ଆମେଠିରୁ ରାହୁଲଙ୍କୁ ହଟାଇଛୁ, ଓଡ଼ିଶାରୁ ବିଜେଡିକୁ ହଟାଇବୁ: ସ୍ମୃତି ଇରାନୀ

କୁଜଙ୍ଗ,୨୫।୫: ଓଡ଼ିଶାରେ ହେବାକୁ ଥିବା ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଲାଗି ଶନିବାର ଓଡ଼ିଶା ଗସ୍ତରେ ଆସିଛନ୍ତି କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ। ଏଠାରେ ସେ ବିଜେଡି ଉପରେ ବର୍ଷିଛନ୍ତି। ଏବେ ଲୋକେ ମୋଦିଙ୍କ ଗ୍ୟାରେଣ୍ଟି ଚାହୁଁଛନ୍ତି। ଆମେଠିରୁ ରାହୁଲଙ୍କୁ ହଟାଇଛୁ, ଏଠାରେ ଶାସନ କ୍ଷମତାକୁ ଆସିଲେ ବିଜେଡିକୁ ହଟାଇବୁ। ଜଗତସିଂହପୁର ଜିଲାର କୁଜଙ୍ଗରେ ଶନିବାର ଆୟୋଜିତ ବିଜେପିର ସଙ୍କଳ୍ପ ସମାବେଶରେ ଏଭଳି ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି ସ୍ମୃତି ।

ସେ କହିଛନ୍ତି, ଓଡ଼ିଶାରେ ରିମୋଟ୍‌ କଣ୍ଟ୍ରୋଲରେ ସରକାର ଚାଲିଛି। ରିମୋଟ ଧରି ତାମିଲ ବାବୁ ରାଜ୍ୟକୁ ଲୁଟୁଛନ୍ତି। ଓଡ଼ିଶାକୁ କବ୍‌ଜା କରି ରଖିଛନ୍ତି ତାମିଲ ବାବୁ। ସେ କାହିଁକି ରତ୍ନଭଣ୍ଡାର ତଦନ୍ତ ରିପୋର୍ଟକୁ ସାର୍ବଜନୀନ ନ କରି ଚାପି ଦେଲେ। ମୁଁ ତାମିଲ ବାବୁଙ୍କୁ ଚେତାବନୀ ଦେଉଛି, ଓଡ଼ିଶାରେ ଭାଜପା ସରକାର ଆସିଲେ, ରତ୍ନଭଣ୍ଡାର ଚାବି ରିପୋର୍ଟର ଯାଞ୍ଚ କରାଯିବ। ଯାଞ୍ଚ ପରେ ଦୋଷୀ ବିରୁଦ୍ଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଓଡ଼ିଶାରେ ନବୀନ ବାବୁଙ୍କୁ କହିବାର ସ୍ବାଧୀନତା ନାହିଁ, କି କାହାକୁ ଭେଟିବାର ସ୍ବାଧୀନତା ନାହିଁ। ଭାଜପାକୁ ଭୋଟ ଦେଇ ତାମିଲ ବାବୁଙ୍କୁ ଓଡ଼ିଶାରୁ ହଟାଇବାକୁ କେନ୍ଦ୍ର ମନ୍ତ୍ରୀ ଆହ୍ବାନ ଦେଇଛନ୍ତି। ଭାଜପା ସରକାର ଆସିଲେ, ସୁଭଦ୍ରା ଯୋଜନାରେ ଓଡ଼ିଶାରେ ପ୍ରତି ମହିଳାଙ୍କୁ ୫୦ ହଜାର ଟଙ୍କାର ଭାଉଚର୍‌ ଦିଆଯିବ ବୋଲି କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ କହିଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାରେ ଗରିବ ଲୋକଙ୍କୁ ଘର ଦେଉଛନ୍ତି, ଚାଉଳ ଦେଉଛନ୍ତି, ଲକ୍ଷେ ୬୦ହଜାର ଘରକୁ ପାଣି ଯୋଗାଇଛନ୍ତି। ଏହାଛ କିଷାନ ସମ୍ମାନନିଧି ବାବଦରେ ପ୍ରତି କୃଷକଙ୍କ ଖାତାକୁ ସିଧାସଳଖ ୬ ହଜାର ଟଙ୍କା ପଠାଉଛନ୍ତି। ଏଣୁ ଭାଜପାକୁ ଭୋଟ ଦେଇ ବିଜୟୀ କରିବାକୁ ସ୍ମୃତି ଇରାନୀ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…

ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri