ଅନ୍ତଃବସ୍ତ୍ରରେ ଲୁଚାଇ ଆଣୁଥିଲେ ୨ କୋଟିର ସୁନା ବିସ୍କୁଟ୍‌

ଲକ୍ଷ୍ନୌ, ୧୭।୯: ଲକ୍ଷ୍ନୌ କଷ୍ଟମ ବିଭାଗ ଟିମ୍‌ ସ୍ଥାନୀୟ ଚୌଧୁରୀ ଚରଣ ସିଂ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ସାଉଦୀ ଆରବରୁ ଆସୁଥିବା ଜଣେ ଯାତ୍ରୀଙ୍କଠାରୁ ୩.୮ କିଲୋଗ୍ରାମର ସୁନା ବିସ୍କୁଟ ଜବତ କରିଛି। ଜବତ ସୁନା ବିସ୍କୁଟର ମୂଲ୍ୟ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେବ ବୋଲି ଜଣାପଡ଼ିଛି। କଷ୍ଟମ ବିଭାଗ ପକ୍ଷରୁ ଏକ ବିବୃତ୍ତିରେ କୁହାଯାଇଛି, ବୁଧବାର ରାତିରେ ସାଉଦୀ ଆରବରୁ ଲକ୍ଷ୍ନୌ ଆସୁଥିବା ବିମାନ ନମ୍ବର ଜି୮ ୬୪୫୧ରେ ଜଣେ ଯାତ୍ରୀଙ୍କ ନିକଟରୁ ୩୩ ଖଣ୍ଡ ସୁନା ବିସ୍କୁଟ ଜବତ କରାଯାଇଥିଲା। ପ୍ରତ୍ୟେକ ବିସ୍କୁଟର ଓଜନ ୧୧୬.୬୪ ଗ୍ରାମ ହେବ। ଯାହାର ମୂଲ୍ୟ ୨ କୋଟି ୯ ଲକ୍ଷ ୭୭ ହଜାର ୭୦୪ ଟଙ୍କା ହେବ। ଜବତ ସୁନା ବିସ୍କୁଟଗୁଡ଼ିକୁ ସେଲୋଟେପ୍‌ ସହାୟତାରେ ଚାପି ଏକ ଥଳିରେ ରଖାଯାଇଥିଲା। ଏହି ଥଳିଟି ବ୍ୟକ୍ତି ଜଣଙ୍କ ନିଜ ଅନ୍ତଃବସ୍ତ୍ର ମଧ୍ୟରେ ଲୁଚାଇ ରଖିଥିଲେ। ସନ୍ଦେହ ହେବାରୁ କଷ୍ଟମ ବିଭାଗ ପକ୍ଷରୁ ସେହି ବ୍ୟକ୍ତିଙ୍କୁ ଅଟକାଇ ଯାଞ୍ଚ କରାଯାଇଥିଲା।
ଉଲ୍ଲେଖଯୋଗ୍ୟ, ମାତ୍ର ୨ ଦିନ ମଧ୍ୟରେ ଉକ୍ତ ବିମାନ ବନ୍ଦରରୁ ଦ୍ୱିତୀୟଥର ଲାଗି ଏତେ ପରିମାଣର ସୁନା ଜବତ କରାଯାଇଛି। ଏଥିପୂର୍ବରୁ ମଙ୍ଗଳବାର ଦୁବାଇରୁ ଲକ୍ଷ୍ନୌ ଆସୁଥିବା ଏକ ବିମାନରେ ଜଣେ ଯାତ୍ରୀଙ୍କ ନିକଟରୁ ୫୮୩ ଗ୍ରାମର ସୁନା ବିସ୍କୁଟ ଜବତ କରାଯାଇଥିଲା। ଏହାର ବଜାର ମୂଲ୍ୟ ୩୨ ଲକ୍ଷ ଟଙ୍କା ହେବ ବୋଲି ଆକଳନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଇଁହେବା ବେଳେ ବୃଦ୍ଧାଙ୍କ ଦେହରେ ଲାଗିଲା ନିଆଁ

ଆନନ୍ଦପୁର ୧୧।୨(ସୁଶାନ୍ତ କୁମାର ସାହୁ): ଶୀତରୁ ରକ୍ଷା ପାଇବା ପାଇଁ ନିଆଁ ପୁଇଁବା ବେଳେ ପୋଡିହୋଇ ବୃଦ୍ଧା ଜଣକ ଗୁରୁତର ହୋଇଛନ୍ତି। ଏଭଳି ଏକ ଘଟଣା ଘଟିଛି…

ଟ୍ରମ୍ପଙ୍କ ସାଂସଦ ଆଣିଲେ H1B ଭିଜା ଶେଷ କରିବାର ପ୍ଲାନ, ଜାଣନ୍ତୁ ଭାରତୀୟଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ

ଓ୍ବାଶିଂଟନ,୧୧।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିକଟତର ଜଣେ ସାଂସଦ ଏକ ବିଲ ଆଗତ କରିଛନ୍ତି ଯାହା ଭାରତୀୟମାନଙ୍କ ପାଇଁ ଏକ ବଡ଼ ଆଘାତ। ସୋମବାର (ଫେବୃଆରୀ…

PUCC ନେଇ ବଡ଼ ବୟାନ ଦେଲେ ପରିବହନ ମନ୍ତ୍ରୀ

ଭୁବନେଶ୍ୱର,୧୧।୨: PUCC ନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସମସ୍ତଙ୍କୁ PUCC କରିବା ବାଧ୍ୟତାମୂଳକ କହିଛନ୍ତି । ଟୋଲ ଗେଟ୍‌ରେ…

ବଡ଼ ପରଦାରେ ଭାଇରାଲ ଗର୍ଲ ମୋନାଲିସା: ପ୍ରଶଂସାରେ ପୋତିଲେ ଦର୍ଶକ

ମହାକୁମ୍ଭ ମେଳାରେ ଭାଇରାଲ ହୋଇଥିବା ମୋନାଲିସା ଖୁବ୍‌ଶୀଘ୍ର ବଡ଼ ପରଦାରେ ନଜର ଆସିବେ। ମୋନାଲିସାଙ୍କ ପ୍ରଥମ ଫିଲ୍ମ ‘ଦି ଡାଏରୀ ଅଫ ମଣିପୁର’ ମୁକ୍ତିଲାଭ କରିବାକୁ ଯାଉଛି।…

ସତ୍ୟବ୍ରତ ହତ୍ୟା ଘଟଣା: ଦିଦେଶଙ୍କ ସ୍ତ୍ରୀ କଲେ ଚାଞ୍ଚଲ୍ୟକର ଖୁଲାସା

ଭୁବନେଶ୍ୱର,୧୧।୨: ଭୁବନେଶ୍ୱର ନୀଳାଦ୍ରି ବିହାର ସତ୍ୟବ୍ରତ ହତ୍ୟା କାଣ୍ଡ ମାମଲା ଦିନକୁ ଦିନ ନୂଆ ମୋଡ ନେଉଛି। ଦିନେଶ ନାୟକଙ୍କ ସ୍ତ୍ରୀ ମାମାଲି ନାୟକ ଚାଞ୍ଚଲ୍ୟକର ଖୁଲାସା…

ଭାରତ ସହ ଟ୍ରେଡ୍‌ ଡିଲ୍‌ ମଧ୍ୟରେ ଆମେରିକା ନେଲା ବଡ଼ ପଦକ୍ଷେପ: ହଟିଲା…

ଓ୍ବାଶିଂଟନ୍‌,୧୧।୨: ଆମେରିକା ବାଣିଜ୍ୟ ପ୍ରତିନିଧିଙ୍କ କାର୍ଯ୍ୟାଳୟ (USTR) ଭାରତର ଏକ ମାନଚିତ୍ର ହଟାଇ ଦେଇଛି। ଏଥିରେ ପାକିସ୍ତାନ ଅଧିକୃତ କଶ୍ମୀର (PoK) ଏବଂ ଅକ୍ସାଇ ଚାଇନାକୁ ଭାରତର…

ଓଡ଼ିଆ ପୁଅଙ୍କୁ ମିଳିଲା ବଡ଼ ସଫଳତା: ଜିତିଲେ ସ୍ବର୍ଣ୍ଣ

ଭୁବନେଶ୍ୱର,୧୧।୨: ଏସିଆ ପାସିଫିକ୍‌ ଡାଉନ ସିଣ୍ଡ୍ରୋମ୍‌ ଗେମ୍ସ ଚେନ୍ନାଇର ନେହେରୁ ଷ୍ଟାଡିୟମରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଆ ପୁଅ ଜୟଜୀବନ ପାଣିି(୧୧)ଙ୍କୁ ମିଳିଛି ବଡ଼ ସଫଳତା। ଜୟଜୀବନ…

ସୂର୍ଯ୍ୟ ପରାଗରେ ଶନିଙ୍କ ରାଶିରେ ଖରାପ ପ୍ରଭାବ, ଏହି ୩ଟି ରାଶିରେ ଘୋଟିଯିବ ବିପଦ!

ସୂର୍ଯ୍ୟ ବର୍ତ୍ତମାନ ମକର ରାଶିରେ ଅଛନ୍ତି। ଏହା ଫେବୃଆରୀ ୧୩ ତାରିଖରେ କୁମ୍ଭ ରାଶିରେ ପ୍ରବେଶ କରିବ ଏବଂ ତା’ପରେ ଫେବୃଆରୀ ୧୭ ତାରିଖରେ ସୂର୍ଯ୍ୟଗ୍ରହଣ ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri