Posted inଜାତୀୟ

ଶିଶୁ ନିର୍ଯାତନା ନେଇ ଚିନ୍ତାବ୍ୟକ୍ତ କଲେ ସ୍ମୃତି ଇରାନୀ, ଶୀଘ୍ର ସମାଧାନ ପାଇଁ ଲୋଡ଼ିଲେ ବିଚାରପତିଙ୍କ ପରାମର୍ଶ…

ନୂଆଦିଲ୍ଲୀ,୧୦।୧୨ : ଶିଶୁମାନଙ୍କ ପ୍ରତି ଯୌନ ଅପରାଧକୁ ନେଇ ସୁପ୍ରିମକୋର୍ଟ ପୂର୍ବରୁ ଚିନ୍ତା ପ୍ରକଟ କରିଛନ୍ତି। ଏଥି ସହିତ ମହିଳା ଏବଂ ଶିଶୁ ବିକାଶ ମନ୍ତ୍ରୀ ସ୍ମୃତି ଇରାନୀ କହିଛନ୍ତି ଯେ ଯୌନ ଅପରାଧରୁ ଶିଶୁଙ୍କ ସୁରକ୍ଷା ମାମଲାର ସମାଧାନ ପାଇଁ ହାରାହାରି ସମୟ ୫୦୯ ଦିନ ସମୟ ଲାଗୁଛି। ଏହା ସହିତ ସେ କହିଛନ୍ତି ଯେ ପିଲାମାନଙ୍କ ବିରୋଧରେ ଅପରାଧର ସମାଧାନ ପାଇଁ ବିଚାରପତିଙ୍କଠାରୁ ପରାମର୍ଶ ନିଆଯାଇଛି ଯାହାଦ୍ୱାରା ମାମଲାଗୁଡ଼ିକର ଶୀଘ୍ର ସମାଧାନ ପାଇଁ ଏକ ଫ୍ରେମଓ୍ବାର୍କ ଗଟନ କରାଯାଇ ପାରିବ।

ଶନିବାର ଯୌନ ଅପରାଧରୁ ଶିଶୁମାନଙ୍କର ସୁରକ୍ଷା ଉପରେ ଜାତୀୟ ହିତାଧିକାରୀ ପରାମର୍ଶର ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ସ୍ମୃତି ଇରାନୀ କହିଛନ୍ତି ଯେ ପୋକ୍ସୋ ମାମଲାର ୫୬ ପ୍ରତିଶତ ଯୌନ ନିର୍ଯାତନା ଅପରାଧ ସହ ଜଡିତ। ପିଲାମାନଙ୍କୁ ଯୌନ ନିର୍ଯାତନା, ଯୌନ ଉତ୍ପୀଡ଼ନ ଏବଂ ଅଶ୍ଳୀଳତା ଅପରାଧରୁ ରକ୍ଷା କରିବା ପାଇଁ ପୋକ୍ସୋ ଆକ୍ଟ ୨୦୧୨ ଲକ୍ଷ୍ୟ ରଖିଛି ଏବଂ ଏହିପରି ଅପରାଧର ବିଚାର ପାଇଁ ସ୍ବତନ୍ତ୍ର କୋର୍ଟ ଗଠନ ପାଇଁ ବ୍ୟବସ୍ଥା କରାଯାଇଛି।

ସେ ଏହା ମଧ୍ୟ କହିଛନ୍ତି ଯେ ମାନ୍ୟବର ବିଚାରପତିମାନଙ୍କୁ ମୋର ଅନୁରୋଧ ଆପଣ ଦୟାକରି ଆମକୁ ଢାଞ୍ଚାଗତ ଭାବରେ କୁହନ୍ତୁ ମନ୍ତ୍ରଣାଳୟ ଦ୍ୱାରା ଆଉ କ’ଣ କରାଯାଇପାରିବ ଯାହା ଦ୍ୱାରା ଆମେ ଆମ ଦେଶର ନ୍ୟାୟ ବ୍ୟବସ୍ଥା ସହ ସହଭାଗିତା ସୁନିଶ୍ଚିତ କରିପାରିବା ଯାହା ଆମ ପିଲାମାନଙ୍କର ବିଚାରକୁ ତ୍ୱରାନୱିତ କରିପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri