ଭଞ୍ଜନଗର ଉପଖଣ୍ଡ ଅଞ୍ଚଳରେ ବଢୁଛି ଚୋରା ମଦ-ଗଞ୍ଜେଇ କାରବାର

ଭଞ୍ଜନଗର,୬ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡର କିଛି ଥାନା ଅଞ୍ଚଳରେ ଚୋରା ଦେଶୀ, ବିଦେଶୀ ମଦ କାରବାର ଦିନକୁ ଦିନ ବଢ଼ିବାରେ ଲାଗିଛି। ଅନ୍ୟପଟେ କନ୍ଧମାଳ ଜିଲାରୁ ଅଧିକାଂଶ ଦିନ ବେନିୟମ ଭାବେ ଗଞ୍ଜେଇ ଚାଲାଣ ହେଉଛି। ଭଞ୍ଜନଗର ପୋଲିସ ଏବଂ ଅବକାରୀ ବିଭାଗ ଏନେଇ ବାରମ୍ବାର ଚଢାଉ କରି ବିପୁଳ ପରିମାଣର ଗଞ୍ଜେଇ ଏବଂ ମଦ ଜବତ କରୁଛି। ଏଥିସହ ଅଭିଯୁକ୍ତମାନଙ୍କୁ ମଧ୍ୟ ଗିରଫ କରୁଛି। ତଥାପି ବେନିୟମ ଗଞ୍ଜେଇ ଓ ମଦକାରବାର ବନ୍ଦ ହେବାକୁ ନାହିଁ। ଅନ୍ୟପଟେ ଭଞ୍ଜନଗର ସହରର କିଛି ଦୋକାନରେ ବେନିୟମ ଭାବେ ଚୋରା ମଦ କାରବାର ହେଉଥିବା ଅଭିଯୋଗ ହେଉଛି। ତେଣୁ ପୋଲିସ ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଇ ଆବଶ୍ୟକ ପଦକ୍ଷେପ ନେବା ପାଇଁ ସାଧାରଣରେ ଦାବି ହୋଇଛି। ଏହିଭଳି ପରିସ୍ଥିତିରେ ଶନିବାର ଭଞ୍ଜନଗର ପୋଲିସ ଚୋରା ଗଞ୍ଜେଇ କାରବାର ଅଭିଯୋଗରେ ୨ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ କନ୍ଧମାଳ ଜିଲ୍ଲା ବାଲିପଦରର ନଟବର ସାହୁ ଓ ଭଞ୍ଜନଗର ଥାନା ବଡ଼କୋଦଣ୍ଡା ଛକ ଅଞ୍ଚଳର ରାଜେନ୍ଦ୍ର ପାଢ଼ୀ। ଏନେଇ ଭଞ୍ଜନଗର ଥାନାରେ ୧୦୨୧/୨୫ରେ ଏକ ମାମଲା ରୁଜୁ ହୋଇଛି। ସେମାନଙ୍କଠାରୁ ୧୩ କେଜି ୪୭୦ ଗ୍ରାମ ଗଞ୍ଜେଇ ଜବତ ହୋଇଛି। ଗୋଟିଏ ବାଇକ୍‌, ୨୮୨୦ ଟଙ୍କା ସମେତ ୨ଟି ମୋବାଇଲ ଫୋନ୍‌ ଜବତ ହୋଇଛି।

ଘଟଣାରୁ ପ୍ରକାଶ ଯେ, ଅଭିଯୁକ୍ତମାନେ ଗୋଛାପଡ଼ାରୁ ଭଞ୍ଜନଗର ଅଭିମୁଖେ ବାଇକ୍‌ ଯୋଗେ ଗଞ୍ଜେଇ ଚାଲାଣ କରୁଥିଲେ। ଏନେଇ ପୋଲିସ କୌଣସି ସୂତ୍ରରୁ ଖବର ପାଇ ଅଭିଯୁକ୍ତମାନଙ୍କୁ ଧରିବାରେ ସଫଳ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ ଅବହେଳାରୁ ଛାତ୍ରୀ ମୃତ୍ୟୁ ଅଭିଯୋଗ, କାର୍ଯ୍ୟାନୁଷ୍ଠାନ, କ୍ଷତିପୂରଣ ଦାବିରେ ଧାରଣା

ନୂଆପଡ଼ା,୧୮।୧୧(ମକାରୁ ବେମାଲ): ନୂଆପଡ଼ା ଜିଲା ବୋଡେନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଓ ନର୍ସଙ୍କ ଅବହେଳା ଯୋଗୁ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ…

ସରକାରଙ୍କ ବଡ଼ ନିଷ୍ପତ୍ତି; ଘୁଞ୍ଚିଲା ପଞ୍ଚାୟତ ନିର୍ବାଚନ, ବିଧାନସଭା ପରେ….

ଲକ୍ଷ୍ନୌ,୧୮।୧୧: ଉତ୍ତରପ୍ରଦେଶରେ ପଞ୍ଚାୟତ ନିର୍ବାଚନକୁ ନେଇ ବଡ଼ ନିଷ୍ପତ୍ତି ନେଇଛନ୍ତି ଯୋଗୀ ସରକାର । ପଞ୍ଚାୟତ ନିର୍ବାଚନ କରାଇବାର ସମୟସୀମାକୁ ଆଉ ୬ ମାସ ବୃଦ୍ଧି କରାଯାଇଛି…

‘ଅକ୍ବାନ’ ଆଲର୍ଟ: ଗୁଡ଼ାରି ବ୍ଲକ ପ୍ରଶାସନର ଜରୁରୀ ବୈଠକ, ମୁଖ୍ୟାଳୟ ନ ଛାଡ଼ିବାକୁ କର୍ମଚାରୀଙ୍କୁ କଡ଼ା ନିର୍ଦ୍ଦେଶ

ଗୁଡ଼ାରି,୧୮ା୧୧(ପ୍ରମୋଦ କୁମାର ପତି ): ସମ୍ଭାବ୍ୟ ବାତ୍ୟା ‘ଅକ୍ବାନ’କୁ ଦୃଷ୍ଟିରେ ରଖି ଗୁଡ଼ାରି ବ୍ଲକ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ।…

କେନ୍ଦୁଝରର ଗୌରବ: ବିଶିଷ୍ଟ କବି ଭୈରବ ଚନ୍ଦ୍ର ବେହେରାଙ୍କୁ ମିଳିଲା ମର୍ଯ୍ୟାଦାଜନକ ‘ଉତ୍କଳ ସାହିତ୍ୟ ରତ୍ନ ସମ୍ମାନ’

ପାଟଣା,୧୮।୧୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ କଣ୍ଟିଆପଡ଼ା ପଞ୍ଚାୟତ ଜାମୁନାଳିଆ ଗ୍ରାମର ବିଶିଷ୍ଟ କବି, ଗାଳ୍ପିକ ତଥା ଶିକ୍ଷାବିତ୍ ଭୈରବ ଚନ୍ଦ୍ର ବେହେରାଙ୍କୁ…

ରେଡ୍ ଜୋନ୍‌ରେ ଗଞ୍ଜାମ: ଅଫିସରଙ୍କ ହଜିଗଲାଣି ନିଦ, ଚିନ୍ତାରେ ଲୋକେ; ନିୟୋଜିତ ହେଲେ ୪୦ ଉଦ୍ଧାରକାରୀ ଦଳ…

ଭଞ୍ଜନଗର, ୧୮।୧୧ (ବାବୁଲା ପ୍ରଧାନ): ସମ୍ଭାବ୍ୟ ବାତ୍ୟା ଓ ଲଗାଣ ବର୍ଷାକୁ ନେଇ ଗଞ୍ଜାମ ଜିଲାରେ ଆଶଙ୍କା ବଢ଼ିଥିବା ବେଳେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତିକୁ ଜୋରଦାର କରାଯାଇଛି।…

ପ୍ଲେଇଂ ଇଲେଭେନ୍‌ରେ ସୁଯୋଗ ନମିଳିବାକୁ ରାଗିଗଲେ ଖେଳାଳି, କହିଲେ ମୋର ଆତ୍ମସମ୍ମାନ….

ନୂଆଦିଲ୍ଲୀ, ୧୮।୧୧: ଦୋହାରେ ନଭେମ୍ବର ୧୯ରୁ ଆରମ୍ଭ ହେବ ୨୦୨୬ ପୁରୁଷ ଇମର୍ଜିଂ ଏସିଆ କପ୍‌ । ଏହି ଟୁର୍ଣ୍ଣାମେଣ୍ଟରେ ଇଣ୍ଡିଆ-ଏ ପକ୍ଷରୁ ଖେଳିବେ ଭାରତୀୟ ଅଲରାଉଣ୍ଡର…

Litton Das: ପ୍ରଥମେ ଶତକ, ଏବେ ଉଇକେଟକିପିଂରେ ରଚିଲେ ଇତିହାସ, ଭାଙ୍ଗିଲେ ୪୭ ବର୍ଷ ପୁରୁଣା ବିଶ୍ୱ ରେକର୍ଡ

ଢାକା/ଜୋହାନ୍ସବର୍ଗ,୧୮।୧୧: ଟେଷ୍ଟ କ୍ରିକେଟରେ ବାଂଲାଦେଶର ଖେଳାଳିମାନେ କ୍ରମାଗତ ଭାବେ ନିଜର ଦକ୍ଷତା ପ୍ରମାଣିତ କରୁଛନ୍ତି । ଅଷ୍ଟ୍ରେଲିଆ ଏବଂ ଦକ୍ଷିଣ ଆଫ୍ରିକା ଭୂମିରେ ଚମତ୍କାର ପ୍ରଦର୍ଶନ ଜାରି…

ବାତ୍ୟା ଅକ୍ବାନ; ଉପକୂଳ ଅଞ୍ଚଳରେ ଆଲର୍ଟ ପ୍ରଶାସନ, ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର ଜାରି

ମହାକାଳପଡ଼ା,୧୮ା୧୧(ପ୍ରତାପ ଚନ୍ଦ୍ର ସ୍ୱାଇଁ): ବଙ୍ଗୋସାଗର ସୃଷ୍ଟି ବାତ୍ୟା ଅକ୍ବାନ ଓଡିଶା ମୁହାଁ ହେଉଛି । ଏହା ପ୍ରଭାବରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର କେତେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?