Posted inଖେଳ

କ୍ୟାପ୍ଟେନ୍‌ଙ୍କ ଆଗରେ ରେକର୍ଡ ଭାଙ୍ଗିଲେ ଏହି ଖେଳାଳି, ହେଲେ ନମ଼୍ବର ୧

ନୂଆଦିଲ୍ଲୀ, ୨୬।୦୭: ଭାରତୀୟ ମହିଳା କ୍ରିକେଟ୍‌ ଟିମ୍‌ରେ ଟି-୨୦ ଅନ୍ତର୍ଜାତୀୟ ଫର୍ମାଟ୍‌ରେ ସବୁଠାରୁ ଅଧିକ ରନ୍‌ କରିଥିବା ଖେଳାଳି ଭାବେ ବ୍ୟଟ୍ସମ୍ୟାନ୍‌ ହରମନ୍‌ପ୍ରୀତ କୌରଙ୍କ ନାମରେ ରେକର୍ଡ ରହିଥିଲା । ହେଲେ ବର୍ତ୍ତମାନ ଏହି ରେକର୍ଡ ଭାଙ୍ଗିଛି । ସ୍ମୃତି ମାନ୍ଧନା ଏହି ରେକର୍ଡ ଭାଙ୍ଗିଛନ୍ତି । କିନ୍ତୁ ଦୁହିଁଙ୍କ ମଧ୍ୟରେ ରନ୍‌ର ବ୍ୟବଧାନ ଅଧିକ ନାହିଁ । ତେଣୁ ପୁଣିଥରେ ଏକ ନମ଼୍ବରକୁ ଫେରିବା ପାଇଁ ହରମନ୍‌ପ୍ରୀତ୍‌ଙ୍କ ନିକଟରେ ସୁଯୋଗ ରହିଛି ।

ଭାରତ ପାଇଁ ହରମନ୍‌ପ୍ରୀତ୍‌ ୧୭୨ଟି ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିଛନ୍ତି ଏବଂ ୩,୪୧୫ ରନ୍‌ ସଂଗ୍ରହ କରିଛନ୍ତି । ସେ ଗୋଟିଏ ଶତକ ଏବଂ ୧୨ ଅର୍ଦ୍ଧ ଶତକ ହାସଲ କରିଛନ୍ତି । ଅନ୍ୟପଟେ ସ୍ମୃତି ୧୪୦ ଟି ଟି-୨୦ ମ୍ୟାଚ୍‌ ଖେଳି ୩,୪୩୩ ରନ୍‌ କରିଛନ୍ତି । ସେ ଗୋଟିଏ ବି ଶତକ କରିନଥିବା ବେଳେ ୨୫ଟି ଅର୍ଦ୍ଧ ଶତକ ହାସଲ କରିଛନ୍ତି ।

ସୂଚନା ଥାଉକି, ବାଂଲାଦେଶକୁ ୧୦ ୱିକେଟ୍‌ରେ ହରାଇ ଭାରତୀୟ ଟିମ୍‌ ମହିଳା ଏସିଆ କପ୍‌ର ଫାଇନାଲ୍‌ରେ ପ୍ରବେଶ କରିଛି । ଫାଇନାଲ୍‌ରେ ଇଣ୍ଡିଆ ଟିମ୍‌ ପାକିସ୍ତାନକୁ ଭେଟିପାରେ । ସେମିଫାଇନାଲରେ ପାକିସ୍ତାନୀ ଦଳ ଆୟୋଜକ ଶ୍ରୀଲଙ୍କାକୁ ଭେଟିବ । ବାଂଲାଦେଶର ୮୧ ରନର ଲକ୍ଷ୍ୟକୁ ପିଛାକରି ଭାରତ ବିନା କୌଣସି ୱିକେଟ୍‌ରେ ୧୧ ଓଭରରେ ୮୩ ରନ କରି ମ୍ୟାଚ ଜିତିଛି । ଓପନର୍‌ ସ୍ମୃତି ମାନ୍ଧନା ୫୫ ରନର ଅପରାଜିତ ଇନିଂସ ଖେଳିଥିବା ବେଳେ ଶେଫାଲୀ ଭର୍ମା ୨୬ ରନ ସ୍କୋର କରି ଅପରାଜିତ ରହିଥିଲେ ।

ବାଂଲାଦେଶର ଡାମ଼୍ବୁଲା ଇଣ୍ଟରନ୍ୟାସନାଲ କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ପ୍ରଥମେ ବ୍ୟାଟିଂ କରି ୮ ୱିକେଟରେ ୮୦ ରନ ସଂଗ୍ରହ କରିଥିଲା ବାଂଲାଦେଶ । ଭାରତର ରେଣୁକା ସିଂ ଏବଂ ରାଧା ଯାଦବ ୩ଟି ଲେଖାଏଁ ୱିକେଟ ନେଇଥିଲେ। ଏହାର ଜବାବରେ ଭାରତ ୬୬ ବଲରେ ୮୩ ରନ କରି ମ୍ୟାଚ ଜିତିଥିଲା । ଏଥିସହିତ ଟିମ ଇଣ୍ଡିଆ ଫାଇନାଲ ପାଇଁ ଟିକେଟ ହାସଲ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

ମୋରମ ରାସ୍ତାରେ ଦବୁଛି ଗାଡ଼ି: ରାଇକିଆ-ସିମନବାଡ଼ି ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ

ରାଇକିଆ, ୨୫।୯ (ପ୍ରଦୀପ ବେହେରା): ତିନି ଦିନ ଧରି ଲଗାଣ ବର୍ଷା ଯୋଗୁ କନ୍ଧମାଳ ଜିଲା ରାଇକିଆ ବ୍ଲକ ସୁଗଡ଼ବାଡ଼ି ପଞ୍ଚାୟତ ଅନ୍ତର୍ଗତ ମୁରୁଡ଼ିକୁପୁଡ଼ା ନିକଟରେ ରାଇକିଆ-ଦାରିଙ୍ଗବାଡ଼ିକୁ…

ଦଶହରା-ବାଲିଯାତ୍ରା ପୂର୍ବରୁ ମାଣିକେଶ୍ୱରୀ ପୀଠରେ ସୁରକ୍ଷା ଚିନ୍ତା: ଅଚଳ ସିସିଟିଭି, ଭଙ୍ଗା ପ୍ରାଚୀର ଓ ଲାଇଟ୍‌

ଥୁଆମୂଳରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ଅତି ପୁରାତନ ତଥା ରାଜାରାଜୁଡ଼ା ଅମଳର ପ୍ରସିଦ୍ଧ ପୀଠର…

ଲଗାଣ ବର୍ଷାରେ ବେହାଲ ଥୁଆମୂଳ ରାମପୁର: ଧସିଲା ପାହାଡ଼, ଗଛ ପଡ଼ି ରାସ୍ତା ଅବରୋଧ

ଥୁଆମୂଳ ରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ‘ରେଡ୍‌ ୱାର୍ଣ୍ଣିଂ’ ଜାରି ହୋଇଥିବା ବେଳେ ଥୁଆମୂଳ ରାମପୁର ବ୍ଲକ୍‌ରେ…

କବାଡ଼ିରେ ଭାରତର ଦବଦବା: ପୁରୁଷ, ମହିଳା ଦଳ ଫାଇନାଲରେ

ନାଗୋୟା, ୨୫ା୯:ଭାରତର ଉଭୟ ପୁରୁଷ ଓ ମହିଳା ଦଳ ଏସିଆନ ଗେମ୍ସ କବାଡ଼ି ପ୍ରତିଯୋଗିତାର ଫାଇନାଲରେ ପ୍ରବେଶ କରିଛନ୍ତି। ଉଭୟ ଦଳ ସେମାନଙ୍କ ସ୍ବର୍ଣ୍ଣ ପଦକ ବଜାୟ…

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ପ୍ରତିଯୋଗିତା ଛାଡ଼ି ଛାତ୍ରୀଙ୍କୁ ରୋଷେଇ କାମ!

ତୁମୁଡ଼ିବନ୍ଧ, ୨୫।୯ (ଦୀପକ କୁମାର ପରାସେଠ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତଜନିତ ବର୍ଷା ଗତ ୪ ଦିନ ହେଲା ଲାଗିରହିଛି। ଏହା ମଧ୍ୟରେ ଶୁକ୍ରବାର ତୁମୁଡ଼ିବନ୍ଧସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?