Posted inଜାତୀୟ

କର୍ନାଟକରେ ହନୁମାନ ଚାଳିସା ପଢିଲେ ସ୍ମୃତି ଇରାନୀ

ବେଙ୍ଗାଲୁରୁ,୫।୫: କର୍ନାଟକ ବିଧାନସଭା ନିର୍ବାଚନକୁ ନେଇ ଜାତୀୟ ରାଜନୀତି ସରଗରମ ରହିଛି। ଭାଜପା ଏବଂ କଂଗ୍ରେସ ମଧ୍ୟରେ ହନୁମାନଙ୍କୁ ନେଇ ରାଜନୀତି ଜାରି ରହିଛି। ତେବେ ଏହି ମଧ୍ୟରେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ କର୍ନାଟକରେ କଂଗ୍ରେସ ସରକାରଙ୍କୁ ଟାର୍ଗେଟ କରିଛନ୍ତି। କଂଗ୍ରେସର ପୂର୍ବତନ ସଂଖ୍ୟାଲଘୁ ମନ୍ତ୍ରୀ ରହମାନ ଖାନଙ୍କ ବିବୃତ୍ତିରେ ସେ ତାଙ୍କୁ ଟାର୍ଗେଟ କରି କହିଛନ୍ତି ଯେ, ଭାରତରେ ଧର୍ମ ଆଧାରରେ ସଂରକ୍ଷଣର କୌଣସି ବ୍ୟବସ୍ଥା ନାହିଁ।
ତେବେ ସେ ହନୁମାନ ଚାଳିସା ମଧ୍ୟ ପାଠ କରିଛନ୍ତି। ଅନ୍ୟପକ୍ଷରେ, ସୁରଜେୱାଲାଙ୍କ ବିବୃତ୍ତିରେ କେନ୍ଦ୍ର ମନ୍ତ୍ରୀ କହିଛନ୍ତି, ପ୍ରଥମେ ସେ ନିଜ ଟ୍ବିିଟ୍‌ରେ ହନୁମାନଙ୍କ ବନାନକୁ ସଂଶୋଧନ କରନ୍ତୁ ଏବଂ ଗାନ୍ଧୀ ପରିବାର କାହିଁକି ମୂର୍ତ୍ତି ପୂଜାକୁ ଏଡ଼ାଉଛନ୍ତି ସେ ବିଷୟରେ କୁହନ୍ତୁ।
ସ୍ମୃତି କହିଛନ୍ତି ଯେ, ଯେବେଠାରୁ ପ୍ରଧାନମନ୍ତ୍ରୀ ମୋଦି ଦେଶର ପ୍ରଧାନ ସେବକ ହୋଇଛନ୍ତି ସେବେଠାରୁ ତାଙ୍କୁ ପ୍ରତିଟି କଥାରେ କଟାକ୍ଷ କରାଯାଉଛି। ରହମାନଙ୍କ ବୟାନରେ ସେ କହିଛନ୍ତି, ରହମାନ ଚାହାନ୍ତି ସମସ୍ତ ମୁସଲମାନ ଏକଜୁଟ ହେଲେ ଲିଙ୍ଗାୟତ ମୁଖ୍ୟମନ୍ତ୍ରୀଙ୍କୁ ପଦରୁ ହଟାଯାଇ ପାରିବ। ତେବେ ଏହି ବୟାନ ରହମାନ ଖାନଙ୍କ ନୁହେଁ ପ୍ରକୃତରେ ଏହା କଂଗ୍ରେସ କହିଛି। ଏହା ହେଉଛି କଂଗ୍ରେସର ଚିନ୍ତାଧାରା। ଗାନ୍ଧୀ ପରିବାରର ଆଦେଶରେ କଂଗ୍ରେସ ଏପରି କହୁଛି ବୋଲ ସ୍ମୃତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ପାହିଲେ ଶ୍ରାବଣ ସୋମବାର, ଋଷିକୁଲ୍ୟା ନଦୀରେ କୂଳରେ ବୋଲବମ ଭକ୍ତଙ୍କ ଭିଡ଼

ଗଞ୍ଜାମ,୨।୮(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ ନିକସ୍ଥ ଋଷିକୁଲ୍ୟା ନଦିଘାଟରେ ବୋଲବମ ଭକ୍ତଙ୍କ ଭିଡ଼ ଜମିଥିବା ଦେଖିବାକୁ ମିଳିଛି । ସୋମବାର ପବିତ୍ର ଶ୍ରାବଣ…

ବ୍ଲାକମେଲ ପରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣା, ଦୁଇ ଜଣଙ୍କୁ କୋର୍ଟଚାଲାଣ କଲା ପୋଲିସ

ପୁରୁଷୋତ୍ତମପୁର,୨।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରର ଗଡ଼ସାହିରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣାରେ ପୋଲିସ ଦୁଇଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି । ସୂଚନା ଅନୁସାରେ, ବ୍ଲାକମେଲରେ…

ବିବାହ ପ୍ରଲୋଭନ ଦେଖାଇ ବିଧବା ମହିଳାଙ୍କଠୁ ୬୦ ଲକ୍ଷର ଠକେଇ, ବାପାଙ୍କ ରୋଗ କଥା କହି….

​ଛତ୍ରପୁର,୨।୮(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : କନ୍ଧମାଳ ଜିଲା ଚକାପାଦ ଥାନା ଅନ୍ତର୍ଗତ ତଳସାହିର ଉତ୍ତମ କୁମାର ସାହୁ (୩୧)ଙ୍କୁ ଗିରଫ କରିଛି ଗଞ୍ଜାମ ସାଇବର କ୍ରାଇମ୍ ଥାନା…

ବଡ଼ଓସ୍ତିଆ ପଞ୍ଚାୟତର ହଜାର ହଜାର ହେକ୍ଟର ଚାଷଜମି ଜଳମଗ୍ନ, କୃଷି ଋଣ ଛାଡ଼ ଦାବି

ଚାନ୍ଦବାଲି,୨।୮(କିଷାନ ପାତ୍ର): ଲଗାଣ ବର୍ଷା ଓ ବୈତରଣୀ ନଦୀର ବନ୍ୟା ଜଳ ମାଡ଼ି ଆସି ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବଡ଼ଓସ୍ତିଆ ପଞ୍ଚାୟତର ଅନେକ ଅଞ୍ଚଳ…

ଜମିରେ ତଳି ରୋଇବା ବେଳେ ବଜ୍ରପାତ, ମହିଳା ଅଚେତ ହୋଇ…

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ କୃଷ୍ଣପୁର ଗ୍ରାମରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ସ୍ଥାନୀୟ ଜଣେ ମହିଳା ଚାଷଜମିରେ…

‘ଛୁରି ଧରି ମୋତେ ମାରିବାକୁ ଆସିଥିଲେ’, ଖବରଦାତା ସମ୍ମିଳନୀରେ ପପୁଙ୍କୁ ହତ୍ୟା ଉଦ୍ୟମ

ନୂଆଦିଲ୍ଲୀ,୨।୮: ରବିପୂର୍ଣ୍ଣିଆର ସ୍ୱାଧୀନ ଏମପି ପପୁ ଯାଦବ ରବିବାର ନିଜ ବାସଭବନରେ ଏକ ଖବରଦାତା ସମ୍ମିଳନୀ କରିଥିଲେ । ଏହି ସମୟରେ ହଠାତ୍ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇଯାଇଥିଲା।…

ହୃଦଘାତରେ ଚାଲିଗଲା ପରମବ୍ରହ୍ମ ଯୋଶୀଙ୍କ ଜୀବନ, କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା,୨।୮(ଉତ୍ତମ କୁମାର ଦାଶ): ବରିଷ୍ଠ ପ୍ରଶାସନିକ ଅଧିକାରୀ ତଥା କଳାହାଣ୍ଡି ଜିଲା ଜୁନାଗଡ଼ର ପୂର୍ବତନ ବିଡ଼ିଓ ପରମ ବ୍ରହ୍ମ ଯୋଶୀ (୬୭)ଙ୍କ ଶନିବାର ଅପରାହ୍ନରେ ହୃଦଘାତରେ ପରଲୋକ…

ଦାରିଙ୍ଗବାଡିରେ ବ୍ୟବସାୟୀଙ୍କ ଘରୁ ଲୁଟ୍ ଘଟଣା, ସନ୍ଧାନୀ କୁକୁର ପହଞ୍ଚି…

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ବଜାରର ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍ ଚର୍ଚ୍ଚାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri