Posted inଜାତୀୟ

ମମତାଙ୍କ ଉପରେ ବର୍ଷିଲେ ସ୍ମୃତି

କୋଲକାତା,୩୧ ।୧: କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ ରବିବାର ପଶ୍ଚିମବଙ୍ଗ ଗସ୍ତ କରିଛନ୍ତି । ଜାନୁୟାରୀ ୩୦ ଓ ୩୧ରେ ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ପଶ୍ଚିମବଙ୍ଗ ଗସ୍ତ କରିବାର କାର୍ଯ୍ୟକ୍ରମ ଥିଲା । ହେଲେ ଏହ ପୂର୍ବରୁ ରାଜଧାନୀ ଦିଲ୍ଲୀରେ ଥିବା ଇସ୍ରାଏଲ ଦୂତାବାସ ବାହାରେ ବିସ୍ଫୋରଣ ଘଟଣା ପରେ ଶାହାଙ୍କ କାର୍ଯ୍ୟକ୍ରମକୁ ରଦ୍ଦ କରି ଦିଆଯାଇଥିଲା । ଆଉ ତାଙ୍କ ସ୍ଥାନରେ ସ୍ମୃତି ପଶ୍ଚିମବଙ୍ଗ ଗସ୍ତ କରିଛନ୍ତି । ରବିବାର ସେ ହାୱଡାରେ ଆୟୋଜିତ ରାଲିକୁ ସମ୍ବୋଧିତ କରିଛନ୍ତି । ଏହି ସମୟରେ ତ୍ରୁଣମୂଳ କଂଗ୍ରେସର ପୂର୍ବତନ ନେତା ରାଜୀବ ବାନାର୍ଜ. ବୈଶାଳୀ ଡାଲମିୟା, ପ୍ରବିଣ ଘୋଷାଲ, ସଥିନ ଚକ୍ରବର୍ତ୍ତି ଓ ରୁଦ୍ରନିଲ ଘୋଷ ମଞ୍ଚ ଉପରେ ଉପସ୍ଥିତ ଥିଲେ । ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଟାର୍ଗେଟ କରି ସ୍ମୃତି କହିଥିଲେ ଦିଦି ଜୟ ଶ୍ରୀରାମ କହିବାକୁ କୁଣ୍ଠା ପ୍ରକାଶ କରୁଛନ୍ତି । ହେଲେ ଏଥର ଦିଦିଙ୍କ ତ୍ରୁଣମୂଳ କଂଗ୍ରେସ(ଟିଏମ୍‌ସି) ଯାଇ ଭାରତୀୟ ଜନତା ପାର୍ଟି(ଭାଜପା) କ୍ଷମତାକୁ ଆସୁଛି । ଅନ୍ୟପଟେ ସ୍ୱରାଷ୍ଟ୍ର ମନ୍ତ୍ରୀ ଭିଡିଓ କନଫରେନସିଂ ମାଧ୍ୟମରେ କହିଛନ୍ତି ମୁଁ ପଶ୍ଚିମବଙ୍ଗ ଗସ୍ତ କରିବାର ଥିଲା । ରାଜୀବ ଭାଇଙ୍କୁ ମଧ୍ୟ ମୁଁ କଥା ଦେଇଥିଲି । ଶୁଭେନ୍ଦୁ ଅଧିକାରୀଙ୍କ ନେତୃତ୍ୱରେ ବହୁ ଲୋକ ବି ଯୋଡି ହୋଇଯାଇଥିଲେ । ଏବେବି କେତେଜଣ ଅଧିକାରୀ ଯୋଡି ହେଉଛନ୍ତି । ତେଣୁ ପଶ୍ଚିମବଙ୍ଗରେ ଲୋକେ ପରିବର୍ତ୍ତନ ଚାହୁଁଛନ୍ତି ବୋଲି ଶାହା ମୁଖ୍ୟମନ୍ତ୍ରୀ ମମତାଙ୍କୁ କହିଛନ୍ତି । ମମତା ଆପତ୍ତିଜନକ ରାଜନୀତି କରୁଛନ୍ତି ହେଲେ ପଶ୍ଚିମବଙ୍ଗବାସୀ ପରିବର୍ତ୍ତନ ଚାହୁଁଛନ୍ତି ବୋଲି ଶାହା କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଟିମ ଇଣ୍ଡିଆରେ ସ୍ଥାନ ପାଇଲେ ଦ୍ରାବିଡ-ସେହ୍ବାଗଙ୍କ ପୁଅ: ଏହି ଦେଶ ବିପକ୍ଷରେ ଖେଳିବେ ଦିନିକିଆ ସିରିଜ୍‌

ନୂଆଦିଲ୍ଲୀ,୨୭।୮: ପୂର୍ବତନ ଟିମ ଇଣ୍ଡିଆ ଅଧିନାୟକ ରାହୁଲ ଦ୍ରାବିଡ ଏବଂ କିମ୍ବଦନ୍ତୀ ଓପନର ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଏବେ ଟିମ ଇଣ୍ଡିଆ ଜର୍ସି ପିନ୍ଧି ନଜର ଆସିବେ।…

ଆମ୍ବଗଛରେ ଝୁଲୁଛି ପୁଷ୍ପାଞ୍ଜଳୀଙ୍କ ମୃତଦେହ, ଦେହରେ….

ପାଟଣା,୨୭ା୮(ବୀର କିଶୋର ଦାଶ): ପାଟଣା ଥାନା ଡାଳପକା ପଞ୍ଚାୟତର ବନବୀର ଗ୍ରାମର ଆମ୍ବଗଛରୁ ଜଣେ ଯୁବତୀଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି । ମୃତ ଯୁବତୀ ଜଣକ…

ଏତେ ଅଧିକ ବଢିଯିବ ଅଣ୍ଡା ଦାମ୍‌, ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ, ୨୭।୮: ପିଆଜ, ଚିନି ଓ ଡାଲିର ବଢ଼ୁଥିବା ଦର ମଧ୍ୟରେ ଏବେ ଅଣ୍ଡାର ଦାମ ମଧ୍ୟ ବହୁତ ବଢ଼ିବାର ଆଶଙ୍କା ରହିଛି। ଗତ ଏକ ବର୍ଷ…

ବିବାହର ୨ ବର୍ଷ ପରେ ଗୁମର ଖୋଲିଲେ ଶୋଭିତା: ନାଗା ଚୈତନଙ୍କ ସହ…

ମୁମ୍ବାଇ: ବିବାହର ପ୍ରାୟ ଦୁଇ ବର୍ଷ ପରେ ଶୋଭିତା ତାଙ୍କ ବୈବାହିକ ଜୀବନ ବିଷୟରେ ମୁହଁ ଖୋଲିଛନ୍ତି। ଅଭିନେତ୍ରୀ ଶୋଭିତା ଧୂଲିପାଲା ଏବଂ ନାଗା ଚୈତନ୍ୟ ୨୦୨୪ରେ…

ଯାତ୍ରା ଚାଲିଥିବା ବେଳେ ମଞ୍ଚରେ ପଡିଗଲେ ଅଭିନେତା ପିୟୁଷ, ତାପରେ….

ଦେବଗଡ଼,୨୭ା୮(ଶଶାଙ୍କ ଶେଖର ଝାଙ୍କର): ମୁଣ୍ଡ ବୁଲାଇ ମଞ୍ଚରେ ପଡିଗଲେ ଯାତ୍ରା ଅଭିନେତା ପିୟୁଷ ତ୍ରିପାଠୀ । ବାରକୋଟ ବ୍ଳକ ବାସୁପାଲି ଗାଁରେ ଯାତ୍ରା ପରିବେଷଣ ବେଳେ ଏହି…

୩ ସନ୍ତାନର କିମ୍ବଦନ୍ତୀ ଅଲିମ୍ପିକ ଆଥଲେଟଙ୍କ ଜନ୍ମଦିନ ପାର୍ଟି ଅପ୍ରତ୍ୟାଶିତ ଭାବରେ ପରିଣତ ହେଲା ନିର୍ବନ୍ଧ ଉତ୍ସବରେ; ଆଶ୍ଚର୍ଯ୍ୟ ହୋଇଗଲେ ଉସେନ ବୋଲ୍ଟଙ୍କ ମଙ୍ଗେତର

ନୂଆଦିଲ୍ଲୀ,୨୭।୮: କିମ୍ବଦନ୍ତୀ ଅଲିମ୍ପିକ ଆଥଲେଟ ଉସେନ ବୋଲ୍ଟ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ସେ ଜାମାଇକାରେ ତାଙ୍କ 40ତମ ଜନ୍ମଦିନ ପାଳନ ସମୟରେ ତାଙ୍କ ପ୍ରେମିକା କାସି…

ଜମିଛି ଆବର୍ଜନା-ନର୍ଦ୍ଦମାପାଣି: ବଢୁଛି ସଂକ୍ରାମକ ରୋଗ ଭୟ

ବରଗଡ଼,୨୭ା୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପରିମଳ ଓ ଜଳ ନିଷ୍କାସନ ବ୍ୟବସ୍ଥା ଭୁଶୁଡ଼ି ପଡ଼ିଛି। ସହରର ଯୁଆଡ଼େ ଦେଖିଲେ କୁଢ଼କୁଢ଼ ମଇଳା, ଆବର୍ଜନା ପଡ଼ିରହିଛି। ସେହିପରି ନିଷ୍କାସନ ବ୍ୟବସ୍ଥା…

ଜନ୍ମଜନ୍ମାନ୍ତରର ସାଥୀ ହୋଇରୁହନ୍ତି ଏହି ରାଶି ଯୋଡ଼ି! ଜ୍ୟୋତିଷ ଅନୁସାରେ ଏହି ରାଶି ଯୋଡ଼ି ‘ପରଫେକ୍ଟ ମ୍ୟାଚ’

ଜ୍ୟୋତିଷ ଶାସ୍ତ୍ରରେ ରାଶି ମିଳନ କେବଳ ଗ୍ରହଙ୍କ ଚଳନ ବୁଝିବା ପାଇଁ ନୁହେଁ, ବରଂ ଦୁଇଜଣଙ୍କ ସ୍ବଭାବ ଓ ଊର୍ଜାର ତାଳମେଳ ଜାଣିବା ପାଇଁ ମଧ୍ୟ କରାଯାଏ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri