦ରନରେ ସୀମିତ…

ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି

ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ…

ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ୍‌ କରୁଥିବା ଗ୍ୟାଙ୍ଗର ୪ ଗିରଫ

କେନ୍ଦୁଝର,୧୧ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଟାଉନ ଥାନା ପୋଲିସ ଶନିବାର ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ କରୁଥିବା ୪ ଜଣିଆ ଗ୍ୟାଙ୍ଗଙ୍କୁ ଗିରଫ କରି କୋର୍ଟ…

ଅଣସର ଘରେ ଶ୍ରୀଜୀଉ, ପଟ୍ଟଦିଅଁଙ୍କୁ ପୂଜାର୍ଚ୍ଚନା

କୋରାପୁଟ,୧୧ା୭(ଅମିତାଭ ବେହେରା)-କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ସ୍ନାନ ପୂର୍ଣ୍ଣିମା ପରେ ଶ୍ରୀଜୀଉମାନେ ଅଣସର ଘରେ ବିରାଜମାନ ମନ୍ଦିର ସମ୍ମୁଖରେ ପଟ୍ଟଦିଅଁଙ୍କୁ ନୀତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଉଛି। ଅଣସର ଘରେ…

ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିରରେ ବନମହୋତ୍ସବ ପାଳିତ : “ଗଛ ବଞ୍ଚିଲେ ଆମେ ବଞ୍ଚିବା”

ଗଞ୍ଜାମ, ୧୧।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତସ୍ଥିତ ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିର ପରିସରରେ ଶନିବାର ବନମହୋତ୍ସବ କାର୍ଯ୍ୟକ୍ରମ ଉତ୍ସାହର ସହ ପାଳନ କରାଯାଇଛି।…

ତାର ବାଡ଼ରେ ଫସିଯାଇଥିଲା ଭାଲୁ , ଉଦ୍ଧାର କଲା ବନ ବିଭାଗ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କିନେରକେଲା ଗ୍ରାମରେ ଜଣେ ଚାଷୀଙ୍କ ତାର ବାଡ଼ରେ ଶନିବାର ସକାଳେ ଏକ ଭାଲୁ ଫସିଯାଇଥିବା…

ମଣିଷ ସୁରକ୍ଷାକୁ ଫୁ’: ଗୋଟିଏ କୂଅରେ ଖୋଲାରେ ଲାଗିଛି ୧୩ ପାଣି ପମ୍ପ୍‌, ଆଖି ପିଛୁଳାକେ ଘଟିପାରେ….

ଛତ୍ରପୁର,୧୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାହେବଜେନାପଲ୍ଲୀଠାରେ ଥିବା ଗୋଟିଏ କୂଅରୁ ପାଣି ଟାଣୁଛନ୍ତି ୧୩ଟି ପମ୍ପ। ସବୁଠାରୁ ବିପଦପୂର୍ଣ୍ଣ କଥା ହେଉଛି ସେହି ପମ୍ପଗୁଡ଼ିକ କୂଅର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri