Posted inଖେଳ

ଅଷ୍ଟ୍ରେଲିଆରେ ଇତିହାସ ରଚିଲେ ମନ୍ଧାନା

କୁଇନ୍ସଲାଣ୍ଡ,୧୭।୧୧: ମହିଳା ବିଗ୍‌ ବାଶ ଲିଗ୍‌ (ଡବ୍ଲ୍ୟୁବିବିଏଲ୍‌)ରେ ପ୍ରଥମ ଭାରତୀୟ ଖେଳାଳି ଭାବେ ଶତକ ହାସଲ କରିଛନ୍ତି ସ୍ମ୍ରିତି ମନ୍ଧାନା। କୁଇନ୍ସଲାଣ୍ଡର ହାରପ ପାର୍କଠାରେ ବୁଧବାର ସିଡ୍‌ନୀ ଥଣ୍ଡର ଓ ମେଲବୋର୍ନ ରେନେଗାଡେସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ରେ ଭାରତୀୟ ଓପନର ଏହି ସଫଳତା ହାସଲ କରିଛନ୍ତି। ମାତ୍ର ତାଙ୍କର ୧୧୪ ରନ୍‌ର ଅପରାଜିତ ପାଳି ସତ୍ତ୍ୱେ ପରାଜୟରୁ ବର୍ତ୍ତି ପାରି ନ ଥିଲା ଥଣ୍ଡର।

 

୧୭୬ ରନ୍‌ର ବିଜୟ ଲକ୍ଷ୍ୟ ପିଛା କରୁଥିବା ଥଣ୍ଡର ଦଳ ପାଇଁ ୬୪ ବଲରେ ୧୧୪ ରନ୍‌ର ବିସ୍ଫୋରକ ପାଳି ଖେଳି ଅପରାଜିତ ଥିଲେ। ତାଙ୍କ ପାଳିରେ ୧୪ ଚୌକା ଓ ୩ ଛକା ସାମିଲ ଥିଲା। ମାତ୍ର ଅନ୍ୟ ବ୍ୟାଟରମାନେ ବଳକା ୫୬ ବଲରେ ମାତ୍ର ୫୧ ରନ୍‌ ହିଁ କରିବାକୁ ସକ୍ଷମ ହୋଇଥିଲେ। ଫଳରେ ବିଜୟ ଲକ୍ଷ୍ୟ ଠାରୁ ୫ ରନ୍‌ ଦୂରରେ ରହି ଯାଇଥିଲା ଥଣ୍ଡର। ପୂର୍ବରୁ ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ମେଲବୋର୍ନ ଧାର୍ଯ୍ୟ ୨୦ ଓଭରରେ ୨ ଉଇକେଟ ହରାଇ ୧୭୫ ରନ୍‌ କରିଥିଲା। ଦଳ ପାଇଁ ହରମନପ୍ରୀତ କୌର ୫୫ ବଲରେ ଖେଳିଥିଲେ ୮୧ ରନ୍‌ର ଇନିଂସ। ତାଙ୍କ ପାଳିରେ ସାମିଲ ଥିଲା ୧୧ ଚୌକା ଓ ୨ ଛକା।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri