Posted inଜାତୀୟ

ସ୍ମୃତି ଇରାନୀଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୧୪।୮: ଆସନ୍ତା ବର୍ଷ ଦିଲ୍ଲୀରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ସେପଟେ ପୂର୍ବତନ ଆମେଠି ଏମ୍‌ପି ସ୍ମୃତି ଇରାନୀ ଭାଜପାର ବିଭିନ୍ନ କାର୍ଯ୍ୟକ୍ରମରେ ସକ୍ରିୟ ଅଂଶଗ୍ରହଣ କରୁଛନ୍ତି। ସେ ରାଜଧାନୀରେ ଦଳର ସଦସ୍ୟତା ଅଭିଯାନ ସହ ଜଡିତ କାର୍ଯ୍ୟକ୍ରମରେ ସକ୍ରିୟ ଅଂଶଗ୍ରହଣ କରିଥିବା ନଜର ଆସିଛନ୍ତି। ତାଙ୍କୁ ଦିଲ୍ଲୀର ୧୪ଟି ଜିଲା ୟୁନିଟ ମଧ୍ୟରୁ ୭ଟିରେ ସଦସ୍ୟତା ଅଭିଯାନର ତଦାରଖ ଦାୟିତ୍ୱ ଦିଆଯାଇଛି। ସୂଚନାନୁସାରେ, ସ୍ମୃତି ଇରାନୀ ଦକ୍ଷିଣ ଦିଲ୍ଲୀରେ ଏକ ଘର କିଣିଛନ୍ତି,ଯାହା ଦିଲ୍ଲୀରେ ପାର୍ଟି କାର୍ଯ୍ୟକଳାପରେ ତାଙ୍କର ଯୋଗଦାନକୁ ଦର୍ଶାଉଛି।

ସ୍ମୃତି ଇରାନୀଙ୍କ ସହ ଏମ୍‌ପି ମନୋଜ ତିୱାରୀ ଏବଂ ବାଂଶୁରୀ ସ୍ବରାଜ, ଭାଜପା ଦିଲ୍ଲୀର ୟୁନିଟ ସଭାପତି ବିରେନ୍ଦ୍ର ସଚ୍ଚଦେବ ଏବଂ ପଶ୍ଚିମ ଦିଲ୍ଲୀର ପୂର୍ବତନ ଏମ୍‌ପି ପ୍ରଭେଶ ଭର୍ମା ଏହି ଭୂମିକା ପାଇଁ ସମ୍ଭାବ୍ୟ ପ୍ରତିଦ୍ୱନ୍ଦ୍ୱୀ ହୋଇପାରନ୍ତି।

୨୦୧୫ ବିଧାନସଭା ନିର୍ବାଚନରେ କିରଣ ବେଦୀଙ୍କୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କରି ଭାଜପା ପ୍ରତିଦ୍ୱନ୍ଦ୍ୱିତା କରିଥିଲା ଏହି ସମୟ ମଧ୍ୟରେ ଦଳର ପ୍ରଦର୍ଶନ ବିଶେଷ କିଛି ନ ଥିଲା। ୨୦୨୦ ବିଧାନସଭା ନିର୍ବାଚନରେ କୌଁଣସି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା ନ କରି ଦଳ ପ୍ରତିଦ୍ୱନ୍ଦ୍ୱିତା କରିଥିଲା। ୭୦ଟି ମଧ୍ୟରୁ ଭାଜପା ୮ଟି ଆସନ ଜିତିବାରେ ସଫଳ ହୋଇଥିବାବେଳେ ଏଏପି ଅବଶିଷ୍ଟ ଆସନ ଜିତିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?