Posted inଖେଳ

ସ୍ମିଥ୍‌ଙ୍କ ଅର୍ଦ୍ଧଶତକ ସମ୍ମାନ ରଖିଲା

ଲଣ୍ଡନ, ୨୯।୭: ଓଭାଲ ଗ୍ରାଉଣ୍ଡରେ ଚାଲିଥିବା ୫ମ ତଥା ଅନ୍ତିମ ଆଶେସ କ୍ରିକେଟ ଟେଷ୍ଟରେ ଷ୍ଟିଭେନ୍‌ ସ୍ମିଥଙ୍କ ଅର୍ଦ୍ଧଶତକ ଅଷ୍ଟ୍ରେଲିଆର ସମ୍ମାନ ରଖିଛି। ପ୍ରଥମ ଇନିଂସରେ ଇଂଲଣ୍ଡ ୨୮୩ ରନ କରିଥିବାବେଳେ ଶୁକ୍ରବାର ଦ୍ୱିତୀୟ ଦିବସରେ ରିପୋର୍ଟ ପ୍ରସ୍ତୁତ ବେଳକୁ ଅଷ୍ଟ୍ରେଲିଆ ୮ ଉଇକେଟ ହରାଇ ୨୩୯ ରନ ସଂଗ୍ରହ କରିଛି। ସ୍ମିଥ ୭୧ ରନକରି ଆଉଟ ହୋଇଥିବାବେଳେ ଅଧିନାୟକ ପ୍ୟାଟ୍‌ କୁମିନ୍ସ ୨୨ ରନରେ ଅପରାଜିତ ରହିଛନ୍ତି।
ପ୍ରଥମ ଦିବସର ଅସମାପ୍ତ ସ୍କୋର ୬୧/୧ରୁ ଖେଳ ଆରମ୍ଭ କରିଥିବା ଅଷ୍ଟ୍ରେଲିଆ ଦ୍ୱିତୀୟ ଦିବସରେ ଚା’ ବିରତି ପୂର୍ବରୁ ୧୮୫ ରନ ମଧ୍ୟରେ ୭ ଉଇକେଟ ହରାଇ ବିପଦରେ ପଡ଼ିଥିଲା। ମାର୍ନସ ଲାବୁସେନ ୯, ଉସମାନ ଖ୍ବାଜା ୪୭, ଟ୍ରାଭିସ ହେହ୍‌ ୪, ମିଚେଲ ମାର୍ଶ ୧୬, ଆଲକ୍ସ କାରେ ୧୦ ଓ ମିଚେଲ ଷ୍ଟାର୍କ ୭ ରନକରି ଆଉଟ ହୋଇଥିଲେ। ତେବେ ମିଡିଲ ଅର୍ଡରରେ ସ୍ମିଥ ଏବଂ ଲୋୟର ଅର୍ଡରରେ କୁମିନ୍ସ ସତର୍କତାର ସହ ବ୍ୟାଟିଂ କରିବାରୁ ଦଳ ଏକ ସମ୍ମାନଜନକ ସ୍କୋର କରିବାରେ ସକ୍ଷମ ହୋଇଥିଲେ। ସ୍ମିଥ ଓ କୁମିନ୍ସ ୮ମ ଉଇକେଟରେ ୧୦୩ ବଲ୍‌ରୁ ମୂଲ୍ୟବାନ ୫୪ ରନର ଭାଗୀଦାରି ଗଢ଼ିଥିଲେ। ୯୦ତମ ଓଭରର ଶେଷ ବଲ୍‌ରେ ଉଇକେଟ କିପର ଜନି ବେୟାରଷ୍ଟୋଙ୍କ ହାତରେ ସ୍ମିଥଙ୍କୁ କ୍ୟାଚ କରାଇ କ୍ରିସ୍‌ ଓ୍ବକ୍ସ ଇଂଲଣ୍ଡକୁ ପ୍ରତୀକ୍ଷିତ ବ୍ରେକ୍‌ ଥ୍ରୁ ଦେଇଥିଲେ।
ସଂକ୍ଷିପ୍ତ ସ୍କୋର
ଇଂଲଣ୍ଡ ପ୍ରଥମ ଇନିଂସ: ୨୮୩। ଅଷ୍ଟ୍ରେଲିଆ ପ୍ରଥମ ଇନିଂସ (ଅସମାପ୍ତ): ୨୩୯/୮ (ଷ୍ଟିଭ୍‌ ସ୍ମିଥ-୭୧, ଉସମାନ ଖ୍ବାଜା-୪୭, ପ୍ୟାଟ୍‌ କୁମିନ୍ସ-୨୨, ଷ୍ଟୁଆର୍ଟ ବ୍ରଡ୍‌-୨/୪୯, ମାର୍କ ଉଡ୍‌-୨/୪୦, କ୍ରିସ୍‌ ଓ୍ବକ୍ସ-୨/୪୦, ଜେମ୍ସ ଆଣ୍ଡରସନ-୧/୫୫, ଜୋ ରୁଟ୍‌-୧/୨୦)।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri