Posted inଖେଳ

ପୁଣି ଥରେ ଅଷ୍ଟ୍ରେଲିଆ ଅଧିନାୟକ ହେବାକୁ ଚାହେଁ: ସ୍ମିଥ୍‌

ନୂଆଦିଲ୍ଲୀ,୩୦।୩: ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ଏବଂ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ୍‌ ଷ୍ଟିଭ୍‌ ସ୍ମିଥ୍‌ ପୁଣିଥରେ ଦଳର ନେତୃତ୍ୱ ନେବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ଦଳ ପାଇଁ ସେ ଶ୍ରେଷ୍ଠ ବୋଲି କ୍ରିକେଟ ଅଷ୍ଟ୍ରେଲିଆ ଭାବିଲେ ସେ ଖୁସି ହେବେ। ଏପରିକି ଦାୟିତ୍ୱ ନେବାକୁ ନିଶ୍ଚିତ ଭାବେ ସେ ଆଗ୍ରହ ପ୍ରକାଶ କରିବେ ବୋଲି କହିଛନ୍ତି।

୨୦୧୮ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ କେପ୍‌ ଟାଉନ୍‌ରେ ଖେଳାଯାଇଥିବା ତୃତୀୟ ଟେଷ୍ଟରେ ବଲ୍‌ ଟ୍ୟାମ୍ପରିଂ ବିବାଦରେ ଛନ୍ଦି ହୋଇଥିଲେ ସ୍ମିଥ୍‌। ଏହାକୁ ନେଇ ତାଙ୍କ ଖେଳିବା ଉପରେ ବର୍ଷକ ପର୍ଯ୍ୟନ୍ତ ପ୍ରତିବନ୍ଧ ଲାଗିଥିଲା। ଏହାଛଡ଼ା ଦୁଇବର୍ଷ ଯାଏ ତାଙ୍କର ଅଧିନାୟକତ୍ୱ ଉପରେ ବ୍ୟାନ୍‌ କରାଯାଇଥିଲା। ତାଙ୍କ ପରେ ଟେଷ୍ଟ ଟିମ୍‌ର ଅଧିନାୟକ ଦାୟିତ୍ୱ ଟିମ୍‌ ପେନ୍‌ଙ୍କୁ ଏବଂ ଟି୨୦ ଦଳର ଅଧିନାୟକତ୍ୱ ଆରୋନ ଫିଞ୍ଚଙ୍କୁ ଦିଆଯାଇଥିଲା।

ଏହାକୁ ନେଇ ସ୍ମିଥ୍‌ ଏବେ କହିଛନ୍ତି, ପୁଣିଥରେ ନେତୃତ୍ୱ ନିଏ କି ନ ନିଏ, କେପ୍‌ଟାଉନ୍‌ରେ ଘଟିଥିବା ଘଟଣା ସହ ମୋତେ ବଞ୍ଚିବାକୁ ହେବ। ଅନେକ ଜିନିଷ ଦେଇ ମୁଁ ଗତି କରି ସାରିଛି। ସମୟ ଆଗକୁ ବଢ଼େ, ବିଗତ କିଛି ବର୍ଷରେ ମୁଁ ନିଜ ବିଷୟରେ ବହୁତ କିଛି ଜାଣିବାକୁ ପାଇଛି। ନିଜ ଭିତରେ ପରିବର୍ତ୍ତନ ହୋଇଛି। ଯଦି ସୁଯୋଗ ମିଳେ ତେବେ ଅଷ୍ଟ୍ରେଲିଆର ନେତୃତ୍ୱ ଭଲ ଭାବେ ନେଇପାରିବେ। ନଚେତ ଯିଏ ବି ଅଧିନାୟକ ଥିବେ ତାଙ୍କୁ ସମର୍ଥନ ଦେବେ। ଏବେ ସେ ଫିଞ୍ଚ ଏବଂ ପେନ୍‌ଙ୍କୁ ଲଗାତାର ଭାବେ ସମର୍ଥନ କରି ଆସୁଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri