ଧୂମ୍ରପାନ କରୁଥିବା ବ୍ୟକ୍ତିଙ୍କ ପାଖେ ରହିଲେ ବି ହେବ କ୍ୟାନସର, ୨୦୧୯ରେ ହୋଇଥିଲା ୩୭ ଲକ୍ଷ ମୃତ୍ୟୁ: ରିପୋର୍ଟ

ୱାଶିଂଟନ,୨୧ ।୮: ଯଦି ଜଣେ ବ୍ୟକ୍ତି ଧୂମ୍ରପାନ କରୁ ନାହାନ୍ତି ତେବେ ବି ସେକେଣ୍ଡ ହ୍ୟାଣ୍ଡ ସ୍ମୋକିଂ ଯୋଗୁ କ୍ୟାନସରର ଶିକାର ହୋଇପାରନ୍ତି । ବ୍ରିଟିଶ ମେଡିକାଲ ଜର୍ନାଲ ଦ ଲ୍ୟାଂସେଟର ଅଧ୍ୟୟନରେ ଦାବି କରାଯାଇଛି କି ସେକେଣ୍ଡ ହ୍ୟାଣ୍ଡ ସ୍ମୋକିଂ କ୍ୟାନସର ହେବାର ୧୦ମ ସବୁଠାରୁ ବଡ କାରଣ ।
ସୂଚନାଯୋଗ୍ୟ , ଧୂମ୍ରପାନ କରୁଥିବା ଲୋକଙ୍କ ମଧ୍ୟରେ କ୍ୟାନସରର ଭୟ ଯେତିକି ପରିମାଣରେ ରହିଥାଏ ସେକେଣ୍ଡ ହ୍ୟାଣ୍ଡ ସ୍ମୋକିଂ କ୍ଷେତ୍ରରେ ବି ଏହା ସେତିକି ପରିମାଣର ରହିଥାଏ । ଦିଆଯାଇଥିବା ସଂଖ୍ୟା ଅନୁଯାୟୀ, ସାରା ବିଶ୍ୱରେ ସେକେଣ୍ଡ ହ୍ୟାଣ୍ଡ ସ୍ମୋକିଂ ବା ପ୍ୟାସିଭ ସ୍ମୋକିଂର ଶିକାର ହେଉଥିବା ଲୋକଙ୍କ ସଂଖ୍ୟା ଏବେ ବଢିବାରେ ଲାଗିଛି । ଏହାର ଅର୍ଥ ହେଉଛି ଧୂମ୍ରପାନ ନ କରୁଥିବା ଲୋକେ ବି ଏବେ ରୋଗରେ ପଡୁଛନ୍ତି । ଏଥିପାଇଁ ବିଶେଷଜ୍ଞମାନେ ଧୂମ୍ରପାନ କରୁଥିବା ଲୋକଙ୍କଠାରୁ ଦୂରେଇ ରହିବାକୁ ପରାମର୍ଶ ଦେଇଛନ୍ତି ।
ଗ୍ଲୋବାଲ ବର୍ଡନ ଅଫ ଡିଜିଜ, ଇନଜ୍ୟୁରି ଆଣ୍ଡ ରିସ୍କ ଫ୍ରାକ୍ଟର(ଜିବିଡି) ୨୦୧୯ର ଅନୁସନ୍ଧାନ ଫଳାଫଳକୁ ବ୍ୟବହାର କରି ବିଶେଷଜ୍ଞମାନେ ଅନୁସନ୍ଧାନ କରିଛନ୍ତି ଯେ ୨୦୧୯ରେ ୨୩ ପ୍ରକାରର କର୍କଟ ରୋଗରୁ ୩୪ଟି ଆଚରଣଗତ, ମେଟାବୋଲିକ, ପରିବେଶ ଓ ବ୍ୟବହାରିକ କାରଣ କିପରି ମୃତ୍ୟୁ ଓ ରୋଗର କାରଣ ହୋଇଛି । ଏସବୁ କାରଣରୁ ୨୦୧୯ରେ ୩୭ ଲକ୍ଷ ଲୋକଙ୍କର ମୃତ୍ୟୁ ହୋଇଥିବା ରିପୋର୍ଟରେ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ଔଷଧରୁ ମିଳିବ ଆଶ୍ୱସ୍ତି! କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୪ା୭: କେନ୍ଦ୍ର ସରକାର ଡ୍ରଗ୍ସ ପ୍ରାଇସ୍ କଣ୍ଟ୍ରୋଲ୍ ଅର୍ଡର (DPCO), ୨୦୧୩ରେ ଏକ ଗୁରୁତ୍ୱପୂର୍ଣ୍ଣ ସଂଶୋଧନ କରିଛନ୍ତି, ଯାହାଦ୍ୱାରା ରୋଗୀମାନଙ୍କୁ ଶସ୍ତାରେ ଔଷଧ ମିଳିବା ସହଜ ହେବ।…

ୱାଟର ସର୍ଭିସ ସେଣ୍ଟରରୁ ଚୋରି ଅଭିଯୋଗ: ଦୁର୍ବୃତ୍ତଙ୍କୁ କାବୁ କଲା ପୋଲିସ

ଦାରିଙ୍ଗବାଡି, ୪।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ର କାରିପାଙ୍ଗା ସାହିର ଏକ ୱାଟର ସର୍ଭିସ ସେଣ୍ଟରରୁ ବିଳମ୍ବିତ ରାତ୍ରିରେ ଚୋରି ହୋଇଥିବା ଅଭିଯୋଗ।…

ପ୍ରଥମ ବର୍ଷାରେ ବରଗଡ଼ ଜଳାର୍ଣ୍ଣବ: ଘରକୁ ପଶିଲା, ରାସ୍ତାରେ ବୋହିଲା

ବରଗଡ଼,୪।୭(ପ୍ରେମାନନ୍ଦ ଖମାରୀ):ବିକଶିତ ବରଗଡ଼ର ନାରାବାଜି ଦିଆଯାଉଛି। ହେଲେ ଏଠାରେ ବିକାଶ ବାଟବଣା ହୋଇ ପଡ଼ିଛି। ପାଣି ନିଷ୍କାସନ ଅର୍ଥାତ୍‌ ଡ୍ରେନେଜ ବ୍ୟବସ୍ଥା ସମ୍ପୂର୍ଣ୍ଣ ଫେଲ୍‌ ମାରିଛି। ଏଥର…

ମଣ୍ଡିରୁ ଧାନ ଉଠାଅ, ଚାଷୀଙ୍କୁ ପ୍ରାପ୍ୟ ଦିଅ: ଦାବି ପୂରଣ ନ ହେଲେ ଆନ୍ଦୋଳନ

ବରଗଡ଼,ପ୪।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ମାସ ୩୦ତାରିଖରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ହେଲେ ଏପର୍ଯ୍ୟନ୍ତ ଚାଷୀଙ୍କ ଧାନ ବିକ୍ରି ସମସ୍ୟା ଅସମାହିତ ରହିଛି। ଟୋକନ ତ୍ରୁଟି…

ଗଞ୍ଜାମ ମହାବିଦ୍ୟାଳୟକୁ ବଡ଼ ସଫଳତା: ୮ ଏନ୍‌ସିସି କ୍ୟାଡେଟ ଅଗ୍ନିବୀର ମନୋନୀତ

ଗଞ୍ଜାମ,୪।୭(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟକୁ ମିଳିଛି ବଡ଼ ସଫଳତା। ଏକାଥରରେ ୮ ଜଣ ଏନ୍‌ସିସି କ୍ୟାଡେଟ ଭାରତୀୟ ସଶସ୍ତ୍ର ବାହିନୀର ଅଗ୍ନିବୀର ଭାବେ ମନୋନୀତ ହୋଇ ମହାବିଦ୍ୟାଳୟ…

ଜାପାନ ସହଯୋଗରେ ଓଡ଼ିଶାରେ ହେବ ୩ ପ୍ରକଳ୍ପ: ୭,୬୦୦ ନିଯୁକ୍ତି ସୁଯୋଗ ସୃଷ୍ଟି

ଭୁବନେଶ୍ୱର,୪।୭(ସୁନିତ୍‌ ମିଶ୍ର):ଓଡ଼ିଶାର ଶିଳ୍ପ ଅଭିବୃଦ୍ଧିର ପରବର୍ତ୍ତୀ ଅଧ୍ୟାୟ ଏବେ ପ୍ରଯୁକ୍ତିବିଦ୍ୟା, ନବସୃଜନ ଓ ସବୁଜ ଅର୍ଥନୀତି(ଗ୍ରୀନ୍‌ ଇକୋନୋମି) ଦ୍ୱାରା ପରିଚାଳିତ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଋଣ ଟଙ୍କା ଦେଉନ, ଆତ୍ମହତ୍ୟା କରିବି: ବିଷ ବୋତଲ ଧରି ବ୍ୟାଙ୍କ ମ୍ୟାନଜର୍‌ଙ୍କ ଆଗରେ…

ଭୋଗରାଇ,୪ା୭(ପ୍ରଦୀପ ଦାସ):ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ୍‌ ଚନ୍ଦନେଶ୍ୱର ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ସମ୍ମୁଖରେ ଶୁକ୍ରବାର ଜଣେ ମହିଳା ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ବ୍ୟାଙ୍କ ମ୍ୟାନେଜର…

ଭୟାବହ ସଡ଼କ ଦୁର୍ଘଟଣା: ଗଛକୁ ପିଟିଲା ବସ୍‌, ଆଉ ତା’ପରେ..

ଆନନ୍ଦପୁର,୪/୭(ସୁଶାନ୍ତ କୁମାର ସାହୁ): ଆନ୍ଦପୁରେ ଭୟାବହ ସଡ଼କ ଦୁର୍ଘଟଣା। ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱରେ ଥିବା ଗଛକୁ ଧକ୍କା ଦେଲା ଯାତ୍ରୀବାହୀ ବସ। ଦୁର୍ଘଟଣାରେ ୨ ଜଣ ଗୁରୁତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri