Posted inଖେଳ

କ୍ୟାପ୍ଟେନ୍‌ଙ୍କ ଆଗରେ ରେକର୍ଡ ଭାଙ୍ଗିଲେ ଏହି ଖେଳାଳି, ହେଲେ ନମ଼୍ବର ୧

ନୂଆଦିଲ୍ଲୀ, ୨୬।୦୭: ଭାରତୀୟ ମହିଳା କ୍ରିକେଟ୍‌ ଟିମ୍‌ରେ ଟି-୨୦ ଅନ୍ତର୍ଜାତୀୟ ଫର୍ମାଟ୍‌ରେ ସବୁଠାରୁ ଅଧିକ ରନ୍‌ କରିଥିବା ଖେଳାଳି ଭାବେ ବ୍ୟଟ୍ସମ୍ୟାନ୍‌ ହରମନ୍‌ପ୍ରୀତ କୌରଙ୍କ ନାମରେ ରେକର୍ଡ ରହିଥିଲା । ହେଲେ ବର୍ତ୍ତମାନ ଏହି ରେକର୍ଡ ଭାଙ୍ଗିଛି । ସ୍ମୃତି ମାନ୍ଧନା ଏହି ରେକର୍ଡ ଭାଙ୍ଗିଛନ୍ତି । କିନ୍ତୁ ଦୁହିଁଙ୍କ ମଧ୍ୟରେ ରନ୍‌ର ବ୍ୟବଧାନ ଅଧିକ ନାହିଁ । ତେଣୁ ପୁଣିଥରେ ଏକ ନମ଼୍ବରକୁ ଫେରିବା ପାଇଁ ହରମନ୍‌ପ୍ରୀତ୍‌ଙ୍କ ନିକଟରେ ସୁଯୋଗ ରହିଛି ।

ଭାରତ ପାଇଁ ହରମନ୍‌ପ୍ରୀତ୍‌ ୧୭୨ଟି ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିଛନ୍ତି ଏବଂ ୩,୪୧୫ ରନ୍‌ ସଂଗ୍ରହ କରିଛନ୍ତି । ସେ ଗୋଟିଏ ଶତକ ଏବଂ ୧୨ ଅର୍ଦ୍ଧ ଶତକ ହାସଲ କରିଛନ୍ତି । ଅନ୍ୟପଟେ ସ୍ମୃତି ୧୪୦ ଟି ଟି-୨୦ ମ୍ୟାଚ୍‌ ଖେଳି ୩,୪୩୩ ରନ୍‌ କରିଛନ୍ତି । ସେ ଗୋଟିଏ ବି ଶତକ କରିନଥିବା ବେଳେ ୨୫ଟି ଅର୍ଦ୍ଧ ଶତକ ହାସଲ କରିଛନ୍ତି ।

ସୂଚନା ଥାଉକି, ବାଂଲାଦେଶକୁ ୧୦ ୱିକେଟ୍‌ରେ ହରାଇ ଭାରତୀୟ ଟିମ୍‌ ମହିଳା ଏସିଆ କପ୍‌ର ଫାଇନାଲ୍‌ରେ ପ୍ରବେଶ କରିଛି । ଫାଇନାଲ୍‌ରେ ଇଣ୍ଡିଆ ଟିମ୍‌ ପାକିସ୍ତାନକୁ ଭେଟିପାରେ । ସେମିଫାଇନାଲରେ ପାକିସ୍ତାନୀ ଦଳ ଆୟୋଜକ ଶ୍ରୀଲଙ୍କାକୁ ଭେଟିବ । ବାଂଲାଦେଶର ୮୧ ରନର ଲକ୍ଷ୍ୟକୁ ପିଛାକରି ଭାରତ ବିନା କୌଣସି ୱିକେଟ୍‌ରେ ୧୧ ଓଭରରେ ୮୩ ରନ କରି ମ୍ୟାଚ ଜିତିଛି । ଓପନର୍‌ ସ୍ମୃତି ମାନ୍ଧନା ୫୫ ରନର ଅପରାଜିତ ଇନିଂସ ଖେଳିଥିବା ବେଳେ ଶେଫାଲୀ ଭର୍ମା ୨୬ ରନ ସ୍କୋର କରି ଅପରାଜିତ ରହିଥିଲେ ।

ବାଂଲାଦେଶର ଡାମ଼୍ବୁଲା ଇଣ୍ଟରନ୍ୟାସନାଲ କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ପ୍ରଥମେ ବ୍ୟାଟିଂ କରି ୮ ୱିକେଟରେ ୮୦ ରନ ସଂଗ୍ରହ କରିଥିଲା ବାଂଲାଦେଶ । ଭାରତର ରେଣୁକା ସିଂ ଏବଂ ରାଧା ଯାଦବ ୩ଟି ଲେଖାଏଁ ୱିକେଟ ନେଇଥିଲେ। ଏହାର ଜବାବରେ ଭାରତ ୬୬ ବଲରେ ୮୩ ରନ କରି ମ୍ୟାଚ ଜିତିଥିଲା । ଏଥିସହିତ ଟିମ ଇଣ୍ଡିଆ ଫାଇନାଲ ପାଇଁ ଟିକେଟ ହାସଲ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri