Posted inଜାତୀୟ

ସ୍ମୃତି ଇରାନିଙ୍କ ଚପଲକୁ ନେଇ କମେଣ୍ଟ କଲେ ଯୁଜର ଉତ୍ତର ରଖିଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ,୧୦ ।୧୨: କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନି ସୋସିଆଲ ମିଡିଆରେ ନିଜର ହ୍ୟୁମର ବା ମଜାଳିଆ କଥାକୁ ନେଇ ଅନେକ ସମୟରେ ଆସିଥାଆନ୍ତି ଚର୍ଚ୍ଚାକୁ । ଏମିତିକି ବେଳେ ବେଳେ ତାଙ୍କ ଫଲୋୟର୍ସଙ୍କ ଦ୍ୱାରା ପଚରାଯାଇଥିବା ଅଦ୍ଭୁତ ପ୍ରଶ୍ନର ଉତ୍ତର ଦେଇ ବି ସେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥାଆନ୍ତି । ଏବେ ପୁଣିଥରେ ଏମିତି କିଛି ହ୍ୟୁମରକୁ ନେଇ ସେ ଆସିଛନ୍ତି ଚର୍ଚ୍ଚାକୁ । ନିକଟରେ ସେ ସୋସିଆଲ ମିଡିଆରେ ତାଙ୍କର ଏକ ଫଟୋ ଶେୟାର କରିଥିଲେ । ଯାହା ଏବେ ଭାଇରାଲ ହେବାରେ ଲାଗିଛି । ଉକ୍ତ ଫଟୋରେ ସେ ତାଙ୍କ ଗାର୍ଡନରେ ବସି ଲାପଟପ୍ ଧରି କାମ କରୁଥିବା ବେଳେ ବ୍ଲୁ କଲର ଶୁଟ୍ ସହ ଶାଲ୍ ଘୋଡାଇ ହୋଇଛନ୍ତି ଓ ପାଦରେ ଏକ ହାୱାଇ ସ୍ଲିପର ପିନ୍ଧିଥିବା ନଜର ଆସିଛି । ଏହି ଫଟୋ ଶେୟାର କରିବା ସହ ସେ ଲେଖିଛନ୍ତି ‘ପାଣ୍ଡାମିକ ମର୍ଣ୍ଣିଂ’ । ଏହି ଫଟୋକୁ ଦେଖିବା ପରେ ଜଣେ ଯୁଜର କମେଣ୍ଟ କଲେ ‘ହାୱାଇ ଚପଲ’ । ଆଉ ଏହାର ଜବାବରେ ସ୍ମୃତି ଲେଖିଛନ୍ତି, ‘ଆରେ ଭାଇ ହାୱାଇ ଚପଲ, ୨୦୦ ଟଙ୍କିଆ, ବ୍ରାଣ୍ଡ ପଚାରନି.. ଲୋକଲ ।’ ଏହାପରେ ଆହୁରି କେତେ ୟୁଜର୍ସ ସ୍ମୃତିଙ୍କୁ ‘ଲୋକଲ ଫର ଭୋକାଲ’ର ସମର୍ଥକ ବୋଲି କହି ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲେ ସୁନା ଝିଅ ଲଭଲିନା: ଏସିଆନ ଗେମ୍ସରେ କଲେ କମାଲ୍‌

ନୂଆଦିଲ୍ଲୀ,୨।୧୦: ଭାରତୀୟ ବକ୍ସିଂ ପାଇଁ ଆସିଛି ବଡ଼ ଖୁସି ଖବର। ୨୦୨୬ ଏସିଆନ ଗେମ୍ସରେ ମହିଳା ୭୫ କିଲୋଗ୍ରାମ ବର୍ଗରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି ଭାରତୀୟ ବକ୍ସର…

ଆସୁଛି ଲଘୁଚାପ; ଏଥର ବର୍ଷାରେ ଭିଜିପାରେ ଦଶହରା, ଏହି ଜିଲାରେ…

ଭୁବନେଶ୍ୱର,୨।୧୦: ଆସୁଛି ଆଉ ଏକ ଲଘୁଚାପ । ଦଶହରା ସମୟରେ ବଡ଼ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୧୨ ତାରିଖରେ…

ଚୌକା-ଛକା ବର୍ଷା କଲେ ବୈଭବ ସୂର୍ଯ୍ୟବଂଶୀ: ଧୂଆଁଧାର ବ୍ୟାଟିଂ କରୁ କରୁ…

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ର ଦ୍ୱିତୀୟ ସେମିଫାଇନାଲରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ମ୍ୟାଚ୍ରେ ଭାରତ ପାଇଁ ପାଳି ଆରମ୍ଭ କରିଥିବା…

ବାଲେଶ୍ବରରେ ଲଗାତାର ଅଗ୍ନିକାଣ୍ଡ, ରାତିଅଧରେ ଜଳିଗଲା ଜଳିଗଲା ବ୍ୟାନର ଦୋକାନ

ବାଲେଶ୍ୱର,୨।୧୦( ବାଞ୍ଛାନିଧି ଦେ): ବାଲେଶ୍ୱର ଚର୍ଚ୍ଚ ଲାଇନ୍‌ ଗଳିରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ବିଦ୍ୟୁତ୍‌ ସର୍ଟ ସର୍କିଟ୍‌ରୁ ଜଳିଗଲା ଏକ ବ୍ୟାନର୍‌…

କ୍ୟାନସରକୁ ହରାଇ ୧୦ ବର୍ଷ ପରେ ଦଳକୁ ଫେରିଲେ ଏହି କ୍ରିକେଟର୍‌: ଅଚାନକ ମିଳିଲା..

ସିଡନୀ,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆ କ୍ରିକେଟ ଦଳରେ ବଡ଼ ପରିବର୍ତ୍ତନ ହୋଇଛି। ଟେଷ୍ଟିକୁଲାର କ୍ୟାନସର ଭଳି ଗୁରୁତର ରୋଗକୁ ପରାସ୍ତ କରି…

ଟିଏମ୍‌ସିର ଜବତ ବ୍ୟାଙ୍କ ଆକାଉଣ୍ଟ ମାମଲା, ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୧୦: ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀର ପ୍ରାୟ ୮୦୪ କୋଟି ଟଙ୍କା ଥିବା ୪ଟି ଜବତ (ଡେବିଟ୍‌-ଫ୍ରିଜ) ବ୍ୟାଙ୍କ ଆକାଉଣ୍ଟକୁ ପରିଚାଳନା କରିବାକୁ ଅନୁମତି ଦେବା…

କାର୍ଯ୍ୟକାରୀ ହେଲା ଜନ୍ମ, ମୃତ୍ୟୁ ସଂଶୋଧନ ଆଇନ

ନୂଆଦିଲ୍ଲୀ,୨।୧୦: ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣ (ସଂଶୋଧନ) ଆଇନ, ୨୦୨୬ ଗୁରୁବାରଠାରୁ ଦେଶରେ ଲାଗୁ ହୋଇଛି । ଏଥିରେ ନିର୍ଦ୍ଧାରିତ ସମୟସୀମା ପରେ ଜଣାଯାଇଥିବା ଜନ୍ମ ଓ…

ହାଇଭୋଲଟେଜ୍‌ ଡ୍ରାମା କଲେ ରିଷଭ ପନ୍ତ: ଅମ୍ପାୟରଙ୍କ ସହ ଯୁକ୍ତିତର୍କ ପରେ ଘଟିଲା…

ନୂଆଦିଲ୍ଲୀ,୨।୧୦:ଭାରତୀୟ କ୍ରିକେଟ ଦଳର ଉଇକେଟକିପର-ବ୍ୟାଟର ଋଷଭ ପନ୍ତଙ୍କ ପାଇଁ ଇରାନୀ କପ୍‌ର ପ୍ରଥମ ଦିନ ମଇଦାନରେ ହାଇଭୋଲଟେଜ୍‌ ଡ୍ରାମା କରିଛନ୍ତି। ରେଷ୍ଟ ଅଫ ଇଣ୍ଡିଆର ଅଧିନାୟକ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?