Posted inଜାତୀୟ

ନ୍ୟାୟ ପାଇଁ ନୁହେଁ ରାଜନୀତି କରିବାକୁ ହାଥରସ ଯାଉଛନ୍ତି ରାହୁଲ: ଇରାନି

ନୂଆଦିଲ୍ଲୀ,୩ ।୧୦: ଉତ୍ତର ପ୍ରଦେଶ ହାଥରସ ବଳାତ୍କାର ମାମଲାକୁ ନେଇ ଏବେ ଆରମ୍ଭ ହୋଇଯାଇଛି ରାଜନୀତି । ଗୋଟିଏ ପଟେ ପୀଡ଼ିତାଙ୍କ ପରିବାର ଭିନ୍ନ ଭିନ୍ନ ବୟାନ ଦେଉଥିବା ବେଳେ ଅନ୍ୟପଟେ ଏହାକୁ ନେଇ ଶାସକ ବିରୋଧି ମଧ୍ୟରେ ଟଣା ଓଟରା ଆରମ୍ଭ ହୋଇ ଯାଇଛି । ପ୍ରାୟ ୨ ଦିନ ହେବ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ହାଥରସ ଯିବାକୁ ଉଦ୍ୟମ କରୁଥିବା ବେଳେ ଏପର୍ଯ୍ୟନ୍ତ ତାଙ୍କୁ ପ୍ରଶାସନ ସେଠାରେ ପହଞ୍ଚିବାକୁ ଦେଉନାହିଁ । ଶନିବାର ପୁଣିଥରେ ରାହୁଲ ହାଥରସ ଯିବା କଥା ଜଣାପଡିଛି । ରାହୁଲ କହିଛନ୍ତି ହାଥରସ ଯିବାକୁ ତାଙ୍କୁ କୌଣସି ଶକ୍ତି ଅଟକାଇ ପାରିବ ନାହିଁ । ଏବେ ରାହୁଲଙ୍କ ଗସ୍ତକୁ ନେଇ କେନ୍ଦ୍ରମନ୍ତ୍ରୀ ତଥା ଭାରତୀୟ ଜନତା ପାର୍ଟି(ଭାଜପା) ନେତ୍ରୀ ସ୍ମୃତି ଇରାନି କହିଛନ୍ତି ରାହୁଲ ଗାନ୍ଧୀ ସେଠାକୁ ପୀଡ଼ିତାଙ୍କୁ ନ୍ୟାୟ ଦେବାକୁ ନୁହେଁ ବରଂ ରାଜନୀତି କରିବାକୁ ଯାଉଛନ୍ତି । କଂଗ୍ରେସର ନୀତି ସମ୍ପର୍କରେ ଲୋକଙ୍କୁ ବେଶ୍ ଭଲଭାବେ ଜଣାଅଛି ସେଥିପାଇଁ ଜନତା ୨୦୧୯ରେ ବହୁ ସଂଖ୍ୟାରେ ଭାଜପାକୁ ଭୋଟଦେଇ ଶାସନ କ୍ଷମତା ଦେଇଛନ୍ତି । ତେବେ ରାହୁଲଙ୍କ ନେତୃତ୍ୱରେ କଂଗ୍ରେସର ଏକ ପ୍ରତିନିଧିମଣ୍ଡଳ ଶନିବାର ହାଥରସ ବଳାତ୍କାର ପୀଡିତାଙ୍କ ପରିଜନଙ୍କୁ ଭେଟିବା ସହ ଦୁଃଖ ସମୟରେ ସେମାନଙ୍କ ପାଖରେ ଠିଆ ହେବା କଥା ରାହୁଲ ଟୁଇଟ୍ କରି କହିଛନ୍ତି । ସୂଚନାଯୋଗ୍ୟ, ସେପ୍ଟେମ୍ବର ୧୪ରେ ହାଥରସରେ ୪ ଯୁବକ ଜଣେ ଦଳିତ ଯୁବତିଙ୍କୁ ଗଣବଳାତ୍କାର କରିଥିଲେ । ଏହାପରେ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲୁଥିବା ବେଳେ ଯୁବତୀଙ୍କ ମୃତ୍ୟୁ ହୋଇଯାଇଛି । ମଙ୍ଗଳବାର ତାଙ୍କର ମୃତ୍ୟୁ ହୋଇଥିବା ବେଳେ ବୁଧବାର ରାତିରେ ତାଙ୍କ ମୃତ ଦେହକୁ ସଂସ୍କାର କରାଯାଇଥିଲା । ଏବେ ଏହି ଘଟଣାକୁ ନେଇ ବହୁ ବାଦ ବିବାଦ ଉପୁଜିଛି ।


Enter your email to get our daily news in your inbox.

All Right Reserved By Dharitri.Com

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

ଟଙ୍କା ହେରଫେର, ପୂର୍ବତନ ସମିତି ସମ୍ପାଦକ ଗିରଫ

ହାଟଡିହୀ,୩୦।୭(ଶୁଭକାନ୍ତ ନାୟକ): ଟଙ୍କା ହେରଫେର ଅଭିଯୋଗରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସଢା ସେବା ସମବାୟ ସମିତିର ପୂର୍ବତନ ସମ୍ପାଦକ ଦୀନବନ୍ଧୁ ଜେନାଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ…

କକରୋଚ୍ ଜନତା ପାର୍ଟି ଆନ୍ଦୋଳନ ଉପରେ ହେବ ଫିଲ୍ମ: ୨୦୨୭ରେ ହେବ ରିଲିଜ୍‌, ଜାଣନ୍ତୁ କିଏ କରିବେ ଅଭିନୟ?

ଦିଲ୍ଲୀର ଜନ୍ତର-ମନ୍ତରରେ ‘କକରୋଚ୍ ଜନତା ପାର୍ଟି’ (CJP) ର ଆନ୍ଦୋଳନ ସାରା ଦେଶର ଧ୍ୟାନ ଆକର୍ଷଣ କରିଥିଲା। ଦେଶସାରାର ଯୁବକମାନେ ଏହି ଆନ୍ଦୋଳନର ଅଂଶବିଶେଷ ହୋଇଥିଲେ ଏବଂ…

ସାହସ ଦେଖି ସମସ୍ତେ ଆଶ୍ଚର୍ଯ୍ୟ! ଚଳନ୍ତା ବସ୍‌ ଆଗରେ ଛିଡା ହୋଇଗଲେ ACP ମୋନିକା, ଜାଣନ୍ତୁ କାରଣ

ଭୋପାଳ,୩୦।୭: ମଧ୍ୟପ୍ରଦେଶର ଭୋପାଳରେ କୃଷକ ଆନ୍ଦୋଳନ ସମୟରେ ACP ମୋନିକା ଶୁକ୍ଲାଙ୍କ ସାହସିକ ପଦକ୍ଷେପ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି । ଆନ୍ଦୋଳନକାରୀମାନେ ବ୍ୟାରିକେଡ୍…

ସମୁଦ୍ର ଗଭୀରରେ ଭାରତର ସବୁଠାରୁ ବଡ଼ ସନ୍ଧାନ! ମିଳିବ କି ଶ୍ରୀକୃଷ୍ଣଙ୍କ ଦ୍ୱାରକା? ୨୦୩୦ ଯାଏଁ ଚାଲିବ…

ସମୁଦ୍ରର ଗଭୀରତାରେ ଲୁଚି ରହିଥିବା ଭାରତର ପ୍ରାଚୀନ ଇତିହାସକୁ ସାମ୍ନାକୁ ଆଣିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ଅଭିଯାନ ଆରମ୍ଭ କରିଛନ୍ତି। ବର୍ଷ ୨୦୩୦ ପର୍ଯ୍ୟନ୍ତ…

ଗୋରୁ ବୋଝେଇ ଗାଡ଼ି ସହ ୨ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ, ହାଟରେ ବିକ୍ରି ପାଇଁ ନେଉଥିଲେ

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ଅଞ୍ଚଳରେ କିଛି ଗୋରୁ ବେପାରୀ ଗତ କିଛିଦିନ ହେଲା ବେଧଡକ ଭାବେ ବେଆଇନ ଗୋରୁ ବ୍ୟବସାୟ…

ପେଲେଟ୍ ଗନ୍ କ’ଣ, ଏହା କେତେ ଘାତକ? କେଉଁ ପରିସ୍ଥିତିରେ ବ୍ୟବହାର ହୁଏ ଜାଣନ୍ତୁ

ନୂଆଦିଲ୍ଲୀ,୩୦।୭: ସଂସଦରେ ଆଣ୍ଟି ପେପର ଲିକ୍ ବିଲ୍ ଉପରେ ଆଲୋଚନା ସମୟରେ ପେଲେଟ୍ ଗନ୍ ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀଙ୍କ ମଧ୍ୟରେ ତୀବ୍ର ବାକ୍‌ଯୁଦ୍ଧ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri