Posted inଖେଳ

ରୋହିତ ଶର୍ମାଙ୍କୁ ରେକର୍ଡ ଭାଙ୍ଗି ଇତିହାସ ରଚିଲେ ସ୍ମୃତି ମନ୍ଧାନା

ନୂଆଦିଲ୍ଲୀ,୧୮।୪: ଭାରତୀୟ ଟି-୨୦ ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ଇତିହାସ ରଚିଛନ୍ତି। ଏହି ବାମହାତୀ ବ୍ୟାଟ୍ସମ୍ୟାନ ଅନ୍ତର୍ଜାତୀୟ ଟି-୨୦ ରେ ଭାରତ ପାଇଁ ସର୍ବାଧିକ ରନ ସ୍କୋରର ହୋଇଛନ୍ତି। ଯଦିଓ ଦକ୍ଷିଣ ଆଫ୍ରିକା ବିପକ୍ଷରେ ପ୍ରଥମ ଟି-୨୦ରେ ମନ୍ଧାନା ମାତ୍ର ୧୩ ରନ କରିଥିଲେ, ସେ ପୂର୍ବରୁ ପୂର୍ବତନ ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ଏକ ବଡ଼ ରେକର୍ଡ ଭାଙ୍ଗିଥିଲେ।

ଶୁକ୍ରବାର ଡର୍ବାନର କିଙ୍ଗସମିଡ୍‌ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ପ୍ରଥମ ମହିଳା ଟି-୨୦ ମ୍ୟାଚ୍‌ରେ ସ୍ମୃତି ମନ୍ଧାନା ଭାରତ ପାଇଁ ସର୍ବାଧିକ ଅନ୍ତର୍ଜାତୀୟ ଟି-୨୦ ରନ୍‌ର ରେକର୍ଡ ସ୍ଥାପନ କରିଥିଲେ। ଅନ୍ତର୍ଜାତୀୟ ଟି-୨୦ରେ ମନ୍ଧାନାଙ୍କ ସ୍କୋର ଏବେ ୪,୨୪୪ ରନ୍‌ରେ ପହଞ୍ଚିଛି।

ରୋହିତ ଶର୍ମା ୧୬୦ ଇନିଂସରେ ଭାରତ ପାଇଁ ୪,୨୩୧ ରନ କରିଥିଲେ। ସେ ଟି-୨୦ ଅନ୍ତର୍ଜାତୀୟ ଟି-୨୦ରେ ପାଞ୍ଚଟି ଶତକ ଏବଂ ୩୨ଟି ଅର୍ଦ୍ଧଶତକ କରିଥିଲେ। ମନ୍ଧାନା ତାଙ୍କର ୧୬୧ତମ ଇନିଂସରେ ଏହି ରେକର୍ଡ ଭାଙ୍ଗିଥିଲେ।

୧୬୧ ଅନ୍ତର୍ଜାତୀୟ ଟି-୨୦ ମ୍ୟାଚ୍‌ରେ ମନ୍ଧାନା ୩୦.୫୩ ହାରାହାରି ଏବଂ ୧୨୪.୪୫ ଷ୍ଟ୍ରାଇକ ରେଟ୍‌ରେ ୪,୨୪୪ ରନ ସଂଗ୍ରହ କରିଛନ୍ତି। ଏଥିରେ ଗୋଟିଏ ଶତକ ଏବଂ ୩୩ ଅର୍ଦ୍ଧଶତକ ସାମିଲ ଅଛି।

ମନ୍ଧାନା ମହିଳା କ୍ରିକେଟ୍‌ରେ ଜଣେ କିମ୍ବଦନ୍ତୀର ମାନ୍ୟତା ପାଇସାରିଛନ୍ତି। ଭାରତକୁ ବିଶ୍ୱ ଚାମ୍ପିଅନ ହେବାରେ ସାହାଯ୍ୟ କରିବା ସହିତ ସେ ଦିନିକିଆରେ ୫,୪୧୧ ରନ କରିଛନ୍ତି। ଏଥିରେ ୧୪ ଶତକ ରହିଛି। ଏହି ସମୟରେ ଟେଷ୍ଟ କ୍ରିକେଟ୍‌ରେ ସେ ୪୮ ଅଧିକ ହାରରେ ୬୩୫ ରନ କରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri