Posted inଜାତୀୟ

ଶାହାଙ୍କ ସ୍ଥାନରେ ହାୱଡାରେ ରାଲି କରିବେ ସ୍ମୃତି

କୋଲକାତା,୩୧ ।୧: ରାଜଧାନୀ ଦିଲ୍ଲୀରେ ଶୁକ୍ରବାର ଇସ୍ରାଏଲ ଦୂତାବାସ ବାହାରେ ହୋଇଥିବା ବିସ୍ଫୋରଣ ପରେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ତାଙ୍କର ପଶ୍ଚିମବଙ୍ଗ ଗସ୍ତକୁ ବାତିଲ କରି ଦେଇଥିଲେ । ଏବେ ତାଙ୍କ ସ୍ଥାନରେ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ ପଶ୍ଚିମବଙ୍ଗର ହାୱଡାରେ ରାଲି କରିବେ ବୋଲି ଜଣାପଡିଛି । ଏହି ରାଲିରେ ରାଜୀବ ବାନାର୍ଜୀଙ୍କ ସହିତ ୫ ନେତା ବି ସାମିଲ ହେବାର କାର୍ଯ୍ୟକ୍ରମ ରହିଛି । ଯେଉଁମାନେ ତ୍ରୁଣମୂଳ କଂଗ୍ରେସ(ଟିଏମ୍‌ସି) ଛାଡି ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି । ଏମାନେ ଶନିବାର ଦିଲ୍ଲୀ ଆସି ଶାହାଙ୍କୁ ଭେଟିଥିଲେ । ସୂଚନାଯୋଗ୍ୟ, ଶାହା ୩୦ ଓ ୩୧ ଜାନୁୟାରୀରେ ପଶ୍ଚିମବଙ୍ଗ ଯାତ୍ରା କରିବାର କାର୍ଯ୍ୟକ୍ରମ ଥିଲା । ଚଳିତ ବର୍ଷ ଏପ୍ରିଲ ବା ମେ’ରେ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଥିବା ବେଳେ ଏବେ ଭାଜପା ସେଠାରେ ସରକାର ଗଠନ କରିବାକୁ ପ୍ରସ୍ତୁତି ଆରମ୍ଭ କରି ଦେଇଛି । ସେଥିପାଇଁ ଶାହା ପଶ୍ଚିମବଙ୍ଗ ଗସ୍ତ କରି ଥାଆନ୍ତେ । ଅନ୍ୟପଟେ ଭାଜପାର ଏଭଳି କାର୍ଯ୍ୟ ପଶ୍ଚିମବଙ୍ଗର ଶାସକ ଦଳ ତ୍ରୁଣମୂଳ କଂଗ୍ରେସକୁ ଅଡୁଆରେ ପକାଇ ଦେଉଛି । କାରଣ ନିକଟରେ କେତେଜଣ ନେତା ଟିଏମ୍‌ସି ଛାଡି ଭାଜପାରେ ସାମିଲ ହୋଇ ସାରିଲେଣି । ଏହାଦ୍ୱାରା ଟିଏମ୍‌ସି ଦୁର୍ବଳ ହୋଇ ଯାଉଛି ବୋଲି ବି ଆଲୋଚନା ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅଭିରାମ ଲେଙ୍କାଙ୍କୁ ମିଳିଲା ଶ୍ରେଷ୍ଠ ଶିକ୍ଷକ ସମ୍ମାନ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଷ୍ଟାଡିୟମଠାରେ ଶନିବାର ଆୟୋଜିତ ୮୦ତମ ସ୍ବାଧୀନତା ଦିବସ ପାଳନ ଅବସରରେ ଶ୍ରେଷ୍ଠ ଶିକ୍ଷକ ଭାବେ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ…

‘ଯଦି ତୁମର ଲଜ୍ଜା ଅଛି, ତେବେ ହାତ ଯୋଡି ୧୪୦ କୋଟି ଜନତାଙ୍କୁ କ୍ଷମା ମାଗ’, କାହିଁକି ସୋନିଆଙ୍କୁ ଏମିତି କହିଲେ ଶାହା

ନୂଆଦିଲ୍ଲୀ,୧୬।୮: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ବର୍ତ୍ତମାନ ରାଜସ୍ଥାନ ଗସ୍ତରେ ଅଛନ୍ତି। ତାଙ୍କ ଗସ୍ତ ସମୟରେ ସେ ମନ୍ତବ୍ୟ ଦେଇଥିଲେ ଯେ କଂଗ୍ରେସ ଦଳର ମୁଖ୍ୟାଳୟରେ ‘ବନ୍ଦେ…

ସ୍ପଷ୍ଟଚିହ୍ନିତ ଲଘୁଚାପ: ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବା

ଭୁବନେଶ୍ୱର, ୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ…

ଟ୍ରେନରେ RPF ଅଧିକାରୀଙ୍କୁ ଆକ୍ରମଣ କଲେ ଏହି ଅଭିନେତ୍ରୀ, ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୬।୮: ଟିଭି, ଫିଲ୍ମ ଏବଂ OTTରେ କାମ କରୁଥିବା ଅଭିନେତ୍ରୀ ଅନ୍ତରା ବାନାର୍ଜୀଙ୍କୁ ଗିରଫ କରିଛି ପୋଲିସ । ୩୧ ବର୍ଷୀୟ ଅଭିନେତ୍ରୀଙ୍କ ବିରୋଧରେ ଅରାବଳୀ ଏକ୍ସପ୍ରେସ୍‌ରେ…

ସାଇବର ଅପରାଧରୁ ରକ୍ଷା ପାଇବା ପାଇଁ ଛାତ୍ରୀଛାତ୍ରଙ୍କୁ ସଚେତନ, ଓଟିପି-ପିନ୍‌ର ଗୋପନୀୟତା କହି…

କଲ୍ୟାଣସିଂହପୁର,୧୬ା୮(ଦୀପକ ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସୁନାଖଣ୍ଡି ପଞ୍ଚାୟତର ଜଗନ୍ନାଥପୁରସ୍ଥିତ ପିଏମ୍‌ ଶ୍ରୀ ହାଇସ୍କୁଲ ପରିସରରେ କଲ୍ୟାଣସିଂହପୁର ଥାନା ପକ୍ଷରୁ ଏକ ସାଇବର ସଚେତନତା…

ସୋନିଆଙ୍କ ବିରୋଧରେ ଦାଖଲ ହେଲା ଅଭିଯୋଗ; ‘ବନ୍ଦେ ମାତରମ’କୁ ଅପମାନ କରିଥିବା…

ନୂଆଦିଲ୍ଲୀ,୧୬।୮: କର୍ନାଟକର ମାଙ୍ଗାଲୁରୁର ଉର୍ଭା ପୋଲିସ ଷ୍ଟେଶନରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ବିରୋଧରେ ଭାଜପା ନେତାମାନେ ଏକ ଆନୁଷ୍ଠାନିକ ଅଭିଯୋଗ ଦାଖଲ କରିଛନ୍ତି। ସ୍ବାଧୀନତା ଦିବସରେ…

ମହିଳାଙ୍କ ପାଇଁ ସରକାରଙ୍କ ବଡ଼ ଘୋଷଣା, ରକ୍ଷାବନ୍ଧନରେ ୩ ଦିନ ମାଗଣା ବସ୍ ସେବା

ଲକ୍ଷ୍ନୌ,୧୬।୮: ରକ୍ଷାବନ୍ଧନ ଅବସରରେ ଉତ୍ତରପ୍ରଦେଶର ମହିଳାମାନଙ୍କ ପାଇଁ ବଡ଼ ଖୁସି ଖବର ସାମ୍ନାକୁ ଆସିଛି । ଉତ୍ତର ପ୍ରଦେଶ ରାଜ୍ୟ ସଡ଼କ ପରିବହନ ନିଗମ (UPSRTC) ମହିଳାଙ୍କୁ…

ବନ୍ୟାପାଣିରେ ବୁଡ଼ିଲା ଶିବମନ୍ଦିର, ଫସିଲେ ପୂଜକ ଦମ୍ପତି, ୮ ଘଣ୍ଟା ପରେ…

କୁଚିଣ୍ଡା,୧୬ା୮(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ବ୍ଲକରେ ପ୍ରବାହିତ ଖର୍ଲା ନଦୀରେ ବନ୍ୟା ଆସିଛି। ବନ୍ୟାପାଣି ମାଡ଼ି ଆସିବାରୁ ଚକଦରହ ଶିବମନ୍ଦିରଟି ପାଣିରେ ଅଧା ବୁଡ଼ି ଯାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri