Posted inଜାତୀୟ

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି ମଜବୁତ କରିବା ଉଦ୍ଦେଶ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ଚେହେରାଙ୍କୁ ସ୍ଥାନ ଦିଆଯାଇଛି। ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀଙ୍କୁ ମହାସଚିବ କରାଯାଇ ପୁଣିଥରେ ସଂଗଠନରେ ବଡ଼ ଦାୟିତ୍ୱ ଦିଆଯାଇଛି। ଜାତୀୟ ସଂଗଠନରେ ବଡ଼ ଦାୟିତ୍ୱ ମିଳିବା ପରେ ସ୍ମୃତି ଇରାନୀ ଭାଜପାର ଶୀର୍ଷ ନେତୃତ୍ୱଙ୍କୁ ଧନ୍ୟବାଦ ଜଣାଇବା ସହ ଏହାକୁ ନିଜର ନିଷ୍ଠା ଓ ସମର୍ପଣର ବିଷୟ ବୋଲି କହିଛନ୍ତି।

ଭାଜପାର ପୂର୍ବତନ ସାଂସଦ ସ୍ମୃତି ଇରାନୀ ଏକ୍ସରେ ପୋଷ୍ଟ କରି କହିଛନ୍ତି ଯେ, ବିଶ୍ୱର ସବୁଠାରୁ ବଡ଼ ରାଜନୈତିକ ଦଳ ଭାଜପା ତାଙ୍କ ଭଳି ଜଣେ ସାଧାରଣ କାର୍ଯ୍ୟକର୍ତ୍ତାଙ୍କୁ ଗଢ଼ିଛି ଏବଂ ସେହି ସଂଗଠନରେ ଯୋଗଦାନ କରିବା ପାଇଁ ଜାତୀୟ ମହାସଚିବ ଭଳି ଅସାଧାରଣ ଦାୟିତ୍ୱ ଦିଆଯିବା କାର୍ଯ୍ୟକର୍ତ୍ତା-ଆଧାରିତ ବ୍ୟବସ୍ଥାର ସମ୍ମାନ।

ସେ କହିଛନ୍ତି ଯେ, ଦେଶର ଯଶସ୍ବୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମାର୍ଗଦର୍ଶନ ଏବଂ ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନେତୃତ୍ୱରେ ସଂଗଠନର ସେବା ଓ ଯୋଗଦାନ କରିବାର ଏହି ସୁଯୋଗ ତାଙ୍କ ପାଇଁ ନିଷ୍ଠା ଓ ସମର୍ପଣର ବିଷୟ।

ସ୍ମୃତି ଇରାନୀ କହିଛନ୍ତି, ରାଷ୍ଟ୍ର ପ୍ରଥମ ଭାବନାକୁ ସାକାର କରିବା ଏବଂ ମା’ ଭାରତୀଙ୍କ ଗୌରବଗାନ ପାଇଁ ସଂକଳ୍ପବଦ୍ଧ ଭାଜପାର ନବଗଠିତ ଟିମ ବିକଶିତ ଭାରତର ସଂକଳ୍ପକୁ ସାକାର କରିବା ପାଇଁ ଆଧାରଶିଳା ଭାବେ କାର୍ଯ୍ୟ କରିବାକୁ ପ୍ରତିବଦ୍ଧ। ପ୍ରଧାନମନ୍ତ୍ରୀ ମୋଦିଙ୍କ ସାନ୍ନିଧ୍ୟ ଏବଂ ଜାତୀୟ ଅଧ୍ୟକ୍ଷଙ୍କ ସମେତ ଶୀର୍ଷ ନେତୃତ୍ୱ ଓ ଦଳର ବରିଷ୍ଠ ନେତାମାନେ ମୋ ଉପରେ ରଖିଥିବା ବିଶ୍ୱାସ ପାଇଁ ହୃଦୟରୁ ଧନ୍ୟବାଦ ଓ ଅଭିନନ୍ଦନ।

ଭାରତୀୟ ଜନତା ପାର୍ଟି କହିଛି ଯେ, ଦଳ ଯୁବ ଏବଂ ଅଭିଜ୍ଞ ନେତାମାନଙ୍କ ମଧ୍ୟରେ ଉପଯୁକ୍ତ ସନ୍ତୁଳନ ବଜାୟ ରଖିଛି। ଦଳର ଜାତୀୟ ଟିମରେ ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେଙ୍କ ସମେତ କିଛି ବରିଷ୍ଠ ନେତାଙ୍କୁ ମଧ୍ୟ ରଖାଯାଇଛି। ସେମାନଙ୍କ ନାମ ଦଳର ୧୩ ଜଣ ଉପାଧ୍ୟକ୍ଷଙ୍କ ତାଲିକାରେ ସାମିଲ ରହିଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲେ ସୁନା ଝିଅ ଲଭଲିନା: ଏସିଆନ ଗେମ୍ସରେ କଲେ କମାଲ୍‌

ନୂଆଦିଲ୍ଲୀ,୨।୧୦: ଭାରତୀୟ ବକ୍ସିଂ ପାଇଁ ଆସିଛି ବଡ଼ ଖୁସି ଖବର। ୨୦୨୬ ଏସିଆନ ଗେମ୍ସରେ ମହିଳା ୭୫ କିଲୋଗ୍ରାମ ବର୍ଗରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି ଭାରତୀୟ ବକ୍ସର…

ଆସୁଛି ଲଘୁଚାପ; ଏଥର ବର୍ଷାରେ ଭିଜିପାରେ ଦଶହରା, ଏହି ଜିଲାରେ…

ଭୁବନେଶ୍ୱର,୨।୧୦: ଆସୁଛି ଆଉ ଏକ ଲଘୁଚାପ । ଦଶହରା ସମୟରେ ବଡ଼ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୧୨ ତାରିଖରେ…

ଚୌକା-ଛକା ବର୍ଷା କଲେ ବୈଭବ ସୂର୍ଯ୍ୟବଂଶୀ: ଧୂଆଁଧାର ବ୍ୟାଟିଂ କରୁ କରୁ…

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ର ଦ୍ୱିତୀୟ ସେମିଫାଇନାଲରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ମ୍ୟାଚ୍ରେ ଭାରତ ପାଇଁ ପାଳି ଆରମ୍ଭ କରିଥିବା…

ବାଲେଶ୍ବରରେ ଲଗାତାର ଅଗ୍ନିକାଣ୍ଡ, ରାତିଅଧରେ ଜଳିଗଲା ଜଳିଗଲା ବ୍ୟାନର ଦୋକାନ

ବାଲେଶ୍ୱର,୨।୧୦( ବାଞ୍ଛାନିଧି ଦେ): ବାଲେଶ୍ୱର ଚର୍ଚ୍ଚ ଲାଇନ୍‌ ଗଳିରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ବିଦ୍ୟୁତ୍‌ ସର୍ଟ ସର୍କିଟ୍‌ରୁ ଜଳିଗଲା ଏକ ବ୍ୟାନର୍‌…

କ୍ୟାନସରକୁ ହରାଇ ୧୦ ବର୍ଷ ପରେ ଦଳକୁ ଫେରିଲେ ଏହି କ୍ରିକେଟର୍‌: ଅଚାନକ ମିଳିଲା..

ସିଡନୀ,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆ କ୍ରିକେଟ ଦଳରେ ବଡ଼ ପରିବର୍ତ୍ତନ ହୋଇଛି। ଟେଷ୍ଟିକୁଲାର କ୍ୟାନସର ଭଳି ଗୁରୁତର ରୋଗକୁ ପରାସ୍ତ କରି…

ଟିଏମ୍‌ସିର ଜବତ ବ୍ୟାଙ୍କ ଆକାଉଣ୍ଟ ମାମଲା, ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୧୦: ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀର ପ୍ରାୟ ୮୦୪ କୋଟି ଟଙ୍କା ଥିବା ୪ଟି ଜବତ (ଡେବିଟ୍‌-ଫ୍ରିଜ) ବ୍ୟାଙ୍କ ଆକାଉଣ୍ଟକୁ ପରିଚାଳନା କରିବାକୁ ଅନୁମତି ଦେବା…

କାର୍ଯ୍ୟକାରୀ ହେଲା ଜନ୍ମ, ମୃତ୍ୟୁ ସଂଶୋଧନ ଆଇନ

ନୂଆଦିଲ୍ଲୀ,୨।୧୦: ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣ (ସଂଶୋଧନ) ଆଇନ, ୨୦୨୬ ଗୁରୁବାରଠାରୁ ଦେଶରେ ଲାଗୁ ହୋଇଛି । ଏଥିରେ ନିର୍ଦ୍ଧାରିତ ସମୟସୀମା ପରେ ଜଣାଯାଇଥିବା ଜନ୍ମ ଓ…

ହାଇଭୋଲଟେଜ୍‌ ଡ୍ରାମା କଲେ ରିଷଭ ପନ୍ତ: ଅମ୍ପାୟରଙ୍କ ସହ ଯୁକ୍ତିତର୍କ ପରେ ଘଟିଲା…

ନୂଆଦିଲ୍ଲୀ,୨।୧୦:ଭାରତୀୟ କ୍ରିକେଟ ଦଳର ଉଇକେଟକିପର-ବ୍ୟାଟର ଋଷଭ ପନ୍ତଙ୍କ ପାଇଁ ଇରାନୀ କପ୍‌ର ପ୍ରଥମ ଦିନ ମଇଦାନରେ ହାଇଭୋଲଟେଜ୍‌ ଡ୍ରାମା କରିଛନ୍ତି। ରେଷ୍ଟ ଅଫ ଇଣ୍ଡିଆର ଅଧିନାୟକ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?