Posted inଖେଳ

ସଞ୍ଜୁ ସାମସନଙ୍କୁ ମିଳିଲା ଗୁରୁଦାୟିତ୍ୱ

ନୂଆଦିଲ୍ଲୀ,୨୦।୧: ଆଇପିଏଲ ଫ୍ରାଞ୍ଚାଇଜ ରାଜସ୍ଥାନ ରୟାଲ୍ସ ତା’ର ଅଧିନାୟକ ଷ୍ଟିଭ ସ୍ମିଥଙ୍କୁ ଦଳରୁ ବିଦା କରିଛି। ଦଳର ଉଇକେଟକିପର ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନଙ୍କୁ ଆଗାମୀ ଆଇପିଏଲ ପାଇଁ ଦିଆଯାଇଛି ନେତୃତ୍ୱ ଦାୟିତ୍ୱ। ସ୍ମିଥଙ୍କ ସମେତ ଗତବର୍ଷ ଭଲ ପ୍ରଦର୍ଶନ କରିବାରେ ବିଫଳ ହୋଇଥିବା କେତେକ ଖେଳାଳିଙ୍କୁ ମଧ୍ୟ ବିଦା କରିଛି ରାଜସ୍ଥାନ ଫ୍ରାଞ୍ଚାଇଜ।

ବିସିସିଆଇର ନିର୍ଦ୍ଦେଶ ଅନୁଯାୟୀ, ସମସ୍ତ ଫ୍ରାଞ୍ଚାଇଜ ବୁଧବାର ସୁଦ୍ଧା ଦଳରୁ ବିଦା ହେଇଥିବା ଓ ବଜାୟ ରଖୁଥିବା ଖେଳାଳିଙ୍କ ତାଲିକା ଦାଖଲ କରିଛନ୍ତି।

ରାଜସ୍ଥାନ ପକ୍ଷରୁ ଆଇପିଏଲ ପଦାର୍ପଣ କରିଥିବା ସଞ୍ଜୁ ୮ ବର୍ଷ ହେଲା ସମାନ ଦଳ ପାଇଁ ଖେଳୁଛନ୍ତି। ୨୦୨୧ ସିଜନରେ ଦଳର ନେତୃତ୍ୱ ନେବା ପାଇଁ ସେ ଉପଯୁକ୍ତ ଖେଳାଳି ବୋଲି ରାଜସ୍ଥାନ ଫ୍ରାଞ୍ଚାଇଜ ମାଲିକ ମନୋଜ ବାଦଲେ କହିଛନ୍ତି। ସ୍ମିଥଙ୍କ ସହ ଫ୍ରାଞ୍ଚାଇଜର ଚୁକ୍ତି ୨୦୨୦ ଅକ୍ଟୋବରରେ ଶେଷ ହୋଇଥିଲା

ଏହାବାଦ୍‌ କିଙ୍ଗ୍ସ ଏକାଦଶ ପଞ୍ଜାବ (କେଏକ୍ସଆଇପି) ଗ୍ଲେନ ମ୍ୟାକ୍ସଓ୍ବେଲ, ଶେଲଡନ କଟ୍ରେଲ, ମୁଜବୀ ଉର ରେହମାନ, ଜିମି ନିଶାମଙ୍କୁ ଛାଡ଼ିଥିବାବେଳେ ୫ ଥର ଆଇପିଏଲ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ୭ ଜଣ ଖେଳାଳିଙ୍କୁ ରିଲିଜ କରିଛି। ଆଉ ସିଏସ୍‌କେ ବରିଷ୍ଠ ସ୍ପିନର ହରଭଜନ ସିଂ, କେଦାର ଯାଦବ, ପିୟୂଷ ଚାଓ୍ବାଲା ଓ ମୁରଲି ବିଜୟଙ୍କୁ ଛାଡ଼ି ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri