Posted inଖେଳ

ସ୍ମୃତି ମନ୍ଧାନାଙ୍କ ଶତକ: ଭାରତ ଚାମ୍ପିୟନ

କଲମ୍ବୋ,୧୧ା୫: ସ୍ମୃତି ମନ୍ଧାନାଙ୍କ ଶତକ ଓ ସ୍ନେହ ରାଣାଙ୍କ ୪ ଉଇକେଟ ସଫଳତା ବଳରେ ଭାରତୀୟ ମହିଳା ଦଳ ୯୭ ରନରେ ଶ୍ରୀଲଙ୍କାକୁ ପରାସ୍ତ କରି ତ୍ରିରାଷ୍ଟ୍ରୀୟ ସିରିଜ୍‌ରେ ଚାମ୍ପିୟନ ହୋଇଛି। ଭାରତ ଦ୍ୱାରା ପ୍ରଦତ୍ତ ୩୪୩ ରନର ବିଶାଳ ଟାର୍ଗେଟ ଆଗରେ ଶ୍ରୀଲଙ୍କା ୪୮.୨ ଓଭରରେ ୨୪୫ ରନରେ ଅଲଆଉଟ୍‌ ହୋଇଯାଇଥିଲା। ମନ୍ଧାନାଙ୍କୁ ପ୍ଲେୟାର ଅଫ ଦି ମ୍ୟାଚ୍‌ ଓ ସିରିଜ୍‌ରେ ମୋଟ ୧୫ ଉଇକେଟ ନେଇଥିବା ସ୍ନେହଙ୍କୁ ପ୍ଲେୟାର ଅଫ ଦି ସିରିଜ୍‌ ବିବେଚିତ କରାଯାଇଛି। ଏହି ମ୍ୟାଚ୍‌ ଜରିଆରେ ଭାରତୀୟ ପେସର କ୍ରାନ୍ତି ଗୌଡ଼ ଅନ୍ତର୍ଜାତୀୟ କ୍ୟାରିୟର ଆରମ୍ଭ କରିଛନ୍ତି।

ଜିତି ପ୍ରଥମେ ବ୍ୟାଟିଂ କରିଥିବା ଭାରତକୁ ପ୍ରତିକା ରାଓ୍ବଲ ଓ ମନ୍ଧାନା ଦୃଢ଼ ମୂଳଦୁଆ ପ୍ରଦାନ କରିଥିଲେ। ଦୁହେଁ ପ୍ରଥମ ଉଇକେଟରେ ୭୦ ରନ କରିଥିଲେ। ପ୍ରତିକା ୩୦ (୨ ଚୌକା) ରନ କରି ଆଉଟ୍‌ ହେବା ପରେ ହର୍ଲିନ ଦେଓଲଙ୍କ ସହ ମିଶି ମନ୍ଧାନା ଦଳୀୟ ସ୍କୋରରେ ୧୨୦ ରନ ଯୋଡ଼ିଥିଲେ। ଇତିମଧ୍ୟରେ ମନ୍ଧାନା ଶତକ ପୂରଣ କରିଥିଲେ। ସେ ୧୦୧ ବଲରେ ୧୧୬ (୧୫ ଚୌକା ଓ ୨ ଛକା) ରନ କରିଥିଲେ। ଏହା ତାଙ୍କ ଦିନିକିଆ କ୍ୟାରିୟରର ଏକାଦଶତମ ଶତକ ଥିଲା। ତାଙ୍କ ପରେ ହର୍ଲିନ ୪୭ (୪ ଚୌକା), ଅଧିନାୟିକା ହରମନପ୍ରୀତ କୌର ୪୧ (୪ ଚୌକା ଓ ୧ ଛକା), ଜେମିମା ରୋଡ୍ରିଗୁଏଜ ୪୪ (୪ ଚୌକା), ଅମନଜୋତ କୌର ୧୮ ଓ ଦୀପ୍ତି ଶର୍ମା ୨୦ ରନ କରିଥିଲେ। ଫଳରେ ଭାରତ ନିର୍ଦ୍ଧାରିତ ୫୦ ଓଭରରେ ୭ ଉଇକେଟ ହରାଇ ୩୪୨ ରନ କରିଥିଲା। ଶ୍ରୀଲଙ୍କା ପକ୍ଷରୁ ମଲକି ମଦାରା, ଦେବମି ବିହଙ୍ଗା ଓ ସୁଗନ୍ଧିକା କୁମାରୀ ଦୁଇ ଲେଖାଏ ଉଇକେଟ ନେଇଥିଲେ। ଜବାବରେ ଶ୍ରୀଲଙ୍କା ୪୮.୨ ଓଭରରେ ୨୪୫ ରନରେ ଅଲଆଉଟ୍‌ ହୋଇଯାଇଥିଲା। ଦଳ ପକ୍ଷରୁ ଅଧିନାୟିକା ଚମାରି ଆଟାପାଟୁ ୫୧, ନିଳାକ୍ଷୀ ଡି ସିଲଭା ୪୮, ଭିଶ୍ମି ଗୁଣରତ୍ନେ ୩୬ ଓ ଅନୁଷ୍କା ସଞ୍ଜୀବନୀ ୨୮ ରନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri