Posted inଖେଳ

ପୁଣି ଥରେ ଅଷ୍ଟ୍ରେଲିଆ ଅଧିନାୟକ ହେବାକୁ ଚାହେଁ: ସ୍ମିଥ୍‌

ନୂଆଦିଲ୍ଲୀ,୩୦।୩: ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ଏବଂ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ୍‌ ଷ୍ଟିଭ୍‌ ସ୍ମିଥ୍‌ ପୁଣିଥରେ ଦଳର ନେତୃତ୍ୱ ନେବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ଦଳ ପାଇଁ ସେ ଶ୍ରେଷ୍ଠ ବୋଲି କ୍ରିକେଟ ଅଷ୍ଟ୍ରେଲିଆ ଭାବିଲେ ସେ ଖୁସି ହେବେ। ଏପରିକି ଦାୟିତ୍ୱ ନେବାକୁ ନିଶ୍ଚିତ ଭାବେ ସେ ଆଗ୍ରହ ପ୍ରକାଶ କରିବେ ବୋଲି କହିଛନ୍ତି।

୨୦୧୮ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ କେପ୍‌ ଟାଉନ୍‌ରେ ଖେଳାଯାଇଥିବା ତୃତୀୟ ଟେଷ୍ଟରେ ବଲ୍‌ ଟ୍ୟାମ୍ପରିଂ ବିବାଦରେ ଛନ୍ଦି ହୋଇଥିଲେ ସ୍ମିଥ୍‌। ଏହାକୁ ନେଇ ତାଙ୍କ ଖେଳିବା ଉପରେ ବର୍ଷକ ପର୍ଯ୍ୟନ୍ତ ପ୍ରତିବନ୍ଧ ଲାଗିଥିଲା। ଏହାଛଡ଼ା ଦୁଇବର୍ଷ ଯାଏ ତାଙ୍କର ଅଧିନାୟକତ୍ୱ ଉପରେ ବ୍ୟାନ୍‌ କରାଯାଇଥିଲା। ତାଙ୍କ ପରେ ଟେଷ୍ଟ ଟିମ୍‌ର ଅଧିନାୟକ ଦାୟିତ୍ୱ ଟିମ୍‌ ପେନ୍‌ଙ୍କୁ ଏବଂ ଟି୨୦ ଦଳର ଅଧିନାୟକତ୍ୱ ଆରୋନ ଫିଞ୍ଚଙ୍କୁ ଦିଆଯାଇଥିଲା।

ଏହାକୁ ନେଇ ସ୍ମିଥ୍‌ ଏବେ କହିଛନ୍ତି, ପୁଣିଥରେ ନେତୃତ୍ୱ ନିଏ କି ନ ନିଏ, କେପ୍‌ଟାଉନ୍‌ରେ ଘଟିଥିବା ଘଟଣା ସହ ମୋତେ ବଞ୍ଚିବାକୁ ହେବ। ଅନେକ ଜିନିଷ ଦେଇ ମୁଁ ଗତି କରି ସାରିଛି। ସମୟ ଆଗକୁ ବଢ଼େ, ବିଗତ କିଛି ବର୍ଷରେ ମୁଁ ନିଜ ବିଷୟରେ ବହୁତ କିଛି ଜାଣିବାକୁ ପାଇଛି। ନିଜ ଭିତରେ ପରିବର୍ତ୍ତନ ହୋଇଛି। ଯଦି ସୁଯୋଗ ମିଳେ ତେବେ ଅଷ୍ଟ୍ରେଲିଆର ନେତୃତ୍ୱ ଭଲ ଭାବେ ନେଇପାରିବେ। ନଚେତ ଯିଏ ବି ଅଧିନାୟକ ଥିବେ ତାଙ୍କୁ ସମର୍ଥନ ଦେବେ। ଏବେ ସେ ଫିଞ୍ଚ ଏବଂ ପେନ୍‌ଙ୍କୁ ଲଗାତାର ଭାବେ ସମର୍ଥନ କରି ଆସୁଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri